ସାଲେପୁରରୁ ଟିକେଟ ମିଳିବା ପରେ ଏମିତି ପ୍ରତିକ୍ରିୟା ଦେଲେ ଅରିନ୍ଦମ, କହିଲେ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ତାଲିକାରେ ସାଲେପୁରରୁ ଅରିନ୍ଦମ ରାୟଙ୍କୁ ଟିକେଟ ମିଳିଛି। ଏହାକୁ ନେଇ ଖୁସି ପ୍ରକାଶ କରି ଅରିନ୍ଦମ ପ୍ରତିକ୍ରିୟା ରଖି କହିଛନ୍ତି, ମୁଁ ଯେତେବେଳେ ଆସିଥିଲି, ଦଳ ପାଇଁ କାମ କରିବାକୁ ଆସିଥିଲି। ଓଡ଼ିଶାବାସୀଙ୍କ ପାଇଁ କାମ କରିବାକୁ ଆସିଥିଲି। ମୋର ଟିକେଟ ପାଇବାର ଲାଳସା ନ ଥିଲା। ହେଲେ ଭାଜପା ମୋ’ ଉପରେ ବିଶ୍ୱାସ ଦେଖାଇଛି। ସାଲେପୁର ଯାଇ ଜନସାଧାରଣଙ୍କ ପାଇଁ କାମ କରିବାକୁ ମୋତେ କୁହାଯାଇଛି। ନିଶ୍ଚିତ ଭାବେ ମୁଁ କାମ କରିବି। ପ୍ରତ୍ୟେକଟି ଲୋକଙ୍କୁ ଚିହ୍ନିବି। ଏତିକି ପ୍ରତିଶ୍ରୁତି ଦେଉଛି ମୋତେ ଯେତେବେଳେ, ଯେଉଁ ସମୟରେ ଖୋଜିବେ ତାଙ୍କ ପାଖରେ ନିଶ୍ଚିତ ପାଇବେ। ପ୍ରଥମେ ଲୋକମାନଙ୍କୁ ଭେଟି ତାଙ୍କ କଥା ଶୁଣିବି, ତାପରେ ଆଗାମୀ ଦିନରେ କ’ଣ କାମ କରିବି ତାହା ନିଷ୍ପତ୍ତି ନେବି। ହାତରେ କମ୍‌ ସମୟ ରହିଛି। ହେଲେ ଏବେ ଭାଜପା ଲହର ରହିଛି। ସାଲେପୁରବାସୀ ବିଜେଡି ଗଡ଼କୁ ଭାଙ୍ଗିବେ। ଏଥର ଭାଜପା ହିଁ ଉଭୟ ଏମ୍‌ପି ଏବଂ ବିଧାୟକ ପ୍ରାର୍ଥୀ ଜିତିବ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି; କେସିଙ୍ଗାରେ ବିକାଶ ଧାରା,ଓଡିଶା ସାରା

କେସିଙ୍ଗା,୨୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ଏକ ଭିଡିଓ କନଫରେନ୍ସ ଦ୍ଵାରା ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା, ଓଡିଶା…

ବୈଭବଙ୍କୁ ଟପିଯିବେ ସାନ ଭାଇ ଆଶୀର୍ବାଦ! ପୁଣି ମାରିଲେ ବିସ୍ଫୋରକ ଶତକ, ଚୌକା-ଛକା ବର୍ଷା ଦେଖି… 

ନୂଆଦିଲ୍ଲୀ,୨୪।୬: କ୍ରିକେଟଜଗତରେ ଏବେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ନେଇ ଉତ୍ସାହ ବଢ଼ୁଛି। ସେ କେବେ ନୀଳ ଜର୍ସିି ପିନ୍ଧି ମଇଦାନକୁ ଓହ୍ଲାଇବେ ସେଦିନକୁ…

ଜମିରେ କରୁଥିଲେ କାମ, ବଜ୍ରପାତରେ ଚାଲିଗଲା ମହିଳାଙ୍କ ଜୀବନ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମାଗୁର ଆମ୍ବଠା  ଗ୍ରାମ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଚାଷ ଜମିରେ କାମ…

ଦଶମ ପରୀକ୍ଷାଫଳ, ସାନଖେମୁଣ୍ଡି ବ୍ଲକ ଟପ୍ପରଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ଖୋଲଡ଼ି ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରାକ୍ତନ ଛାତ୍ରୀ ଇସିତା ସାହୁଙ୍କୁ ସମ୍ବର୍ଦ୍ଧିତ…

ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଣୀ ଭାବେ ଦାୟିତ୍ଵ ଗ୍ରହଣ କଲେ ସୁଚିତ୍ରା ପାଣିଗ୍ରାହୀ, କହିଦେଲେ ବଡ଼ କଥା

ଛତ୍ରପୁର,୨୪।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ନୂତନ ଶିକ୍ଷା ଅଧିକାରୀଣୀ (ବି.ଇ.ଓ.) ଭାବେ ସୁଚିତ୍ରା କୁମାରୀ ପାଣିଗ୍ରାହୀ ଦାୟିତ୍ଵ ଗ୍ରହଣ କରିଛନ୍ତି। ସେ ୨୦୨୧ ବ୍ୟାଚର…

ଦୁଇ ମାସ ନପୂରୁଣୁ ଭାଙ୍ଗିଲା ଗାଡୱାଲ, ରାସ୍ତା ଦବିବାକୁ ନେଇ ଅସନ୍ତୋଷ ଲୋକେ

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହରର ଅଧିକାଂଶ ୱାର୍ଡ ବା ସାହିରେ ନିର୍ମାଣ ହୋଇଛି ଫେବର ବ୍ଲକ ରାସ୍ତା । ଆଉ କିଛି ସାହିରେ ବର୍ତ୍ତମାନ ମଧ୍ୟ…

ପାକିସ୍ତାନରେ ପଶିଲା ଭାରତୀୟ ବିମାନ! ଇସଲାମାବାଦରେ ହଲଚଲ୍, ଯାତ୍ରୀ…

ଇସଲାମବାଦ,୨୪।୬: ଗତ ସୋମବାର ରାତିରେ, ଦିଲ୍ଲୀରୁ ଅମୃତସର ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ (AI-479) ଏକ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ତା’ର ନିର୍ଦ୍ଧାରିତ ପଥରୁ ବାହାରି…

ଖାମେନେଇଙ୍କ ଅନ୍ତିମ ସଂସ୍କାର ପାଇଁ ମୋଦିଙ୍କୁ ନିମନ୍ତ୍ରଣ, ଯୋଗଦେବେକି ପ୍ରଧାନମନ୍ତ୍ରୀ?

ତେହରାନ୍‌,୨୪ା୬: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇ ଆମେରିକା-ଇସ୍ରାଏଲ ଆକ୍ରମଣରେ ପ୍ରାଣ ହରାଇଥିଲେ। ତାଙ୍କର ମୃତ୍ୟୁ ଫେବୃଆରୀ ୨୮ ତାରିଖରେ ହୋଇଥିଲା। ତାଙ୍କର ଅନ୍ତିମ ସଂସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri