ହସିନା ଦେଶ ଛାଡିବା ପରେ ବାଂଲାଦେଶରେ ମାଡି ଆସିଲା ପୁଣି ବଡ଼ ବିପଦ, ଭୟରେ ଲୋକ…

ଢାକା,୧୩।୮: ବିରାଟ ରାଜନୈତିକ ଅସ୍ଥିରତା ଦେଇ ଗତି କରୁଥିବା ପଡୋଶୀ ବାଂଲାଦେଶ ଏବେ ସ୍ବାଧୀନତା ପରେ ପ୍ରଥମ ଥର ପାଇଁ ଏଭଳି ଅସ୍ଥିରତାର ସମ୍ମୁଖୀନ ହୋଇଛି। ପରିସ୍ଥିତି ଏପରି ହୋଇଛି ଯେ ପ୍ରଧାନମନ୍ତ୍ରୀ ଶେଖ ହସିନା ଦେଶ ଛାଡି ପଳାଇବାକୁ ବାଧ୍ୟ ହୋଇଛନ୍ତି। କିନ୍ତୁ, ସାଧାରଣ ଲୋକଙ୍କ ପ୍ରତିବାଦରେ ହସିନା ବାଂଲାଦେଶ ଛାଡିଲେ ସିନା ମାତ୍ର ରାକ୍ଷସୀ ମହଙ୍ଗା ମାଡ ଦେଶବାସୀଙ୍କୁ ଅସ୍ଥିର କରି ପକାଇଛି। ପରିସ୍ଥିତି ଏପରି ହୋଇଛି ଯେ ଏଠାରେ ଥିବା ଲୋକମାନେ ୧୨ବର୍ଷ ମଧ୍ୟରେ ଏପରି ଖରାପ ଅବସ୍ଥା ଦେଖି ନ ଥିଲେ, ଯାହା ବର୍ତ୍ତମାନ ହୋଇଛି।

ରାଜନୈତିକ ଅସ୍ଥିରତା ମଧ୍ୟରେ ଆସିଥିବା ଏହି ମହଙ୍ଗାମାଡ ଉଭୟ ସରକାର ଏବଂ ସାଧାରଣ ଲୋକଙ୍କୁ ଭୟଭୀତ କରିଛି। ଜୁଲାଇରେ ବାଂଲାଦେଶରେ ଖୁଚୁରା ମୁଦ୍ରାସ୍ଫୀତି ହାର ୧୧.୬୬ ପ୍ରତିଶତ ଥିଲା, ଯାହାକି ୧୨ ବର୍ଷ ମଧ୍ୟରେ ସର୍ବାଧିକ। ସ୍ଥାନୀୟ ଖବରକାଗଜ ଦ୍ୱାରା ପ୍ରକାଶିତ ତଥ୍ୟକୁ ଦର୍ଶାଇ କହିଛି ଯେ ଖାଦ୍ୟ ସାମଗ୍ରୀର ଅହେତୁକ ବୃଦ୍ଧି ହେତୁ ଜୁଲାଇ ମାସରେ ଖୁଚୁରା ମୁଦ୍ରାସ୍ଫୀତି ୧୨ ବର୍ଷ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ବିରୋଧ ପ୍ରଦର୍ଶନ ଓ କର୍ଫ୍ୟୁ ଯୋଗୁଁ ବାଂଲାଦେଶ ୧ ଲକ୍ଷ କୋଟିରୁ ଅଧିକ କ୍ଷତି ସହିଛି। ସମଗ୍ର ବିଶ୍ୱରେ ବୟନ ଶିଳ୍ପ ପାଇଁ ପ୍ରସିଦ୍ଧ ବାଂଲାଦେଶ ଏହି କାରଣରୁ ବଡ଼ ଝଟ୍‌କା ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri