Posted inଖେଳ

ପାକିସ୍ତାନ ଏସିଆ କପ୍‌ରୁ ଓହରିଲା: ଭାରତ ସହ ହ୍ୟାଣ୍ଡସେକ ବିବାଦ ପରେ ମୁହଁ ଲୁଚାଇ ପଳାଇଲା

ଦୁବାଇ,୧୭।୯: ପାକିସ୍ତାନ କ୍ରିକେଟ ଦଳ ଏସିଆ କପ୍ ୨୦୨୫ରେ ଯୁଏଇ ବିପକ୍ଷ ଶେଷ ଗ୍ରୁପ୍ ମ୍ୟାଚ ବଏକଟ କରିବାକୁ ନିଷ୍ପତ୍ତି ନେଇଛି। ପାକିସ୍ତାନର ଜିଓ ନ୍ୟୁଜ୍ ରିପୋର୍ଟ ଅନୁଯାୟୀ, ମ୍ୟାଚ ରେଫେରୀ ଆଣ୍ଡି ପାଇକ୍ରଫ୍ଟଙ୍କୁ ନେଇ ଉପୁଜିଥିବା ହାତ ମିଳାଇବା ବିବାଦ ପରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏହି ନିଷ୍ପତ୍ତି ନେଇଛି।

ପିସିବି ଦଳକୁ ହୋଟେଲରେ ରହିବାକୁ ଓ ମ୍ୟାଚ ଭେନ୍ୟୁକୁ ନଯିବାକୁ ନିର୍ଦ୍ଦେଶ ଦେଇଛି। ଖେଳାଳିମାନଙ୍କୁ ନିଜ ରୁମ୍‌ରେ ରହିବାକୁ କୁହାଯାଇଛି। ମ୍ୟାଚ ଭାରତୀୟ ସମୟ ରାତି ୮ଟା (ସ୍ଥାନୀୟ ସମୟ ସନ୍ଧ୍ୟା ୬ଟା)ରେ ଆରମ୍ଭ ହେବାର ଥିଲା। UAE ଦଳ ଷ୍ଟାଡିୟମ ଅଭିମୁଖେ ଯାଇଥିବା ବେଳେ ପାକିସ୍ତାନ ଦଳ ହୋଟେଲରେ ରହିଛି।

ପାଇକ୍ରଫ୍ଟଙ୍କୁ ମ୍ୟାଚ ରେଫେରୀ ଦାୟିତ୍ୱରୁ ହଟାଇବା ପାଇଁ ପିସିବିର ଦାବି ଆଇସିସି ପ୍ରତ୍ୟାଖ୍ୟାନ କରିବା ପରେ ଏହି ବୟକଟ ନିଷ୍ପତ୍ତି ନିଆଯାଇଛି। ଏସିଆ କପ୍ ୨୦୨୫ ଉପରେ ଏହା ଅନିଶ୍ଚିତତା ସୃଷ୍ଟି କରିଛି। ପିସିବି କିମ୍ବା ଆଇସିସି ପକ୍ଷରୁ ମ୍ୟାଚର ସ୍ଥିତି କିମ୍ବା ପରିଣାମ ସମ୍ପର୍କରେ କୌଣସି ଆନୁଷ୍ଠାନିକ ବିବୃତି ଏପର୍ଯ୍ୟନ୍ତ ଜାରି ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

କେବଳ ବୈଭବ ସୂର୍ଯ୍ୟବଂଶୀ ନୁହଁନ୍ତି; ଏହି ଖେଳାଳି ବି ପ୍ରଥମ ଥର ପାଇଁ ଭାରତର ଟି-୨୦ ଦଳରେ ସ୍ଥାନ ପାଇଛନ୍ତି

ନୂଆଦିଲ୍ଲୀ,୬।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଚୟନ କରାଯାଇଛି। ଶନିବାର ବିସିସିଆଇ ଏହି ଦୁଇଟି ସିରିଜ ଏବଂ ଏସୀୟ କ୍ରୀଡା…

ଭାଙ୍ଗିଲା ତେନ୍ଦୁଲକରଙ୍କ ୩୭ ବର୍ଷର ରେକର୍ଡ, ସ୍କୁଲ ଯିବା ବୟସରେ ଟିମ ଇଣ୍ଡିଆରେ ଡେବ୍ୟୁକଲେ ବୈଭବ!

ନୂଆଦିଲ୍ଲୀ,୬।୬: ଆଜି ଅର୍ଥାତ୍‌ ଜୁନ ୬ ଶନିବାର ଭାରତୀୟ କ୍ରିକେଟ ଇତିହାସରେ ଏକ ନୂତନ ଅଧ୍ୟାୟ ଲେଖାଯାଇଛି। ମାତ୍ର ୧୫ ବର୍ଷ ବୟସର ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଗାମୀ…

India T20I Squad: ଘୋଷଣା ହେଲା ଟି-୨୦ ପାଇଁ ଟିମ ଇଣ୍ଡିଆ; ଶ୍ରେୟସ ଆୟର ଅଧିନାୟକ, ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୬।୬: ବିସିସିଆଇ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ସୂର୍ଯ୍ୟକୁମାର ଯାଦବଙ୍କ ସ୍ଥାନରେ ଶ୍ରେୟସ ଆୟରଙ୍କୁ ନୂତନ ଅଧିନାୟକ…

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ମାନବ

ଚଣ୍ଡିଗଡ,୬।୬:ଭାରତ ବନାମ ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ଶୁବମନ ଗିଲ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri