ଚାଷୀଙ୍କ ଅଭିଯୋଗ ଶୁଣିଲେ ବିଧାୟକ: ଜଳସେଚନ ସମସ୍ୟାର ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ

ଗଞ୍ଜାମ,୫।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ବିଭିନ୍ନ ପଞ୍ଚାୟତରେ ବୋରୱେଲ ଖୋଳା ଯାଇଥିଲେ ମଧ୍ୟ ଚାଷୀମାନେ ପାଣିର ସୁବିଧା ପାଇପାରୁନାହାନ୍ତି। ଗତ ୪ ବର୍ଷରୁ ଅଧିକ ସମୟ ଧରି ଖୋଳା ଯାଇଥିବା ବୋରୱେଲକୁ ତାର ସଂଯୋଗ ନାହିଁ। ପାଣି ମଟର ଦାହିଁ କି ଟ୍ରାନ୍ସଫର୍ମର ବି ବସିନାହିଁ। ବିଦ୍ୟୁତ ସଂଯୋଗର ଅଭାବ ଯୋଗୁ ଚାଷୀମାନେ ପାଣି ପାଇଁ ହଇରାଣ ହେଉଛନ୍ତି। ଫଳରେ ପାଣି ଅଭାବରୁ ସେମାନେ ଫସଲ ଉତ୍ପାଦନ କରିପାରୁନାହାନ୍ତି, ଯାହା ସେମାନଙ୍କ ଜୀବନଜୀବିକାକୁ ଗଭୀର ଭାବେ ପ୍ରଭାବିତ କରୁଛି।

ଏହି ଗୁରୁତର ସମସ୍ୟାକୁ ଦୃଷ୍ଟିରେ ରଖି ଯୁବ ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଅଚାନକ ଚାଷ ଜମିକୁ ପରିଦର୍ଶନ କରି ଚାଷୀଙ୍କ ଅଭିଯୋଗ ଶୁଣିଛନ୍ତି। ସେ ତୁରନ୍ତ ସମସ୍ୟା ସମାଧାନ ପାଇଁ ଉପସ୍ଥିତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବିଧାୟକ ଶ୍ରୀ ନାୟକ ଓଡ଼ିଶା ଜଳ ସେଚନ ନିଗମର ବରିଷ୍ଠ ଅଧିକାରୀଙ୍କ ସହ ଫୋନ ଯୋଗେ ଆଲୋଚନା କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କହିଛନ୍ତି।
ଏହି ଅବସରରେ ଉଠା ଜଳ ସେଚନର ଅଧିକ୍ଷଣ ଯନ୍ତ୍ରୀ, ହୁମା ଜଳ ସେଚନର ନିର୍ବାହୀ ଯନ୍ତ୍ରୀ ଏବଂ ବିଦ୍ୟୁତ୍‌ ବିଭାଗର ନିର୍ବାହୀ ଯନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ।
ବିଧାୟକ ଚାଷୀଙ୍କ ସମସ୍ୟାକୁ ଗୁରୁତର ଭାବେ ନେଇ ଯଥାଶୀଘ୍ର ବୋରେଓ୍ବେଲଗୁଡିକୁ ବିଦ୍ୟୁତ ସଂଯୋଗ, ମଟର ଏବଂ ଟ୍ରାନ୍ସଫର୍ମର ସ୍ଥାପନ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିଦର୍ଶନ ସମୟରେ ପଣିବନ୍ଧରେ ଶତାଧିକ ଚାଷୀଙ୍କ ସହ ପୂର୍ବତନ ବ୍ଲକ ଅଧ୍ୟକ୍ଷ ସୁରଥ ପାହନ, ବିଧାୟକ ପ୍ରତିନିଧି ବନୋଜ ନାହାକ,ସରପଂଚ ମମତା ବେହେରା, ଆତ୍ମାର ଅଧ୍ୟକ୍ଷ ରଘୁନାଥ ସାହୁ, ମଣ୍ଡଳ ସଭାପତି ଟୁକୁନା ସାହୁ,ଯୁବ ନେତା ଲିଙ୍ଗରାଜ ମହାପାତ୍ର, ଡି. ରାଜେନ୍ଦ୍ର ପ୍ରମୁଖ ଉପସ୍ଥିତ ଥିଲେ ଏବଂ ସେମାନେ ବିଧାୟକଙ୍କ ଏହି ପଦକ୍ଷେପକୁ ସ୍ବାଗତ କରିଛନ୍ତି। ଚାଷୀମାନେ ଆଶା ରଖିଛନ୍ତି ଯେ, ଏହି ସମସ୍ୟାର ଶୀଘ୍ର ସମାଧାନ ହେବ ଏବଂ ସେମାନେ ନିରବଚ୍ଛିନ୍ନ ପାଣି ସୁବିଧା ପାଇ ଚାଷ କାର୍ଯ୍ୟ ଜାରି ରଖିପାରିବେ l


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ହସ୍ତୀ ଦିବସ, ହାତୀଙ୍କ ସୁରକ୍ଷିତ ବାସସ୍ଥଳୀ ପାଲଟିଛି ଘୁମୁସର ଉତ୍ତର ବନଖଣ୍ଡ

ଭଞ୍ଜନଗର,୧୨ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରରେ ଟାଟା ପାୱାର, ସ୍ୱେଚ୍ଛାସେବୀ ଅନୁଷ୍ଠାନ ‘ସ୍ନେହା’ ଏବଂ ବନ ବିଭାଗର ମିଳିତ ଆନୁକୂଲ୍ୟରେ ବୁଧବାର ବିଶ୍ୱ ହସ୍ତୀ ଦିବସ ପାଳିତ…

ମସ୍ତିଷ୍କ ରୋଗରେ ପୀଡ଼ିତ ଶ୍ୟାମଘନ, ଅର୍ଥାଭାବ ନେଇ ଚିନ୍ତାରେ ପରିବାର

କର୍ଲାମୁଣ୍ଡା,୧୨ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଡୁକେରମାଲ ଗ୍ରାମର ଶ୍ୟାମଘନ ସାହୁ(୩୩) ମସ୍ତିଷ୍କ ରୋଗରେ ଆକ୍ରାନ୍ତ ହୋଇ ବରଗଡ଼ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ…

ରେଢ଼ାଖୋଲ ବିକାଶ ଓ ଇକୋ ପାର୍କକୁ ଅବହେଳା, ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଟାର୍ଗେଟ କରି ରୋହିତ ପୂଜାରୀ କହିଲେ ଏମିତି…

ସମ୍ବଲପୁର,୧୨ା୮(ପ୍ରମୋଦ ବହିଦାର): ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀରେ ହୋଇଥିବା ବିକାଶ ପ୍ରକଳ୍ପଗୁଡ଼ିକର ରକ୍ଷଣାବେକ୍ଷଣରେ ଅବହେଳାକୁ ତୀବ୍ର ସମାଲୋଚନା କରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜେଡି ସମ୍ବଲପୁର ଜିଲା ସଭାପତି…

ଦିଗପହଣ୍ଡି ସହରକୁ ଦୂଷିତ ପାନୀୟ ଜଳ ଯୋଗାଣକୁ ନେଇ ଜନଅସନ୍ତୋଷ, ଜନସ୍ବାସ୍ଥ୍ୟ ବିଭାଗ କହିଲା….

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରକୁ ମୌଳାଭଞ୍ଜା ସ୍ଥିତ ଘୋଡ଼ାହାଡ଼ ନଦୀରୁ ସ୍ଥାନୀୟ ଜନସ୍ବାସ୍ଥ୍ୟ ପାନୀୟଜଳ (ପିଏଚଡି) କାର୍ଯ୍ୟାଳୟ ପକ୍ଷରୁ ପାଇପ ଯୋଗେ ପାନୀୟ…

ଭଞ୍ଜନଗରରେ ‘ହର୍‌ଘର୍‌ ତ୍ରିରଙ୍ଗା’ ଅଭିଯାନ, ଦେଶପ୍ରେମର ବାର୍ତ୍ତା ନେଇ ଶୋଭାଯାତ୍ରା

ଭଞ୍ଜନଗର,୧୨ା୮(ବାବୁଲା ପ୍ରଧାନ): ସ୍ବାଧୀନତା ଦିବସ ପାଳନ ଅବସରରେ ଭଞ୍ଜନଗର ବ୍ଲକ ଓ ମ୍ୟୁନିସିପାଲିଟି ପକ୍ଷରୁ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଉତ୍ସାହ ଓ ଦେଶପ୍ରେମର ପରିବେଶ ମଧ୍ୟରେ…

ସ୍କୁଟି-ବାଇକ୍ ମୁହାଁମୁହିଁ ଧକ୍କା; ଦୁର୍ଘଟଣାରେ ସ୍ତ୍ରୀ ଆଗରେ ସ୍ବାମୀଙ୍କ ମୃତ୍ୟୁ, ଡାଏଲେସିସ ପାଇଁ ଯାଉଥିଲେ

ବଲାଙ୍ଗୀର,୧୨ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଫଟା ବାହାଲରୁ ଯାମୁଟିଆ ଯାଇଥିବା ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସ୍କୁଟି ଓ ବାଇକ୍…

କୋର୍ଟରେ ମାମଲା ଲଢୁଥିବାବେଳେ ଅସୁସ୍ଥ ହୋଇପଡ଼ିଲେ ଓକିଲ, ସାଥୀ ଓକିଲଙ୍କୁ ମାମଲା ଆଗକୁ ନେବାକୁ କହି…

ଦାରିଙ୍ଗବାଡ଼ି,୧୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ କର୍ତ୍ତବ୍ୟରତ ବରିଷ୍ଠ ଓକିଲ କୋର୍ଟରେ ମାମଲା ଲଢ଼ୁଥିବାବେଳେ ହଠାତ୍‌ ଅସୁସ୍ଥ…

ପାଟ୍ରୋଲିଂ ସମୟରେ ବିପୁଳ ପରିମାଣର ପାନ ମସଲା ଜବତ, ଟ୍ରକ୍‌ ଯାଞ୍ଚ କରିବାରୁ…

ପାରଳଖେମୁଣ୍ଡି/ମୋହନା,୧୨ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲା ଆଡ଼ବା ଥାନା ପୋଲିସ ଏମ୍ଭି ଯାଞ୍ଚ ଓ ପାଟ୍ରୋଲିଂ ବେଳେ ବିପୁଳ ପରିମାଣର ସନ୍ଦିଗ୍ଧ ପାନ ମସଲା ଓ ତମାଖୁଜାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri