Posted inଖେଳ

ଇଶାନ-ହାର୍ଦ୍ଦିକଙ୍କ ବିସ୍ଫୋରଣ ପରେ ନାମ୍ବିୟାର ଜବରଦସ୍ତ ପ୍ରତ୍ୟାବର୍ତ୍ତନ, ଭାରତର ବିଶାଳ ସ୍କୋର

ନୂଆଦିଲ୍ଲୀ,୧୨।୨: ଭାରତ ଓ ନାମ୍ବିୟା ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍‌ରେ ବ୍ୟାଟିଂ ବିପର୍ଯ୍ୟୟ ଓ ବିସ୍ଫୋରକ ଅର୍ଦ୍ଧଶତକର ଏକ ରୋମାଞ୍ଚକର ଦୃଶ୍ୟ ଦେଖିବାକୁ ମିଳିଛି। ପ୍ରଥମେ ବ୍ୟାଟିଂ କରି ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୯ ୱିକେଟ ହରାଇ ୨୦୯ ରନ୍ ସଂଗ୍ରହ କରିଛି। ଚଳିତ ବିଶ୍ୱକପରେ ଏହା ଟିମ୍ ଇଣ୍ଡିଆର ସର୍ବୋଚ୍ଚ ସ୍କୋର ହୋଇଥିଲେ ହେଁ, ଶେଷ ଓଭରଗୁଡ଼ିକରେ ନାମ୍ବିୟା ବୋଲରଙ୍କ ଘାତକ ବୋଲିଂ ଭାରତୀୟ ବ୍ୟାଟରଙ୍କୁ କଷ୍ଟରେ ପକାଇଥିଲା।

ଓପନିଂ କରିବାକୁ ଆସିଥିବା ସଂଜୁ ସାମସନ ୮ ବଲ୍‌ରୁ ୨୨ ରନ୍‌ ଧୂଆଁଧାର ଆରମ୍ଭ କରିଥିଲେ। ଇଶାନ କିଷାନ ବିସ୍ଫୋରକ ବ୍ୟାଟିଂ କରି ମାତ୍ର ୨୦ ବଲ୍‌ରେ ଅର୍ଦ୍ଧଶତକ ପୂରଣ କରିଥିଲେ। ସେ ମୋଟ ୨୪ ବଲ୍‌ରୁ ୬୧ ରନ୍‌ (୬ ଚୌକା, ୫ ଛକା) କରି ଆଉଟ୍ ହୋଇଥିଲେ। ତାଙ୍କର ଏହି ପାଳି ଯୋଗୁଁ ଭାରତ ମାତ୍ର ୭ ଓଭର ମଧ୍ୟରେ ୧୦୦ ରନ୍ ଅତିକ୍ରମ କରିଥିଲା। ମଧ୍ୟକ୍ରମରେ ହାର୍ଦ୍ଦିକ ପାଣ୍ଡ୍ୟା ଦ୍ରୁତ ଗତିରେ ୨୮ ବଲ୍‌ରୁ ୫୨ ରନ୍‌ ସଂଗ୍ରହ କରିଥିଲେ। ତେବେ ଅନ୍ୟପଟେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ (୧୨) ଏବଂ ତିଲକ ବର୍ମା (୨୫) ବଡ଼ ସ୍କୋର କରିବାରେ ବିଫଳ ହୋଇଥିଲେ।

ଏକ ସମୟରେ ଭାରତ ୨୪୦ ରନ୍‌ ଆଡ଼କୁ ଅଗ୍ରସର ହେଉଥିବା ବେଳେ ନାମ୍ବିୟା ଅଧିନାୟକ ଗେରାର୍ଡ ଏରାସମସ ଭାରତୀୟ ବ୍ୟାଟିଂ ଲାଇନ୍-ଅପ୍‌କୁ ଛିନଛତ୍ର କରିଦେଇଥିଲେ। ଭାରତ ଶେଷ ୧୧ଟି ବଲ୍ ମଧ୍ୟରେ ନିଜର ୫ଟି ୱିକେଟ ହରାଇଥିଲା। ରାସମସ ଚମତ୍କାର ବୋଲିଂ କରି ହାର୍ଦ୍ଦିକ, ତିଲକ ଏବଂ ଅକ୍ଷରଙ୍କ ଭଳି ପ୍ରମୁଖ ୪ଟି ୱିକେଟ ନେଇଥିଲେ। ଶେଷ ୪ ଓଭରରେ ଭାରତୀୟ ଦଳ ମାତ୍ର ୨୫ ରନ୍ ଯୋଡ଼ିବାକୁ ସକ୍ଷମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ

ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ…

ରାଜସ୍ଥାନ-ଚେନ୍ନାଇ ମହାମୁକାବିଲା, ଟସ୍‌ ଜିତିଲା ରାଜସ୍ଥାନ

ଗୌହାଟି,୩୦।୩: ଗୌହାଟିର ବରସାପାରା କ୍ରିକେଟ ଷ୍ଟାଡିୟମରେ IPL 2026ର ସୋମବାର ଖେଳାଯାଉଥିବା ତୃତୀୟ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତି ନେଇଛି। ଫଳରେ…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ଇରାନକୁ ଭୟଙ୍କର ଧମକ ଦେଲେ ଟ୍ରମ୍ପ, ଶୁଣିକି ଥରହର ହେଲା…..

ତେହରାନ,୩୦ା୩: ଇରାନ ସହିତ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ଧମକ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri