ଅଶ୍ୱିନୀ କୁମାରଙ୍କ ଇସ୍ତଫା ପରେ ତେଜିଲା ରାଜନୀତି: କଂଗ୍ରେସ ନେତୃତ୍ୱ ଉପରେ ବର୍ଷିଲେ ଜି-୨୩ ନେତା

ନୂଆଦିଲ୍ଲୀ,୧୬।୨: ପଞ୍ଜାବରେ ବିଧାନସଭା ନିର୍ବାଚନର ୫ଦିନ ପୂର୍ବରୁ ପୂର୍ବତନ କେନ୍ଦ୍ର ଆଇନ ମନ୍ତ୍ରୀ ତଥା ବରିଷ୍ଠ ନେତା ଅଶ୍ୱିନୀ କୁମାର ଦଳ ଛାଡିବା ପରେ କଂଗ୍ରେସରେ ହଇଚଇ ସୃଷ୍ଟି ହୋଇଛି। ଦୀର୍ଘ ୪୬ ବର୍ଷ ପରେ ବରିଷ୍ଠ ନେତା ଦଳ ଛାଡ଼ିବା ନେଇ କଂଗ୍ରେସ ହାଇକମାଣ୍ଡ ଉପରେ ବର୍ଷିଛନ୍ତି ଜି-୨୩ ନେତା। ଆନନ୍ଦ ଶର୍ମା, ଗୁଲାମ ନବୀ ଆଜାଦ ଓ ହରିଆଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପିନ୍ଦର ସିଂହ ହୁଡ୍ଡାଙ୍କ ସମେତ ବହୁ ବରିଷ୍ଠ ନେତା ଅଶ୍ୱିନୀ କୁମାର କଂଗ୍ରେସର ହାତ ଛାଡ଼ିବା ପରେ ଦୁଃଖ ପ୍ରକାଶ କରିଛନ୍ତି। ଏଥିସହ କଂଗ୍ରେସ ଦଳ ପାଇଁ ଏହା ଭଲ ନୁହେଁ ବୋଲି ସେମାନେ କହିଛନ୍ତି। ତେବେ କଂଗ୍ରେସ ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ବିବୃତ୍ତି ଆସିନାହିଁ। ଗୁଲାମ ନବୀ ଆଜାଦ କହିଛନ୍ତି, ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି ଏବଂ ଏହା ଚିନ୍ତାର ବିଷୟ। ରାଜ୍ୟ ସଭାରେ କଂଗ୍ରେସର ଡେପୁଟି ନେତା ଆନନ୍ଦ ଶର୍ମା, ଲୋକ ସଭା ଏମ୍‌ପି ମନୀଷ ତିୱାରୀ କହିଛନ୍ତି, ଏହି ସମୟରେ ଦଳକୁ ଅନୁଧ୍ୟାନ କରିବା ଆବଶ୍ୟକ ରହିଛି। କେବଳ ସେତିକି ନୁହେଁ ଯଦି ଦଳରେ ଏଭଳି ସ୍ଥିତି ଲାଗି ରୁହେ ତେବେ ବିଧାନସଭା ନିର୍ବାଚନରେ ଦଳ ଏକ ବଡ଼ କ୍ଷତି ସହିବା ସହ ବଡ଼ ପରିବର୍ତ୍ତନ ହୋଇପାରେ ବୋଲି ଜି-୨୩ ନେତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri