ଜୀବନ ଦେବୁ ପଛେ, ଇଞ୍ଚେ ଜମି ଦେବୁନାହିଁ: ପ୍ରକଳ୍ପକୁ ବିରୋଧ କରି ରାଜରାସ୍ତାକୁ ଓହ୍ଲାଇଲେ ଲୋକେ

କେନ୍ଦୁଝର,୨୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇ ବ୍ଲକ କରଦାଙ୍ଗି ପଞ୍ଚାୟତ ଅନ୍ତର୍ଗତ ଚକଦରଠାରେ ସମାକୋଇ ନଦୀରେ ପ୍ରସ୍ତାବିତ ସମାକୋଇ-ଚକଦର ଜଳ୍‌ସେଚନ ପ୍ରକଳ୍ପକୁ ବିରୋଧ କରି ଆଜି ୧୨ ଘଣ୍ଟିଆ ତେଲକୋଇ ବନ୍ଦ ଡାକରା ଦିଆଯାଇଛି। ସମାକୋଇ-ଚକଦର ପ୍ରକଳ୍ପ ସମନ୍ବୟ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆ ଯାଇଛି।
ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ ହୋଇ,ରାଜ୍ୟ ସରକାର ଚଳିତ ବଜେଟରେ ସମାକୋଇ-ଚକଦର ପ୍ରକଳ୍ପ ନିର୍ମାଣ ପାଇଁ ଅର୍ଥ ବ୍ୟବସ୍ଥା କରିଥିବାରୁ ଦଳମତ ନିର୍ବିଶେଷରେ ଏହାକୁ ବିରୋଧ କରାଯାଇଛି। ତେଲକୋଇର ଚାରିଗଡ କଲେଜ ପଡ଼ିଆରୁ ଅପରାହ୍ନ ୧୧ଟା ବେଳେ ଏକ ବିଶାଳ ଶୋଭାଯାତ୍ରା ବାହାରି ବଜାର ପରିକ୍ରମା କରି ତହସିଲ କାର୍ଯ୍ୟାଳୟରେ ପହଞ୍ଚି ତହସିଲଦାରଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରସ୍ତାବିତ ସମାକୋଇ-ଚକଦର ପ୍ରକଳ୍ପକୁ ସଂପୂର୍ଣ୍ଣ ବନ୍ଦ ପାଇଁ ସ୍ମାରକପତ୍ର ପ୍ରଦାନ କରାଯିବ।
ସ୍ଥାନୀୟ ଜନସାଧାରଣ ଦୀର୍ଘ ୪୬ ବର୍ଷ ଧରି ଏହି ପ୍ରକଳ୍ପକୁ ବିରୋଧ କରି ଆସୁଛନ୍ତି,ଏହାକୁ କାର୍ଯ୍ୟକାରୀ କରିବାକୁ ୧୯୭୮ରେ ଶୁଭ ଦିଆଯାଇଥିଲା। ସମାକୋଇ ନଦୀର ତଳମୁଣ୍ଡ ଚକଦରଠାରେ ଏହା ନିର୍ମାଣ ହେଲେ କେନ୍ଦୁଝର ଜିଲାର ତେଲକୋଇ ବ୍ଲକର ଅଧିକାଂଶ ଅଞ୍ଚଳ ଜଳମଗ୍ନ ହେବା ସହିତ ବହୁ ଲୋକ ବିସ୍ଥାପିତ ହେବା ସମ୍ଭାବନା ରହିଛି। ଏହାଦ୍ବାରା କେନ୍ଦୁଝର ଜିଲାର ଚାଷ ଜମିକୁ ସେଚ ସୁବିଧା ମିଳିବ ନାହିଁ। ପଡୋଶୀ ଅନୁଗୋଳ ଜିଲାର ପାଲଲହଡା ଓ କଣିହାଁ ଅଞ୍ଚଳ ଜଳ ସେଚିତ ହେବ।
ତେଲକୋଇ ବ୍ଲକର ଅନେକ ଗାଁ ଜଳମଗ୍ନ ହେବା ସହିତ ତେଲକୋଇ ଏକ ଜଳଭଣ୍ଡାରରେ ପରିଣତ ହୋଇଯିବ ବହୁ ଲୋକ ବିସ୍ଥାପିତ ହୋଇ ବାସହରା ହେବେ ବୋଲି ଆଶଙ୍କା ସୃଷ୍ଟି ହୋଇଛି। ପୂର୍ବରୁ ତେଲକୋଇ ବ୍ଲକର କାଳିଆହତା ଅଞ୍ଚଳରେ ରାମିଆଳ ନଦୀରେ ଦଣ୍ଡାଦର ଜଳ ସେଚନ ପ୍ରକଳ୍ପ ନିର୍ମାଣ ହେବା ଦ୍ବାରା ତେଲକୋଇ ବ୍ଲକର ୭ଟି ଗାଁ ଜଳମଗ୍ନ ହୋଇଛି। ଆଜିଯାଏ ଅନେକ ବାସହରା ସରକାରୀ ସହାୟତାରୁ ବଞ୍ଚିତ ହୋଇଛନ୍ତି।
ପୁଣି ତେଲକୋଇର ସମାକୋଇ ନଦୀରେ ସମାକୋଇ-ଚକଦର ପ୍ରକଳ୍ପ ନିର୍ମାଣ କରିବାକୁ ଯେଉଁ ମସୁଧା ଚାଲିଛି ତାକୁ ବିରୋଧ କରୁଛନ୍ତି ସ୍ଥାନୀୟ ଲୋକେ। ରାଜ୍ୟ ସରକାର ଅନୁଗୋଳ ସମାକୋଇ ଜଳ ସେଚନ ପ୍ରକଳ୍ପ ନିର୍ମାଣ ପାଇଁ ପାଲଲହଡା ତହସିଲ ଅନ୍ତର୍ଗତ ବିରାଳମୁଣ୍ଡାରେ ସ୍ଥାନ ନିରୂପଣ କରିସାରିଛନ୍ତି। କିନ୍ତୁ କେନ୍ଦୁଝର ଜିଲା ତେଲକୋଇ ତହସିଲ ଅନ୍ତର୍ଗତ ଚକଦରଠାରେ ନିର୍ମାଣ ପାଇଁ ଓଡିଶା ସରକାରଙ୍କ ଜଳସମ୍ପଦ ବିଭାଗ କଟକ ନଦୀ ଓ ଅନୁସନ୍ଧାନ ବିଭାଜନ ଯୋବ୍ରା ପକ୍ଷରୁ ଉଦ୍ୟମ କରୁଥିବାରୁ ଏହି ପ୍ରକଳ୍ପକୁ ଲୋକେ ବିରୋଧ କରି ଆସୁଛନ୍ତି। ଜୀବନ ଦେବୁ ପଛେ ଜମି ଦେବୁନାହିଁ ବୋଲି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri