ବ୍ରହ୍ମପୁର ଅଫିସ,୫।୨: ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ପୋଲିସ ଗୁଳିରେ ମୃତ୍ୟୁ ପରେ ବ୍ରହ୍ମପୁରରେ ଥିବା ଗୋପାଳଙ୍କ ଘର ଓ ଅନ୍ୟାନ୍ୟ ସ୍ଥାନରେ କ୍ରାଇମବ୍ରାଞ୍ଚ ଟିମ୍ ତଦନ୍ତ ଜାରି ରଖିଛି। ଡିଏସ୍ପି ଶିଶିର ମିଶ୍ରଙ୍କ ନେତୃତ୍ୱରେ ଏକ ଟିମ୍ ଗତ ୩୧ ତାରିଖରୁ ୫ ଦିନ ଧରି ବିଭିନ୍ନ ଦିଗକୁ ନେଇ ତନାଘନା ଚଳାଇଛି। ଶନିବାର ପୁଣିଥରେ ଅଭିଯୁକ୍ତ ପୋଲିସ ଏଏସ୍ଆଇ ଗୋପାଳକୃଷ୍ଣ ଦାସଙ୍କ ଶିଳ୍ପାଞ୍ଚଳ ପଞ୍ଚଶୀଳମାର୍ଗସ୍ଥିତ ଘରକୁ ଯାଇଥିଲା। ସେଠାରେ ତାଙ୍କ ସ୍ତ୍ରୀ ଜୟନ୍ତୀ ଦାସ ଓ ପଡ଼ୋଶୀଙ୍କ ଉପସ୍ଥିତିରେ ଘର ଯାଞ୍ଚ କରିଥିଲା। ଗୋପାଳ ଓ ତାଙ୍କ ପରିବାରବର୍ଗଙ୍କ କେତେକ ବ୍ୟାଙ୍କ କାଗଜପତ୍ର ଓ ପ୍ରେସ୍କ୍ରିପ୍ଶନ ଜବତ କରିଥିଲା। ଏହାପରେ ଟିମ୍ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପରିସରରେ ଥିବା ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଶାଖାକୁ ଯାଇ ସେଠାରେ ଗୋପାଳ ଏବଂ ପରିବାରବର୍ଗଙ୍କ ପକ୍ଷରୁ ବ୍ୟାଙ୍କରେ କରାଯାଇଥିବା ଆର୍ଥିକ କାରବାର ଉପରେ ତଥ୍ୟ ସଂଗ୍ରହ କରିଥିଲା। ଏହା ପୂର୍ବରୁ ଟିମ୍ ସିଟି ବସ୍ଷ୍ଟାଣ୍ଡକୁ ଯାଇ ବ୍ରହ୍ମପୁରରୁ ଝାରସୁଗୁଡ଼ା ଅଭିମୁଖେ ଯାଉଥିବା ଦୁଇଟି ବସ୍ର କଣ୍ଡକ୍ଟର ଓ ଡ୍ରାଇଭରଙ୍କୁ ଜେରା କରିଥିଲା। ସେମାନେ ଗୋପାଳଙ୍କ ପାଇଁ କେବେ କି ପ୍ରକାର ଔଷଧ କିମ୍ବା କୌଣସି ପାର୍ସଲ ନେଇଥିଲେ କି ନାହିଁ ସେ ନେଇ ତଥ୍ୟ ସଂଗ୍ରହ କରାଯାଇଥିବା ଜଣାପଡ଼ିଛି।
ଏ ସମ୍ପର୍କରେ ଡିଏସ୍ପି ମିଶ୍ର କହନ୍ତି, ବର୍ତ୍ତମାନ ତଦନ୍ତ ଜାରି ରହିଛି। ଗୋପାଳଙ୍କ ପରିବାରବର୍ଗଙ୍କୁ ପୁଣିଥରେ ପଚରାଉଚରା ସହ ତାଙ୍କ ବ୍ୟାଙ୍କ ଆକାଉଣ୍ଟ ତଥ୍ୟ ଯାଞ୍ଚ କରାଯାଇଛି।
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….
ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...
ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…
ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...
ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା
ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...
ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା
ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...
ବାଇକ୍କୁ ଧକ୍କାଦେଲା ବାଇକ୍, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ
ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...
ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ
ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର ଗଣିଆନାଳ ଛକ...
ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…
ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...
ନୂଆ ବର୍ଷରେ ନୂଆ ପଦକ୍ଷେପ
ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...
Archives


