Posted inଜାତୀୟ

ଶାହାଙ୍କ ସହ ଆଲୋଚନା ପରେ ଗଠନ ହେଲା ୫ ଜଣିଆ କମିଟି

ନୂଆଦିଲ୍ଲୀ,୪।୧୨: ଦିଲ୍ଲୀ ସୀମାରେ ବର୍ଷେରୁ ଊର୍ଦ୍ଧ୍ୱ ସମୟ ଧରି ବିକ୍ଷୋଭରତ କୃଷକମାନେ ଆନ୍ଦୋଳନରୁ ଓହରିପାରନ୍ତି। କେନ୍ଦ୍ର ସରକାର ୩ ବିବାଦୀୟ କୃଷି ଆଇନ ପ୍ରତ୍ୟାହାର କରିନେବା ପରେ କୃଷିଜାତ ସାମଗ୍ରୀଗୁଡ଼ିକର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ପ୍ରଦାନ ପାଇଁ ବିଚାର କରୁଥିବାରୁ ନିକଟ ଭବିଷ୍ୟତରେ ଏହି ଆନ୍ଦୋଳନର ପରିସମାପ୍ତି ଘଟିପାରେ। ଏମ୍‌ଏସ୍‌ପି ସମେତ ଅନ୍ୟ ପ୍ରସଙ୍ଗଗୁଡ଼ିକ ଉପରେ ଆଲୋଚନା ପାଇଁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ସଂଯୁକ୍ତ କିଷାନ ମୋର୍ଚ୍ଚା (ଏସ୍‌କେଏମ୍‌)କୁ ଶୁକ୍ରବାର ରାତିରେ ଫୋନ୍‌ କରିବା ପରେ ଶନିବାର ଚାଷୀ ନେତା ଯୁଦ୍ଧବୀର ସିଂ ଏହି ସୂଚନା ଦେଇଛନ୍ତି। ଇତିମଧ୍ୟରେ କେନ୍ଦ୍ର ସହ ଆଲୋଚନା ପାଇଁ ଏସ୍‌କେଏମ୍‌ ପକ୍ଷରୁ ଏକ ୫ ଜଣିଆ କମିଟି ଗଠନ କରାଯାଇଛି।

ଭାରତୀୟ କିଷାନ ୟୁନିୟନ୍‌ (ବିକେୟୁ) ନେତା ରାକେଶ ଟିକାଏତ୍‌ କହିଛନ୍ତି, ଏମ୍‌ଏସ୍‌ପି ସୁନିଶ୍ଚିତ କରିବା ଲାଗି ପାର୍ଲାମେଣ୍ଟରେ ଆଇନ ଆଣିବା, ଆନ୍ଦୋଳନ ବେଳେ ପ୍ରାଣ ହରାଇଥିବା କୃଷକଙ୍କ ପରିବାରକୁ କ୍ଷତିପୂରଣ ଦେବା ଏବଂ ବିକ୍ଷୋଭରତ ଚାଷୀଙ୍କ ଉପରୁ ମାମଲା ପ୍ରତ୍ୟାହାର କରିବା ଭଳି ଦାବିଗୁଡ଼ିକୁ ନେଇ ସରକାରଙ୍କ ସହ ଆଲୋଚନା ହେବ। ଏଥିପାଇଁ ଏସ୍‌କେଏମ୍‌ ପକ୍ଷରୁ ଶନିବାର ସିଂଘୁ ସୀମାରେ ଅନୁଷ୍ଠିତ ବୈଠକରେ ଏକ କମିଟି ଗଠନ କରାଯାଇଛି। ଏଥିରେ କୃଷକ ନେତା ବଲବୀର ସିଂ ରାଜଓ୍ବୋଲ, ଅଶୋକ ଧାଓ୍ବଲେ, ଶିବ କୁମାର କକ୍କା, ଗୁର୍‌ନାମ ସିଂ ଚନ୍ଦୁନି ଓ ଯୁଦ୍ଧବୀର ସିଂଙ୍କୁ ସଦସ୍ୟ ରଖାଯାଇଛି। ଏସ୍‌କେଏମ୍‌ର ପରବର୍ତ୍ତୀ ବୈଠକ ଆସନ୍ତା ୭ ତାରିଖ ପୂର୍ବାହ୍ନ ୧୧ଟାରେ ହେବ। ଉକ୍ତ ବୈଠକରେ ଭବିଷ୍ୟତ କାର୍ଯ୍ୟପନ୍ଥା ସ୍ଥିର କରାଯିବ। ଅନ୍ୟପକ୍ଷେ ବୈଠକ ପରେ କୃଷକ ନେତା ଡ. ଦର୍ଶନ ପାଲ ସିଂ କହିଛନ୍ତି, ସମସ୍ତ ଚାଷୀଙ୍କ ଉପରୁ ମାମଲା ପ୍ରତ୍ୟାହାର ନେଇ କେନ୍ଦ୍ର ସରକାର ଲିଖିତ ପ୍ରତିଶ୍ରୁତି ନ ଦେବା ଯାଏ ସିଂଘୁ ସୀମାରୁ ହଟିବାର ପ୍ରଶ୍ନ ଉଠୁନାହିଁ। ଏନେଇ ସରକାରଙ୍କୁ ସ୍ପଷ୍ଟ ସଙ୍କେତ ଦିଆଯାଇଛି। ୫ ଜଣିଆ କମିଟି ସଦସ୍ୟ ଅଶୋକ ଧାଲଓ୍ବେ କହିଛନ୍ତି, ଶହୀଦ ଚାଷୀଙ୍କ ପରିବାରକୁ କ୍ଷତିପୂରଣ ଦେବା, ମିଥ୍ୟା ମାମଲା ହଟାଇବା ଏବଂ ଲଖିମପୁର ଖେରି ହିଂସା ପ୍ରସଙ୍ଗ ନେଇ ମଧ୍ୟ ବୈଠକରେ ଆଲୋଚନା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri