Posted inଖେଳ

ଐତିହାସିକ ବିଜୟ ପରେ ଆଫଗାନିସ୍ତାନ ସଡ଼କରେ ଜନ ସମୁଦ୍ର

କାବୁଲ,୨୫।୬: ଯାହା ଆଶା କରାଯାଇନଥିଲା ଆଫଗାନିସ୍ତାନ କ୍ରିକେଟ ଟିମ ବିଶ୍ୱରେ ତାହା କରି ଦେଖାଇଲା। ଏହି ଦଳ ଟି -୨୦ ବିଶ୍ୱକପ ୨୦୨୪ର ସେମିଫାଇନାଲରେ ପ୍ରବେଶ କରିଛି। ରସିଦ ଖାନଙ୍କ ଅଧିନାୟକତ୍ୱ ଦଳ ପ୍ରଥମେ ସୁପର- ୮ରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା। ତା’ପରେ ଏହି ଦଳ ବାଂଲାଦେଶକୁ ପରାସ୍ତ କରି ସେମିଫାଇନାଲରେ ପ୍ରବେଶ କରିଥିଲା। ଆଫଗାନିସ୍ତାନ ପ୍ରଥମ ଥର ପାଇଁ ବିଶ୍ୱକପର ସେମିଫାଇନାଲରେ ପ୍ରବେଶ କରିଛି।

ଏହି ଐତିହାସିକ ବିଜୟ ପରେ ଆଫଗାନିସ୍ତାନ କ୍ରିକେଟ ଦଳ ପାଇଁ ଖୁସିର କୌଣସି ସୀମା ନ ଥିଲ। ବିଜୟ ଉତ୍ସବରେ ପୂରା ଦଳ ବୁଡ଼ି ଯାଇଥିଲେ। ଆଫଗାନିସ୍ତାନ ଖେଳାଳିମାନେ ସମଗ୍ର ପଡ଼ିଆରେ ନାଚିବା ଆରମ୍ଭ କରିଥିଲେ। ଏହି ମୁହୂର୍ତ୍ତଟି ଏହିପରି ଥିଲା। ଏହି ପ୍ରକାର ପ୍ରଦର୍ଶନ ସହିତ ଆଫଗାନିସ୍ତାନ ସେମିଫାଇନାଲରେ ପହଞ୍ଚିବ ବୋଲି କେହି ଭାବି ନଥିଲେ। ଏହି ବିଜୟ କେବଳ ପଡ଼ିଆରେ ନୁହେଁ ବରଂ ଆଫଗାନିସ୍ତାନ ରାସ୍ତାରେ ମଧ୍ୟ ଏହି ବିଜୟ ଉତ୍ସବ ପାଳନ କରାଯାଇଥିଲା।
ରସିଦ ଖାନଙ୍କ ଦ୍ୱାରା ଅଧିନାୟକ ଦଳ ବାଂଲାଦେଶକୁ ପରାସ୍ତ କରିବା ମାତ୍ରେ ଆଫଗାନିସ୍ତାନର ଲୋକମାନେ ରାଜ ରାସ୍ତାକୁ ଚାଲି ଯାଇଥିଲେ। ଲୋକମାନେ ଆଫଗାନିସ୍ତାନ ପତାକା ସହିତ ନିଜ ଦଳକୁ ଉତ୍ସାହିତ କରୁଥିଲେ। ବର୍ତ୍ତମାନ ଆଫଗାନିସ୍ତାନର ଅନେକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି ଯେଉଁଥିରେ ରାସ୍ତାରେ ଲୋକଙ୍କ ଭିଡ଼ ସ୍ପଷ୍ଟ ଦେଖାଯାଉଛି। ରାସ୍ତାରେ ପାଦ ରଖିବାକୁ ମଧ୍ୟ ସ୍ଥାନ ନାହିଁ । ଏହି ଭିଡ଼ ଦେଖଇଲେ ଲାଗୁଛି ସତେ ଯେପରି ଲୋକମାନେ ଜଣେ ନେତାଙ୍କ ଭାଷଣ କିମ୍ବା ଗାୟକଙ୍କ କନ୍ସର୍ଟ ଶୁଣିବାକୁ ଆସିଛନ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟର୍‌ଙ୍କ ଘର ଉପରକୁ ପେଟ୍ରୋଲ ବୋମା ମାଡ଼: କାରଣ ଜାଣିଲେ…

ନୂଆଦିଲ୍ଲୀ,୬।୮: କିମ୍ବଦନ୍ତୀ ବାଂଲାଦେଶୀ କ୍ରିକେଟର ଏବଂ ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କ ଘର ଉପରେ ପେଟ୍ରୋଲ ବୋମା ମାଡ଼ କରାଯାଇଛି। ବାଂଲାଦେଶର ସବୁଠାରୁ ସଫଳ କ୍ରିକେଟରମାନଙ୍କ…

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri