୧୫୫ ଖଣ୍ଡ ଭୋଟ ମିଳିବା ପରେ ଟ୍ରୋଲ ହେଉଛନ୍ତି ଏହି ଅଭିନେତା: ଜବାବ ମିଳିଲା ଏମିତି…

ପୁଣେ,୨୫।୧୧: ନଭେମ୍ବର ୨୦ରେ ମହାରାଷ୍ଟ୍ରରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା ଏବଂ ନଭେମ୍ବର ୨୩ରେ ଭୋଟ ଗଣତି ପରେ ଫଳାଫଳ ଘୋଷଣା କରାଯାଇଥିଲା। ଏହି ନିର୍ବାଚନରେ ଅନେକ ପ୍ରାର୍ଥୀ ଚର୍ଚ୍ଚାରେ ଥିଲେ। ଏଥିରେ ସବୁଠୁ ଆଗରେ ଥିଲେ ଅଭିନେତା ଏଜାଜ ଖାନ। ସେ ମୁମ୍ବାଇର ଭର୍ସୋଭା ଆସନରୁ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ଚନ୍ଦ୍ରଶେଖରଙ୍କ ପାର୍ଟି ଆଜାଦ ସମାଜ ପାର୍ଟି (କାନସି ରାମ)ରୁ ଏଜାଜଙ୍କୁ ଟିକେଟ ମିଳିଥିଲା। କିନ୍ତୁ ତାଙ୍କୁ ମାତ୍ର ୧୫୫ ଭୋଟ ମିଳିଥିଲା। ଏବେ ସେ ସୋସିଆଲ ମିଡିଆରେ ଟ୍ରୋଲ ହେଉଛନ୍ତି। ଏବେ ଏଜାଜ ଏକ ଭିଡିଓ ଜରିଆରେ ଟ୍ରୋଲରଙ୍କୁ କଡ଼ା ଜବାବ ଦେଇଛନ୍ତି।

ଭିଡିଓରେ ଏଜାଜ କହିଛନ୍ତି, ଆପଣମାନେ ମୋତେ ଟ୍ରୋଲ କରୁଛନ୍ତି ଏବଂ କହୁଛନ୍ତି ଯେ ମୋତେ ଏତେ ଭୋଟ ମିଳିଛି। ମୋତେ ଏଥିରେ କିଛି ଫରକ ପଡେ ନାହିଁ। ମୁଁ ଜଣେ ସମାଜ ସେବକ ଏବଂ ଆଗକୁ ମଧ୍ୟ ମୁଁ ଲୋକଙ୍କ ସହ ରହିବି। ସୂଚନାଯୋଗ୍ୟ ଯେ, ଏଜାଜ ପ୍ରଥମ ଥର ପାଇଁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ।

 

View this post on Instagram

 

A post shared by Ajaz Khan (@imajazkhan)


Enter your email to get our daily news in your inbox.

All Right Reserved By Dharitri.Com

ମୁଜାଗଡ ପୋଷ୍ଟମାଷ୍ଟରଙ୍କ ଦୁର୍ଘଟଣାରେ ମୃତ୍ୟୁ, ସନ୍ଦେହରେ ପରିବାର ଲୋକେ

ଭଞ୍ଜନଗର,୨୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ ପୋଷ୍ଟମାଷ୍ଟର ନାରାୟଣ ପାତ୍ର (୫୫)ଙ୍କର ବୁଧବାର ରାତିରେ ଏକ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଦୁର୍ଘଟଣା କେଉଁଭଳି...

ଆରାବଳୀର ଅପୂରଣୀୟ କ୍ଷତି କରିପାରେ ବେଆଇନ ଖନନ

ନୂଆଦିଲ୍ଲୀ,୨୨ା୧: ଆରାବଳୀ ପର୍ବତମାଳାରେ ବେଆଇନ ଖନନ ଯୋଗୁ ଏହାର ପରିବେଶ ପାଇଁ ଅପୂରଣୀୟ କ୍ଷତି ହୋଇପାରେ ବୋଲି ବୁଧବାର ସୁପ୍ରିମକୋର୍ଟ କହିଛନ୍ତି। ବିଭିନ୍ନ କ୍ଷେତ୍ରରେ ଅଭିଜ୍ଞତାସମ୍ପନ୍ନ...

ଦିଲ୍ଲୀ ପ୍ରଦୂଷଣ: କେନ୍ଦ୍ରକୁ କାର୍ଯ୍ୟ ଯୋଜନା ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୧: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଛି। ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ଖରାପ ହେବାରେ ଲାଗିଥିବାବେଳେ ଏଥିରେ ସୁଧାର ଆଣିବା...

ମହିଳାଙ୍କ ପାଇଁ ଖୁସି ଖବର, ଆଜି ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨୨।୧: ଅପେକ୍ଷାର ଅନ୍ତ ଘଟିବ। ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା। ତେବେ ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ମହିଳାମାନେ ଏହି...

ବାଙ୍କୀରେ ଧାନମଣ୍ଡି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ

ବାଙ୍କୀ,୨୨ା୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଉପଖଣ୍ଡରେ ଚଳିତବର୍ଷ ୪୯ ପ୍ରାଥମିକ କୃଷି ସେବା ସମବାୟ ସମିତି (ପାକ୍ସ)ରେ ମଣ୍ଡି ଖୋଲିବାକୁ...

ଆକ୍ସନ ମୋଡରେ ଭାଜପା ଅଧ୍ୟକ୍ଷ! ୮ ଘଣ୍ଟାର ବୈଠକରେ ୫ ରାଜ୍ୟର ନିର୍ବାଚନକୁ ନେଇ ମନ୍ଥନ

ନୂଆଦିଲ୍ଲୀ,୨୨।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ, ନୀତିନ ନବୀନ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଦିଲ୍ଲୀର ଭାଜପା ମୁଖ୍ୟାଳୟରେ ଚାଲିଥିବା...

ଜାନୁଆରୀରେ ୧.୫% ଦୁର୍ବଳ ହେଲାଣି ଟଙ୍କା

ମୁମ୍ବାଇ,୨୨ା୧(ବ୍ଲୁମ୍‌ବର୍ଗ/ପି.ଟି.): ୨୦୨୫ ଡିସେମ୍ବର ୧୬ରେ ଭାରତୀୟ ମୁଦ୍ରା ୯୧.୧୪ ଟଙ୍କାକୁ ଖସି ସର୍ବକାଳୀନ ନିମ୍ନସ୍ତରକୁ ଛୁଇଁଥିଲା। ସେବେଠୁ ଅଦ୍ୟାବଧି ଟଙ୍କା ୧.୫% ଦୁର୍ବଳ ହୋଇଥିବା ଫରେକ୍ସ ଟ୍ରେଡର୍ସ...

ଆକାଶରେ ପରିବର୍ତ୍ତନ

ମଣିଷ ଆଭ୍ୟନ୍ତରୀଣ ଉପତ୍ୟକାରୁ ଉପକୂଳ, ଜଙ୍ଗଲରୁ ପର୍ବତ ଅଞ୍ଚଳକୁ ସ୍ଥାନାନ୍ତର ହୋଇଥିବାରୁ ତାହା ବିଭିନ୍ନ କାହାଣୀ ଓ ସଙ୍କେତ ବହନ କରିଥିଲା। ସେମାନଙ୍କ ସହ ଆକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri