ବ୍ରହ୍ମପୁର ଅଫିସ,୫।୨: ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ପୋଲିସ ଗୁଳିରେ ମୃତ୍ୟୁ ପରେ ବ୍ରହ୍ମପୁରରେ ଥିବା ଗୋପାଳଙ୍କ ଘର ଓ ଅନ୍ୟାନ୍ୟ ସ୍ଥାନରେ କ୍ରାଇମବ୍ରାଞ୍ଚ ଟିମ୍ ତଦନ୍ତ ଜାରି ରଖିଛି। ଡିଏସ୍ପି ଶିଶିର ମିଶ୍ରଙ୍କ ନେତୃତ୍ୱରେ ଏକ ଟିମ୍ ଗତ ୩୧ ତାରିଖରୁ ୫ ଦିନ ଧରି ବିଭିନ୍ନ ଦିଗକୁ ନେଇ ତନାଘନା ଚଳାଇଛି। ଶନିବାର ପୁଣିଥରେ ଅଭିଯୁକ୍ତ ପୋଲିସ ଏଏସ୍ଆଇ ଗୋପାଳକୃଷ୍ଣ ଦାସଙ୍କ ଶିଳ୍ପାଞ୍ଚଳ ପଞ୍ଚଶୀଳମାର୍ଗସ୍ଥିତ ଘରକୁ ଯାଇଥିଲା। ସେଠାରେ ତାଙ୍କ ସ୍ତ୍ରୀ ଜୟନ୍ତୀ ଦାସ ଓ ପଡ଼ୋଶୀଙ୍କ ଉପସ୍ଥିତିରେ ଘର ଯାଞ୍ଚ କରିଥିଲା। ଗୋପାଳ ଓ ତାଙ୍କ ପରିବାରବର୍ଗଙ୍କ କେତେକ ବ୍ୟାଙ୍କ କାଗଜପତ୍ର ଓ ପ୍ରେସ୍କ୍ରିପ୍ଶନ ଜବତ କରିଥିଲା। ଏହାପରେ ଟିମ୍ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପରିସରରେ ଥିବା ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଶାଖାକୁ ଯାଇ ସେଠାରେ ଗୋପାଳ ଏବଂ ପରିବାରବର୍ଗଙ୍କ ପକ୍ଷରୁ ବ୍ୟାଙ୍କରେ କରାଯାଇଥିବା ଆର୍ଥିକ କାରବାର ଉପରେ ତଥ୍ୟ ସଂଗ୍ରହ କରିଥିଲା। ଏହା ପୂର୍ବରୁ ଟିମ୍ ସିଟି ବସ୍ଷ୍ଟାଣ୍ଡକୁ ଯାଇ ବ୍ରହ୍ମପୁରରୁ ଝାରସୁଗୁଡ଼ା ଅଭିମୁଖେ ଯାଉଥିବା ଦୁଇଟି ବସ୍ର କଣ୍ଡକ୍ଟର ଓ ଡ୍ରାଇଭରଙ୍କୁ ଜେରା କରିଥିଲା। ସେମାନେ ଗୋପାଳଙ୍କ ପାଇଁ କେବେ କି ପ୍ରକାର ଔଷଧ କିମ୍ବା କୌଣସି ପାର୍ସଲ ନେଇଥିଲେ କି ନାହିଁ ସେ ନେଇ ତଥ୍ୟ ସଂଗ୍ରହ କରାଯାଇଥିବା ଜଣାପଡ଼ିଛି।
ଏ ସମ୍ପର୍କରେ ଡିଏସ୍ପି ମିଶ୍ର କହନ୍ତି, ବର୍ତ୍ତମାନ ତଦନ୍ତ ଜାରି ରହିଛି। ଗୋପାଳଙ୍କ ପରିବାରବର୍ଗଙ୍କୁ ପୁଣିଥରେ ପଚରାଉଚରା ସହ ତାଙ୍କ ବ୍ୟାଙ୍କ ଆକାଉଣ୍ଟ ତଥ୍ୟ ଯାଞ୍ଚ କରାଯାଇଛି।
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ
ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…
ସୁନା ଭର୍ତ୍ତି ବ୍ୟାଗ୍ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..
ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…
କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି
ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…
ସଲମାନଙ୍କ ଫଟା ଜୋତାର ଦାମ୍ ଜାଣିଲେ ଉଡିଯିବ ହୋଶ୍
ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…
ହାର୍ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍
ଓ୍ବାଶିଂଟନ୍,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍…
ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍: ଉଜୁଡିଲା ଚାଷୀଙ୍କ ଅମଳ ଆଶା
ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…
ପୂର୍ବତନ ବିଧାୟକ, ପୂର୍ବତନ ଏମ୍ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ
ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…
ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ
ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…
Archives

