ମା’ବାପାଙ୍କୁ ଖାଇବାରେ ନିଶାଦେଇ ରାତିଅଧରେ ଘରୁ ୨୫ ହଜାର ଟଙ୍କା ନେଇ ଚମ୍ପଟ ମାରିଲେ ଝିଅ ପରେ…

ରସୁଲପୁର,୧।୨(ରଞ୍ଜିତ ରାଉତ): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ନଠୁଆବର ପଞ୍ଚାୟତର ଜଣେ ନାବାଳିକା ତାଙ୍କ ମା’ବାପାଙ୍କୁ ଖାଇବାରେ ନିଶା ଦେଇ ଫେରାର ହୋଇ ଯାଇଛନ୍ତି। ନିଶା ପ୍ରଭାବରେ ଦମ୍ପତିଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡ଼ି ଯାଇଛି। ସେମାନଙ୍କୁ ଯାଜପୁର ଜିଲା ମୁଖ୍ୟ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଯାଉଛି। ନାବାଳିକା ଜଣକ ବୁଧବାର ରାତିରେ ଖାଇବାରେ ନିଶା ମିଶାଇ ଦେଇଥିଲେ। ନିଶାଯୁକ୍ତ ଖାଦ୍ୟ ଖାଇ ତାଙ୍କ ମା’ବାପା ଶୋଇପଡ଼ିଥିଲେ। ଏହି ସୁଯୋଗରେ ନାବାଳିକା ଜଣକ ଘରୁ ଫେରାର ହୋଇଯାଇଥିଲେ। ଗଲାବେଳେ ସେ ସାଙ୍ଗରେ ୨୫ହଜାର ଟଙ୍କା ସହ ସୁନା ଅଳଙ୍କାର ନେଇ ଯାଇଥିବା ଜଣାଯାଇଛି। ତେବେ ନାବାଳିକାଜଣକ ନିଶା ବଟିକା କେଉଁଠୁ ଆଣିଲେ, ଏହି ବଟିକା କିଣିବା ପଛରେ ଆଉ କାହାର ସହଯୋଗ ରହିଛି କି ତାହା ଏବେ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ନିଶା ବଟିକା କ୍ରୟ ହୋଇଥିବା ଦୋକାନ ଓ ବିନା ଡାକ୍ତରୀ ଚିଠାରେ କିଭଳି ଏହି ବଟିକା ବିକ୍ରି କରାଗଲା ସେ ସବୁ ଦିଗକୁ ନେଇ ତଦନ୍ତ କରାଗଲେ ସତ୍ୟାସତ୍ୟ ପ୍ରଘଟ ହୋଇପାରିବ ବୋଲି କୁହାଯାଉଛି। ଏନେଇ କୁଆଖିଆ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ପୋଲିସ ସୂତ୍ରରୁ ଜଣାଯାଇଛି। ତେବେ ପୋଲିସ ନିଜ ଆଡୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରିବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri