ହସିନା ଦେଶ ଛାଡିବା ପରେ ବାଂଲାଦେଶରେ ମାଡି ଆସିଲା ପୁଣି ବଡ଼ ବିପଦ, ଭୟରେ ଲୋକ…

ଢାକା,୧୩।୮: ବିରାଟ ରାଜନୈତିକ ଅସ୍ଥିରତା ଦେଇ ଗତି କରୁଥିବା ପଡୋଶୀ ବାଂଲାଦେଶ ଏବେ ସ୍ବାଧୀନତା ପରେ ପ୍ରଥମ ଥର ପାଇଁ ଏଭଳି ଅସ୍ଥିରତାର ସମ୍ମୁଖୀନ ହୋଇଛି। ପରିସ୍ଥିତି ଏପରି ହୋଇଛି ଯେ ପ୍ରଧାନମନ୍ତ୍ରୀ ଶେଖ ହସିନା ଦେଶ ଛାଡି ପଳାଇବାକୁ ବାଧ୍ୟ ହୋଇଛନ୍ତି। କିନ୍ତୁ, ସାଧାରଣ ଲୋକଙ୍କ ପ୍ରତିବାଦରେ ହସିନା ବାଂଲାଦେଶ ଛାଡିଲେ ସିନା ମାତ୍ର ରାକ୍ଷସୀ ମହଙ୍ଗା ମାଡ ଦେଶବାସୀଙ୍କୁ ଅସ୍ଥିର କରି ପକାଇଛି। ପରିସ୍ଥିତି ଏପରି ହୋଇଛି ଯେ ଏଠାରେ ଥିବା ଲୋକମାନେ ୧୨ବର୍ଷ ମଧ୍ୟରେ ଏପରି ଖରାପ ଅବସ୍ଥା ଦେଖି ନ ଥିଲେ, ଯାହା ବର୍ତ୍ତମାନ ହୋଇଛି।

ରାଜନୈତିକ ଅସ୍ଥିରତା ମଧ୍ୟରେ ଆସିଥିବା ଏହି ମହଙ୍ଗାମାଡ ଉଭୟ ସରକାର ଏବଂ ସାଧାରଣ ଲୋକଙ୍କୁ ଭୟଭୀତ କରିଛି। ଜୁଲାଇରେ ବାଂଲାଦେଶରେ ଖୁଚୁରା ମୁଦ୍ରାସ୍ଫୀତି ହାର ୧୧.୬୬ ପ୍ରତିଶତ ଥିଲା, ଯାହାକି ୧୨ ବର୍ଷ ମଧ୍ୟରେ ସର୍ବାଧିକ। ସ୍ଥାନୀୟ ଖବରକାଗଜ ଦ୍ୱାରା ପ୍ରକାଶିତ ତଥ୍ୟକୁ ଦର୍ଶାଇ କହିଛି ଯେ ଖାଦ୍ୟ ସାମଗ୍ରୀର ଅହେତୁକ ବୃଦ୍ଧି ହେତୁ ଜୁଲାଇ ମାସରେ ଖୁଚୁରା ମୁଦ୍ରାସ୍ଫୀତି ୧୨ ବର୍ଷ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ବିରୋଧ ପ୍ରଦର୍ଶନ ଓ କର୍ଫ୍ୟୁ ଯୋଗୁଁ ବାଂଲାଦେଶ ୧ ଲକ୍ଷ କୋଟିରୁ ଅଧିକ କ୍ଷତି ସହିଛି। ସମଗ୍ର ବିଶ୍ୱରେ ବୟନ ଶିଳ୍ପ ପାଇଁ ପ୍ରସିଦ୍ଧ ବାଂଲାଦେଶ ଏହି କାରଣରୁ ବଡ଼ ଝଟ୍‌କା ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?