କୁମ୍ଭାରସାହିରେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ, ଲୋକଙ୍କ ମାଳମାଳ ଅଭିଯୋଗ ଶୁଣି ଦେଲେ ଏହି ପ୍ରତିଶ୍ରୁତି

ଦାରିଙ୍ଗବାଡ଼ି,୨୮ା୬(ଅରୁଣ ସାହୁ): ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୧୩୫ ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ରବିବାର ସାରା ଦେଶବାସୀଙ୍କ ପାଇଁ ରହିଥିଲା। ଏହା ଶୁଣିବାକୁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ବିଭିନ୍ନ ବୁଥ୍‌ରେ ଆୟୋଜନ ଓ ବ୍ୟବସ୍ଥା କରାଯାଇଥିଲା। ଏହି କ୍ରମରେ ଉକ୍ତ ବ୍ଲକ ସିମନବାଡ଼ି ପଞ୍ଚାୟତ କୁମ୍ଭାରସାହିରେ ପ୍ରଧାନମନ୍ତ୍ରୀଙ୍କ ମନ କି ବାତ୍‌ ଶୁଣିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଭାଜପା ମଣ୍ଡଳ ସାଧାରଣ ସମ୍ପାଦକ ରଞ୍ଜନ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ସ୍ବତନ୍ତ୍ର ଉନ୍ନୟନ ପରିଷଦ (କନ୍ଧମାଳ )ର ଅଧ୍ୟକ୍ଷ ମାନଗୋବିନ୍ଦ ପ୍ରଧାନ ଯୋଗଦେଇ ପ୍ରଧାନମନ୍ତ୍ରୀଙ୍କ ମନ କି ବାତ୍‌ର ଉଦ୍ଦେଶ୍ୟ ଓ ଏହା ମାଧ୍ୟମରେ ଲୋକ ଏକାଠି ହୋଇ ଗାଁର ସମସ୍ୟା ଓ ସମାଧାନ ପାଇଁ ଆଲୋଚନାର ଫାଇଦା ସମ୍ପର୍କରେ କହିଥିଲେ। ଅନ୍ୟ ଅତିଥିଙ୍କ ମଧ୍ୟରେ ଭାଜପାର ଜିଲା ସାଧାରଣ ସମ୍ପାଦକ ସୁକାନ୍ତ କୁମାର ସାହୁ ଯୋଗଦେଇ ମନ କି ବାତ୍‌ ଶୁଣିବା ସହ ଲୋକଙ୍କ ଅଭିଯୋଗ ଶୁଣିଥିଲେ।

ପ୍ରକାଶ ଯେ, ପ୍ରଧାନମନ୍ତ୍ରୀଙ୍କ ଏହା ୧୩୫ ତମ ମନ କି ବାତ୍‌ ରହିଥିବା ବେଳେ ରାଜ୍ୟରେ ଭାଜପା ସରକାର ଶାସନ କରିବା ଠାରୁ ଏହି ମନ କି ବାତ୍‌ କାର୍ଯ୍ୟକ୍ରମକୁ ଗାଁ ଗାଁରେ ଲୋକଙ୍କୁ ଶୁଣିବାକୁ ବ୍ୟବସ୍ଥା କରାଯାଉଛି।ଏହା ଦ୍ୱାରା ଗାଁରୁ ଲୋକ ପ୍ରଧାନମନ୍ତ୍ରୀଙ୍କ ସହ ଯୋଡ଼ି ହେବା ସହ ପ୍ରଧାନମନ୍ତ୍ରୀଙ୍କ ଅନୁଭୂତି ଓ ଭାବନା ଲୋକଙ୍କ ନିକଟରେ ପହଞ୍ଚି ପାରୁଥିବା ଓ ଲୋକଙ୍କୁ ଏହା ଅଧିକ ପ୍ରଭାବିତ କରୁଥିବା ଜଣାପଡ଼ିଛି। ପ୍ରତ୍ୟେକ ମାସର ଶେଷ ରବିବାରକୁ ମନ କି ବାତ୍‌ ଶୁଣିବାକୁ ଲୋକ ଉତ୍ସାହର ସହ ଅପେକ୍ଷା କରୁଥିବା ଜଣାପଡ଼ିଛି।

ମନ୍‌ କି ବାତ୍‌ ଶୁଣିବା ପରେ ସ୍ବତନ୍ତ୍ର ଉନ୍ନୟନ ପରିଷଦ (କନ୍ଧମାଳ)ର ଅଧ୍ୟକ୍ଷ ମାନଗୋବିନ୍ଦ ପ୍ରଧାନ କୁମ୍ଭାରସାହି ବାସିନ୍ଦାଙ୍କ ଅଭିଯୋଗ ଓ ସମସ୍ୟା ସମ୍ପର୍କରେ ଶୁଣିଥିଲେ ପରେ ସେ ଉକ୍ତ ସାହିର ପାଇପ୍‌ ଯୋଗେ ପାଣି ଯୋଗାଣ ପାଇଁ ପାଇପ ବିଛାଯାଇଥିଲେ ମଧ୍ୟ ପାଇପରେ ପାଣି ଯୋଗାଣ ହେଉ ନ ଥିବା ଶୁଣି ତାକୁ ପରିଦର୍ଶନ କରିବା ସହ ଅଙ୍ଗନଓ୍ବାଡି କେନ୍ଦ୍ରରେ ପହଞ୍ଚି ତା’ର ଏକାଧିକ ସମସ୍ୟା ତଥା ପିଇବାପାଣି, କେନ୍ଦ୍ରକୁ ରାସ୍ତା ନ ଥିବାରୁ ତାକୁ ବୁଲି ଗ୍ରାମବାସୀଙ୍କ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ। ସେହିପରି ସାହିରେ ଗୋଟିଏ ମାତ୍ର ନଳକୂପ ରହିଥିବାରୁ ଆଉ ନଳକୂପ ଖନନ ପାଇଁ ପ୍ରୟାସ କରାଯିବ ବୋଲି କହିଥିଲେ। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଏକାଧିକ ହିତାଧିକାରୀ ତାଙ୍କ ପ୍ରାପ୍ୟ ପାଇ ନ ଥିବା ଅଭିଯୋଗ ମଧ୍ୟ ହୋଇଥିଲା।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri