ଗଞ୍ଜାମ ପରେ ଖୋର୍ଦ୍ଧା ସ୍ଥିତି ସଙ୍ଗିନ

ଭୁବନେଶ୍ୱର, ୧୯। ୭(ବ୍ୟୁରୋ): ରାଜ୍ୟର ୫ କରୋନା ହଟ୍‌ସ୍ପଟ୍‌ ଜିଲା ମଧ୍ୟରେ ରହିଛି ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ ଓ ଯାଜପୁର। ତେବେ ଗଞ୍ଜାମ ଜିଲାରେ ମହାମାରୀ ଭୟଙ୍କର ରୂପ ନେଇଥିବାବେଳେ ପ୍ରତିଦିନ ଏଠାରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ଏକାଧିକ ଜୀବନ ଯାଉଛି। ଏବେ ଏହା ତଳକୁ ଖୋର୍ଦ୍ଧା ଜିଲା ରହିଛି। ଗଞ୍ଜାମ ସଂକ୍ରମିତଙ୍କ ପାଇଁ ରାଜଧାନୀରେ ସଂକ୍ରମଣ ବଢ଼ିଥିବା କୁହାଯାଉଥିବାବେଳେ ଏବେ ପୂରା ଖୋର୍ଦ୍ଧା ଜିଲାରେ ସ୍ଥିତି ଉତ୍କଟ ହେବାରେ ଲାଗିଛି। ଦ୍ୱିତୀୟ ସର୍ବାଧିକ ସଂକ୍ରମିତ ଜିଲାର ସ୍ଥାନ ନେଇଛି ଖୋର୍ଦ୍ଧା। ଶେଷ ୨୪ ଘଣ୍ଟାରେ ରାଜ୍ୟରେ ୫୯୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୯୪ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଥିବାବେଳେ ୧୯୭ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୬,୭୦୧ରେ ପହଞ୍ଚତ୍ଛି। ଏଥିମଧ୍ୟରୁ ଗଞ୍ଜାମରେ ସବୁଠୁ ଅଧିକ ୫,୨୮୦ଜଣ ଓ ଖୋର୍ଦ୍ଧା ଜିଲାରେ ଦ୍ୱିତୀୟ ସର୍ବାଧିକ ୧,୮୬୫ଜଣ ଆକ୍ରାନ୍ତ ହୋଇଛନ୍ତି। ଶନିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ, ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରେ ସର୍ବାଧିକ ୧୮୨ ଥିବାବେଳେ ଖୋର୍ଦ୍ଧାରୁ ୧୨୧, କଟକ ୩୮, ବରଗଡ଼ ୩୫, ଜଗତ୍‌ସିଂହପୁର, ମୟୂରଭଞ୍ଜ ଓ ନବରଙ୍ଗପୁରରୁ ୨୨ଜଣ ଲେଖାଏ, ସମ୍ବଲପୁର ୨୦, ଯାଜପୁର ୧୯, ସୁନ୍ଦରଗଡ଼ ୧୮, ବାଲେଶ୍ୱର ୧୩, ନୟାଗଡ଼ ୧୧, ବଲାଙ୍ଗୀର ଓ ଢେଙ୍କାନାଳରୁ ୯ଜଣ ଲେଖାଏ, ମାଲକାନଗିରି ଓ କେନ୍ଦ୍ରାପଡ଼ାରୁ ୮ଜଣ ଲେଖାଏ, କେନ୍ଦୁଝର ଓ ପୁରୀରୁ ୬ଜଣ ଲେଖାଏ, ବୌଦ୍ଧ ଓ ଝାରସୁଗୁଡ଼ାରୁ ୫ଜଣ ଲେଖାଏ, କୋରାପୁଟ ୪, ଦେବଗଡ଼ ଓ ଭଦ୍ରକରୁ ୩ଜଣ ଲେଖାଏ ଏବଂ ଅନୁଗୋଳ ଓ ରାୟଗଡ଼ା ଜିଲାରୁ ଜଣେ ଲେଖାଏ ରହିଛନ୍ତି। ସେପଟେ ରାଜ୍ୟରେ କରୋନାରେ ଆଉ ୩ଜଣଙ୍କର ମୃତ୍ୟୁ ହୋଇଛି। ଦୁଇଜଣ ପୁରୁଷ ଗଞ୍ଜାମ ଜିଲାର ହୋଇଥିବାବେଳେ ବୟସ ଯଥାକ୍ରମେ ୬୩ ଓ ୬୦ବର୍ଷ ରହିଛି। ସେହିଭଳି ଗଜପତି ଜିଲାର ଜଣେ ମୃତକ ହେଉଛନ୍ତି ୪୮ବର୍ଷୀୟ ମହିଳା। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୬ରେ ପହଞ୍ଚତ୍ଛି। ଗଞ୍ଜାମରେ ୫୨ଜଣଙ୍କ ଜୀବନ କରୋନା ନେଇଥିବାବେଳେ ୩ଜଣଙ୍କର ଅନ୍ୟ ରୋଗରେ ମୃତ୍ୟୁ ଘଟିଛି। ଆକ୍ରାନ୍ତ ଭଳି ମୃତ୍ୟୁ ସଂଖ୍ୟାରେ ଖୋର୍ଦ୍ଧା ଜିଲା ଦ୍ୱିତୀୟରେ ରହିଛି। ଏଠାରେ ୧୩ଜଣଙ୍କର କରୋନାଜନିତ ମୃତ୍ୟୁ ଘଟିଥିବାବେଳେ ୬ଜଣ ଆକ୍ରାନ୍ତଙ୍କ ଅନ୍ୟ ରୋଗରେ ଜୀବନ ଯାଇଛି। ନୂଆ ମୃତକଙ୍କୁ ମିଶାଇ ଗଜପତିରେ ଏହି ମୃତ୍ୟୁସଂଖ୍ୟା ୩ରେ ପହଞ୍ଚତ୍ଛି। ଅନ୍ୟପଟେ ରାଜ୍ୟର ୨୧ ଜିଲାରୁ ପୁଣି ୬୦୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି। ଗଞ୍ଜାମ ଜିଲାରେ ସର୍ବାଧିକ ୨୭୯ଜଣ ଓ ଖୋର୍ଦ୍ଧାରେ ୫୦ଜଣ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ଏବେ ମୋଟ ଆରୋଗ୍ୟ ସଂଖ୍ୟା ୧୧,୯୩୭କୁ ବୃଦ୍ଧି ପାଇଛି। ଗଞ୍ଜାମ ଜିଲାରେ ଆରୋଗ୍ୟଙ୍କ ସଂଖ୍ୟା ୩,୫୫୪ରେ ପହଞ୍ଚତ୍ଛି ଓ ଆଉ ୧,୬୭୧ ସକ୍ରିୟ ସଂକ୍ରମିତ ରହିଛନ୍ତି। ସେହିଭଳି ଖୋର୍ଦ୍ଧା ଜିଲାରେ ସୁସ୍ଥ ହୋଇଥିବା କରୋନା ରୋଗୀଙ୍କ ସଂଖ୍ୟା ୧,୦୯୦ ରହିଥିବାବେଳେ ୭୫୬ଜଣ ସକ୍ରିୟ ରୋଗୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri