Posted inଜାତୀୟ

ଗମ୍ଭୀରଙ୍କ ପରେ ରାଜନୀତିରୁ ସନ୍ନ୍ୟାସ ନେଇ ଘୋଷଣା କଲେ ଭାଜପା ଏମ୍‌ପି ଜୟନ୍ତ ସିହ୍ନା

ନୂଆଦିଲ୍ଲୀ,୨।୩: ନିର୍ବାଚନ ଲଢ଼ିବେ ନାହିଁ ଭାଜପା ଏମ୍‌ପି ଜୟନ୍ତ ସିହ୍ନା। କ୍ରିକେଟର ଗୌତମ ଗମ୍ଭୀରଙ୍କ ପରେ ଝାଡ଼ଖଣ୍ଡ ହଜାରିବାଗରୁ ଏମ୍‌ପି ଥିବା ଜୟନ୍ତ ମଧ୍ୟ ସକ୍ରିୟ ରାଜନୀତିରୁ ବିଦାୟ ନେଇଛନ୍ତି। ଭାଜପା ପକ୍ଷରୁ ପ୍ରାର୍ଥୀ ତାଲିକା ଘୋଷଣା କରାଯିବା ପୂର୍ବରୁ ସେ ନିଜଆଡ଼ୁ ନିର୍ବାଚନ ଲଢ଼ିବେ ନାହିଁ ବୋଲି କହିଛନ୍ତି। ଏପରିକି ନିର୍ବାଚନ ଦାୟିତ୍ୱରୁ ତାଙ୍କୁ ମୁକ୍ତ କରିବାକୁ ଦଳକୁ ଅନୁରୋଧ କରିଛନ୍ତି। ତେବେ ନିଜର ନିଷ୍ପତ୍ତି ନେଇ ସେ ଦଳର ମୁଖ୍ୟ ଜେ ପି ନଡ୍ଡାଙ୍କୁ ସୂଚନା ଦେବା ସହ ଶନିବାର ସୋସିଆଲ ମିଡିଆ ‘ଏକ୍ସ’ ଆକାଉଣ୍ଟରେ ଏକ ପୋଷ୍ଟ କରି ଜଣାଇଛନ୍ତି।

ନିଜ ପୋଷ୍ଟରେ ଜୟନ୍ତ ଲେଖିଛନ୍ତି, ‘ମୋତେ ପ୍ରତ୍ୟକ୍ଷ ନିର୍ବାଚନ ଦାୟିତ୍ୱରୁ ମୁକ୍ତ କରିବା ପାଇଁ ମୁଁ ଦଳର ସଭାପତି ଜେ ପି ନଡ୍ଡାଙ୍କୁ କହିଛି। ଦେଶ ସହ ବିଶ୍ୱରେ ହେଉଥିବା ଜଳବାୟୁ ପରିବର୍ତ୍ତନ ସମସ୍ୟାର ସମାଧାନ ଉପରେ ଅଧିକ ଧ୍ୟାନ ଦେବା ଲାଗି ମୁଁ ଏଭଳି ନିଷ୍ପତ୍ତି ନେଇଛି। ହେଲେ ମୁଁ ଆର୍ଥିକ ଏବଂ ଶାସନ ସମ୍ବନ୍ଧୀୟ ପ୍ରସଙ୍ଗରେ ଦଳ ସହ କାର୍ଯ୍ୟ ଜାରି ରଖିବି। ମୋତେ ଗତ ୧୦ ବର୍ଷ ଧରି ଭାରତ ଏବଂ ହଜାରିବାଗବାସୀଙ୍କ ସେବା କରିବାର ସୌଭାଗ୍ୟ ମିଳିଛି। ଏଥିସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ଭାଜପା ନେତୃବୃନ୍ଦ ମୋତେ ସୁଯୋଗ ଦେଇଥିବାରୁ ସମସ୍ତଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି। ’

କହିରଖୁଛୁ, ଜୟନ୍ତ ପୂର୍ବତନ ଅର୍ଥମନ୍ତ୍ରୀ ଯଶୋବନ୍ତ ସିହ୍ନାଙ୍କ ପୁଅ। ସେ ମୋଦି ସରକାରଙ୍କ ପ୍ରଥମ ପାଳିରେ ଅର୍ଥମନ୍ତ୍ରୀ (ରାଜ୍ୟ) ଭାବେ କାର୍ଯ୍ୟ କରିଥିଲେ। ୨୦୧୪ ଓ ୨୦୧୯ରେ ହଜାରିବାଗ ଆସନରୁ ନିର୍ବାଚନ ଲଢ଼ି ବିପୁଳ ଭୋଟ୍‌ରେ ବିଜୟ ଲାଭ କରିଥିଲେ ସେ। ତାଙ୍କ ବାପା ଯଶବନ୍ତ ସିହ୍ନା ମଧ୍ୟ ହଜାରିବାଗର ଏମପି ଥିଲେ। ଏହାଛଡ଼ା ତତ୍କାଳୀନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ ମନ୍ତ୍ରୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri