ହେମା ମାଳିନୀଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ଖବର ଭାଇରାଲ ପରେ, ଝିଅ ଇଶା କହିଲେ ଏମିତି

ବଚ୍ଚନ ପରିବାର କରୋନା କବଳିତ ହେବା ପରେ ବଲିଉଡ୍‌ ଜଗତରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏହାସହ ଅନେକ ତାରକାଙ୍କ ବିଷୟରେ ଏଭଳି କିଛି ଖବର ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯେତେବେଳେ ନିତୁ କପୁରଙ୍କୁ କରୋନା ପଜିଟିଭ୍‌ ଖବର ପ୍ରଚାରିତ ହୋଇଥିଲା, ସେତେବେଳେ ରିଦ୍ଧିମା ଏକ ପୋଷ୍ଟ କରି କହିଥିଲେ ଯେ ତାଙ୍କ ମା’ ସମ୍ପୂର୍ଣ୍ଣ ଭଲ ଅଛନ୍ତି। ନିତୁ କପୁରଙ୍କ ପରେ ଅଭିନେତ୍ରୀ ହେମା ମାଳିନୀଙ୍କ ସ୍ବାସ୍ଥ୍ୟ ଖରାପ ହେବା ଖବର ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହା ପରେ ଇଶା ଦେଓଲ ଟୱିଟ କରି ଏହାର ସତ୍ୟତା ଜଣାଇଛନ୍ତି।

ହେମା ମାଳିନୀ ସ୍ବାସ୍ଥ୍ୟ ଖରାପ ଖବର ପାଇବା ପରେ ଅନେକ ବ୍ୟବହାରକାରୀମାନେ ସୋସିଆଲ ମିଡିଆରେ ବିବ୍ରତ ହୋଇ ତାଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଥିଲେ। ଏସବୁ ମଧ୍ୟରେ ଝିଅ ତଥା ଅଭିନେତ୍ରୀ ଇଶା ଦେଓଲ ଏହି ଖବରକୁ ଗୁଜବ ବୋଲି କହିଥିଲେ ଏବଂ ତାଙ୍କ ମା’ ସମ୍ପୂର୍ଣ୍ଣ ଭଲ ଥିବା କହିଥିଲେ।

ଇଶା ତାଙ୍କ ଟୁଇଟ୍‌ରେ ଲେଖିଛନ୍ତି ଯେ, ‘ମୋ ମା’ ବହୁତ ଫିଟ୍‌ ଏବଂ ଭଲ ଅଛନ୍ତି। ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଖରାପ ହେବାର ଖବର ରହିଛି। ଦୟାକରି ଏପରି ଗୁଜବକୁ ଅଣଦେଖା କରନ୍ତୁ। ଭଲପାଇବା ଏବଂ ଚିନ୍ତା ପାଇଁ ସମସ୍ତଙ୍କୁ ଧନ୍ୟବାଦ। ’

ରବିବାର ସକାଳେ ହେମା ଅମିତାଭ ବଚ୍ଚନଙ୍କ ବିଷୟରେ ଟୁଇଟ୍‌ କରି କହିଛନ୍ତି ଯେ, ‘ଅମିତଜୀଙ୍କ ପରୀକ୍ଷା ସକାରାତ୍ମକ ହୋଇଛି ଏବଂ ତାଙ୍କୁ ନାନାବତୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୁଁ ତାଙ୍କ ଆରୋଗ୍ୟ କାମନା କରୁଛି ଏବଂ ଆଶା କରୁଛି ଯେ ସେ ସମସ୍ତଙ୍କ ପ୍ରାର୍ଥନା ଦ୍ୱାରା ଶୀଘ୍ର ସୁସ୍ଥ ହୋଇଯିବେ। ସେ ଶୀଘ୍ର ନିରାପଦରେ ଘରକୁ ଫେରିବେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri