ଅରୁଆ କଲେ ଏଫ୍‌ସିଆଇ ନେବ ବଳକା ଚାଉଳ

ଭୁବନେଶ୍ୱର,୭ା୮(ଅନିଲ ଦାସ): ଇଥାନଲ ଉତ୍ପାଦନ ପାଇଁ ଅରୁଆ ଚାଉଳ ଆବଶ୍ୟକ। ଏହି ଚାଉଳ ଯୋଗାଡ଼ରେ ଲାଗିଛି ଭାରତୀୟ ଖାଦ୍ୟ ନିଗମ (ଏଫ୍‌ସିଆଇ)। ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗରେ ଥିବା ଇଥାନଲ କାରଖାନାକୁ ଅରୁଆ ଚାଉଳ ଯୋଗାଣ କରିବାକୁ ଏଫ୍‌ସିଆଇ ଓଡ଼ିଶାରୁ ଆସନ୍ତା ଅକ୍ଟୋବର ମଧ୍ୟରେ ୨.୫ ଲକ୍ଷ ମେଟ୍ରିକ ଟନ୍‌ ଅରୁଆ ଚାଉଳ ସଂଗ୍ରହ କରିବ। ଏ ନେଇ ନିକଟରେ ଓଡ଼ିଶାରେ ଥିବା ସମ୍ବଲପୁର, ଟିଟିଲାଗଡ଼, ଜୟପୁର, ବ୍ରହ୍ମପୁର, କଟକ, ବାଲେଶ୍ୱର ଏବଂ ଭୁବନେଶ୍ୱର ଏଫ୍‌ସିଆଇ ଶାଖାର ଡିଭିଜନାଲ ମ୍ୟାନେଜରଙ୍କୁ ଏଫ୍‌ସିଆଇ ଚିଠି ଲେଖିଛି। ଏଥିପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ମଧ୍ୟ ଏଫ୍‌ସିଆଇ ଚିଠି ଲେଖିଛି। ତେବେ ଏଠି କଥା ଉଠୁଛି ଯେ, ଓଡ଼ିଶାରେ ଅରୁଆ ଚାଉଳ ପ୍ରସ୍ତୁତ କରିବା ପାଇଁ ଆବଶ୍ୟକ ଭିତ୍ତିଭୂମି ନାହିଁ। ରାଜ୍ୟରେ ଯେଉଁ ଚାଉଳ ମିଲ୍‌ ରହିଛି, ସେ ସବୁ ଉଷୁନା ଚାଉଳ ପ୍ରସ୍ତୁତ କରୁଛନ୍ତି। ଅରୁଆ ଚାଉଳ କରିବାକୁ ହେଲେ ମିଲରମାନଙ୍କୁ ଆହୁରି ୧୦ରୁ ୧୫ ଲକ୍ଷ ଟଙ୍କା ଖର୍ଚ୍ଚ କରିବାକୁ ପଡିବ। ଏହା ସମୟସାପେକ୍ଷ ଓ ବ୍ୟୟବହୁଳ ହୋଇଥିବାରୁ ମିଲର ମଧ୍ୟ ଅମଙ୍ଗ ହେଉଛନ୍ତି। ରାଜ୍ୟର ବଳକା ଉଷୁନା ଚାଉଳକୁ ନେଇ ରାଜ୍ୟ ସରକାର ଚିନ୍ତାରେ ପଡ଼ିଛନ୍ତି।
ରାଜ୍ୟରେ ୨୦୨୨-୨୩ ଆର୍ଥିକ ବର୍ଷରେ ଖରିଫ ଋତୁରେ ୪୪ ଲକ୍ଷ ଟନ ଉଷୁନା ଚାଉଳ ସଂଗ୍ରହ କରାଯାଇଥିବା ବେଳେ ସେଥିରୁ ୨୪ ଲକ୍ଷ ମେଟ୍ରିକ ଟନ ଖାଦ୍ୟ ସୁରକ୍ଷା ଯୋଜନା ଓ ଅନ୍ୟାନ୍ୟ ଜନକଲ୍ୟାଣକାରୀ ଯୋଜନାରେ ପ୍ରଦାନ କରାଯାଉଛି। ପ୍ରାୟ ୨୦ ଲକ୍ଷ ମେଟ୍ରିକ ଟନ ଚାଉଳ ବଳକା ରହିଯାଉଛି। ଏହି ଚାଉଳକୁ ଏଫ୍‌ସିଆଇ ନେଉ ନ ଥିବାରୁ ରାଜ୍ୟ ସରକାର ବାରମ୍ବାର କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ କେହି ନଥିବା ବେଳେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର, ପରିବାର ଲୋକେ ଆସିବାରୁ….

ଦେବଗଡ,୨୨।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳପୁର୍ବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ତେବେ ଦେବଗଡ ଥାନା ପୋଲିସ ଶନିବାର ଜଣେ…

ହୋଲି ପୂର୍ୱରୁ ବଡ଼ ଉପହାର; ରାଜ୍ୟ ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଭୋଗୀଙ୍କ ବଢିକି ଆସିବ ଦରମା

ନୂଆଦିଲ୍‌ଲୀ,୨୨।୨: ହୋଲି ପୂର୍ୱରୁ ଖୁସି ଖବର। ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଧାରୀଙ୍କ ବଢିବ ଦରମା-ଭତ୍ତା। ଏନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାର…

୫ ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ଟପିଲା

ଭୁବନେଶ୍ୱର, ୨୨।୨ (ବନ୍ଦନା ସେଠୀ) : ରାଜ୍ୟରେ ଦିନ ତାପମାତ୍ରା ଧୀରେ ଧୀରେ ବୃଦ୍ଧି ପାଉଛି। ଆଞ୍ଚଳିକ ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ…

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

ବର୍ଡରରେ ପାକିସ୍ତାନର ବଡ଼ ଏୟାରଷ୍ଟ୍ରାଇକ୍‌, ସକାଳୁ ସକାଳୁ ଥରିଲା…

ଇସଲାମବାଦ,୨୨।୨: ପାକିସ୍ତାନର ବଡ଼ ଏୟାର ଷ୍ଟ୍ରାଇକ୍‌। ଆଫଗାନିସ୍ତାନରେ ପାକିସ୍ତାନ ବଡ଼ ଷ୍ଟ୍ରାଇକ୍‌ କରିଥିବା ସମ୍ପର୍କରେ ସୂଚନା ମିଳିଛି। ରିପୋର୍ଟ ଅନୁଯାୟୀ ପାକିସ୍ତାନୀ ବାୟୁସେନା ଆଫଗାନିସ୍ତାନର ପାକତିକା ପ୍ରଦେଶର…

ଜଳିଗଲା ବଡ଼ପଡ଼ିଆ ପରିବା ମାର୍କେଟ୍, ୬୫ ରୁ ଅଧିକ ଦୋକାନ ପୋଡ଼ି ପାଉଁଶ

ପାରାଦୀପ,୨୨।୨(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ବନ୍ଦର ସହର ବଡପଡିଆ ମୁଖ୍ୟ ପରିବା ମାର୍କେଟରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି ।ଏଥିରେ ୬୫ ରୁ ଅଧିକ…

ଭାରତୀୟ ବ୍ୟବସାୟୀଙ୍କୁ ଆଶ୍ବସ୍ତି; ଶସ୍ତା ହେବ ଆମେରିକା ବଜାରକୁ ଯାଉଥିବା ସାମଗ୍ରୀ

ଓ୍ବାଶିଂଟନ୍‌,୨୨।୨: ଆମେରିକା ସୁପ୍ରିମକୋର୍ଟରୁ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା । ଟାରିଫକୁ ସୁପ୍ରିମକୋର୍ଟ ବେଆଇନ କହିବା ପରେ ବଢ଼ିଲା ଟ୍ରମ୍ପଙ୍କ ଅଡୁଆ । ଭାରତ ଉପରେ ୧୮…

ଗୁଜରାଟ ମଡେଲର ସ୍ଥିତି

ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାୟ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ଗୁଜରାଟରେ ଶାସନ କରିଆସୁଛି। ବାସ୍ତବରେ ଗୁଜରାଟ ଏକ ଦୁଇ-ଦଳୀୟ ରାଜ୍ୟ। କିନ୍ତୁ ବାବ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri