Posted inରାଜ୍ୟ

ଖରା, ଗୁଳୁଗୁଳି ପରେ କାଳବୈଶାଖୀ ଭୟ, ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୫ା୪(ଅନୁରାଧା ମହାରଣା)- ଆସନ୍ତା ୨ଦିନ ରାଜ୍ୟରେ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେବାକୁ ଥିବାବେଳେ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ମାତ୍ର ୨୭ ତାରିଖରେ କାଳବୈଶାଖୀର ପ୍ରଭାବ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଶନିବାର ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ ଓ ବଲାଙ୍ଗୀରରେ ଗ୍ରୀଷ୍ମଲହରି ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସମ୍ବଲପୁର ଓ ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ମଧ୍ୟ ଅଧିକ ରହିପାରେ। ସେହପରି ଅନୁଗୋଳ, ସୋନପୁର, ସୁନ୍ଦରଗଡ଼ ଓ ବରଗଡ଼ ଆଦି ଜିଲାକୁ ଖରା ଓ ଗରମ ନେଇ ୟେଲୋ ଓ୍ବାର୍ନି ଦିଆଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲାରେ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବ। ଏଥିସହ ଅପରାହ୍ନରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ନୂଆପଡ଼ା ଆଦି ଜିଳାରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ। ରବିବାର ୨୭ ତାରିଖରେ କୋରାପୁଟ, ଗଞ୍ଜାମ, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର ଓ ଭଦ୍ରକରେ କାଳବୈଶାଖୀ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲାଗୁଡ଼ିକରେ ଘଣ୍ଟାପ୍ରତି ୫୦ରୁ ୬୦ କି.ମି. ବେଗରେ ପବନ ବହିବା ସହ ଘଡ଼ଘଡ଼ି ଓ ବିଜୁଳି ଭୟ ରହିଛି। ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

Gen Z ମନ ଜିତିବାକୁ BJPର ଅଭିଯାନ, କୋଚିଂ ସେଣ୍ଟରରୁ କଲେଜ ଯାଏ ପହଞ୍ଚିବେ ନେତା

ନୂଆଦିଲ୍ଲୀ,୧୯।୮: Gen-Z ଯୁବପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ ରଣନୀତି ବଦଳାଇଛି ଭାଜପା । ଏଣିକି କେବଳ ସୋସିଆଲ ମିଡିଆ ମେସେଜିଂ ନୁହେଁ, ଯୁବପିଢ଼ିଙ୍କ ସହ ସିଧାସଳଖ ଆଲୋଚନା…

ଗୋବିନ୍ଦାଙ୍କ ଛାଡପତ୍ରକୁ ନେଇ ବଡ଼ ଖୁଲାସା କଲେ ମ୍ୟାନେଜର, ଏହି କାରଣରୁ କୋର୍ଟ ଯାଇଥିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ବଲିଉଡ୍ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବୈବାହିକ ଜୀବନକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ଜାରି ରହିଛି । ଦୁହେଁଙ୍କ ମଧ୍ୟରେ…

ରାଜଧାନୀର CNG ପମ୍ପରେ ବଡ଼ ଧରଣର ବିସ୍ଫୋରଣ, ୩ମୃତ

ନୂଆଦିଲ୍ଲୀ,୧୯।୮: ରାଜଧାନୀ ଦିଲ୍ଲୀର ଟିକରୀ କଲାଁ ଅଞ୍ଚଳରେ ଥିବା ଏକ CNG ପମ୍ପରେ ଭୟଙ୍କର ବିସ୍ଫୋରଣ ହୋଇଛି । ଗ୍ୟାସ୍‌ ରିଫିଲିଂ ସମୟରେ ଏହି ଅଘଟଣ ହୋଇଥିବା…

କାଉନସିଲ୍‌ ନିର୍ବାଚନରେ ଜିତିଲେ ମମତା ବାର୍ନାଜୀ; ଭାଜପାକୁ କଲେ ଚିତ୍‌ପଟାଙ୍ଗ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୧୯।୮: ପ୍ରଥମେ ବିଧାନସଭା ନିର୍ବାଚନରେ ​​ପରାଜୟ, ପରେ ବିଧାୟକମାନଙ୍କ ବିଦ୍ରୋହ ଏବଂ ଶେଷରେ କିଛି ସାଂସଦ ମଧ୍ୟ ସାଥ୍ ଛାଡ଼ିବା ଏସବୁ ପରିସ୍ଥିତିର ସାମ୍ନା କରିଛି ମମତା…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ଶ୍ରାବଣ ଶେଷ ସୋମବାରରେ ୩ଟି ଶୁଭ ଯୋଗ, ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ପ୍ରଚୁର ଧନ-ସମ୍ପତ୍ତି

ଶ୍ରାବଣ ମାସର ଶେଷ ସୋମବାର ବ୍ରତ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ମନେକରାଯାଏ। ଏହି ଦିନ ଭଗବାନ ଶିବଙ୍କର ବିଶେଷ ପୂଜାର୍ଚ୍ଚନା କରାଯାଏ। ଚଳିତ ଶ୍ରାବଣର…

ବାରମ୍ବାର ପୋଷ୍ଟ ଅଫିସ୍ ଯିବା ଦରକାର ନାହିଁ! ୨ ମିନିଟ୍‌ରେ ଜମା ହେବ ସୁକନ୍ୟା ଟଙ୍କା, ଜାଣନ୍ତୁ ପ୍ରୋସେସ୍…

ନୂଆଦିଲ୍ଲୀ,୧୯।୮: ଯଦି ଆପଣ ଆପଣଙ୍କ ଝିଅର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ସୁକନ୍ୟା ସମୃଦ୍ଧି ଯୋଜନା (SSY) ଅଧୀନରେ ଏକ ଆକାଉଣ୍ଟ ଖୋଲିଛନ୍ତି, ତେବେ ଆପଣଙ୍କୁ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri