ଲୋକାର୍ପଣ ପରେ କେନାଲ ଶୁଖିଲା

କେନ୍ଦ୍ରାପଡ଼ା ଅଫିସ,୮ା୮: ମହାନଦୀ-ଚିତ୍ରୋପତ୍ଳା ଦ୍ୱୀପାଞ୍ଚଳ ଜଳସେଚନ ପ୍ରକଳ୍ପ ଗତ ମେ ୧୮ରେ ଉଦ୍‌ଘାଟନ ହୋଇଥିଲା। ଗରଦପୁର ବ୍ଲକ କଳାବୋଦାଠାରେ ଆୟୋଜିତ ଉତ୍ସବ ରାଜ୍ୟ ଜଳସମ୍ପଦ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ଯୋଗଦେଇ ଏହି କେନାଲରେ ଖରିଫ ଚାଷ ପାଇଁ ପାଣି ଯୋଗାଇ ଦେବେ ବୋଲି ନିର୍ଭର ପ୍ରତିଶ୍ରୁତି ଦେଲେ। ପାଟକୁରା ବିଧାୟିକାଙ୍କ ଉପସ୍ଥିତିରେ ଏହି ଉଦ୍‌ଘାଟନ ଉତ୍ସବ ହୋଇଥିବା ବେଳେ ଚାଷ ପାଇଁ ଜଳସେଚନ ସମସ୍ୟା ତୁଟିଥିବାରୁ ରାଜ୍ୟ ସରକାରଙ୍କ ଉଦ୍ୟମକୁ ସ୍ଥାନୀୟ ଚାଷୀ ପ୍ରଶଂସା କରିଥିଲେ। ତେବେ ଲୋକାର୍ପିତ ପରେ ମଧ୍ୟ ଅଦ୍ୟାବଧି ଏହି କେନାଲକୁ ପାଣି ଟୋପାଏ ଆସିନାହିଁ। ସ୍ଥାନୀୟ ଅଞ୍ଚଳର ୬,୪୦୪ ହେକ୍ଟର ଚାଷୀ ଜମି ପାଇଁ ବର୍ଷା ଏକମାତ୍ର ଭରସା ପାଲଟିଛି। ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇ ନ ଥିଲେ ମଧ୍ୟ ମନ୍ତ୍ରୀ ଦାସ ଏହାକୁ ତରବରିଆ ଭାବେ ଉଦ୍‌ଘାଟନ ଏବେ ଆଲୋଚନାର ବିଷୟ ହୋଇଛି।
ଏ ସମ୍ପର୍କରେ କୃଷକ ନେତା ବିଧୁଭୂଷଣ ମହାପାତ୍ର, ବୁଦ୍ଧିଜୀବୀ ଗଣେଶ ଚନ୍ଦ୍ର ସାମଲ, ଚାଷୀ ରଞ୍ଜନ ରାଉତ, ସୁବାସ ରାଉତ, ଅମ୍ବିକା କାନୁନ୍‌ଗୋ, ସୁଶୀଲ ସାହୁ ପ୍ରମୁଖ କହିଛନ୍ତି, ଚଳିତ ବର୍ଷ ଖରିଫ ଚାଷ ପାଇଁ ଜୁଲାଇ ୧୫ରୁ ଜିଲାର ସମସ୍ତ କେନାଲରେ ପାଣି ଛଡାଯାଇଛି। ତେବେ ଏହି ଜଳସେଚନ ପ୍ରକଳ୍ପ କେନାଲର ସାଢ଼େ ୩ ମାସ ପୂର୍ବରୁ ଉଦ୍‌ଘାଟନ ଉତ୍ସବ ସରିଥିଲେ ମଧ୍ୟ ଅଦ୍ୟାବଧି ପାଣି ଆସିନାହିଁ। ଫଳରେ ବିଭାଗୀୟ ମନ୍ତ୍ରୀ ଦେଇଥିବା କଥାକୁ ଭରସା କରି ପାଣି ପାଇଁ ଚାହିଁଥିବା ଚାଷୀଙ୍କୁ ଶେଷରେ ଭକୁଆ ହେବା ସାର ହୋଇଛି। ଏହି ପ୍ରକଳ୍ପ ଦ୍ୱାରା ଉପକୃତ ହେବାକୁ ଥିବା ଦ୍ୱୀପାଞ୍ଚଳର ୧୫,୩୪୧ ହେକ୍ଟର ଚାଷ ଜମି ମଧ୍ୟରୁ ୨୦୦୪ ସୁଦ୍ଧା କଟକ ଜିଲାର ନିଶ୍ଚିନ୍ତକୋଇଲି ବ୍ଲକ ଓ ଜଗତ୍‌ସିଂହପୁର ଜିଲାର ତିର୍ତ୍ତୋଲ ବ୍ଲକର ୮,୯୩୭ ହେକ୍ଟର ଜମିକୁ କେନାଲ ମାଧ୍ୟମରେ ଜଳ ଯୋଗାଇ ଦିଆଯାଇଛି। ଏବେ ଖୋଳା ଯାଇଥିବା ୧୨ କିମି ଦୀର୍ଘ ଚିତ୍ରୋପତ୍ଳା ଦକ୍ଷିଣ ଓ ୧୦ କିମି ଦୀର୍ଘ ପାଇକା ବାମ ପାର୍ଶ୍ୱ କେନାଲ ସହ ପ୍ରାୟ ୫୦ କିମିର ୪୫ଟି ମାଇନର ଓ ସବ୍‌ ମାଇନର କେନାଲ ଦ୍ୱାରା କେନ୍ଦ୍ରାପଡ଼ା ଜିଲାର ଗରଦପୁର ଓ ମାର୍ଶାଘାଇ ବ୍ଲକର ଅବଶିଷ୍ଟ ୬,୪୦୪ହେକ୍ଟର ଜମି ଚଳିତ ଖରିଫ ଋତୁଠାରୁ ଜଳସେଚିତ ହୋଇପାରିବ ବୋଲି ଉଦ୍‌ଘାଟନୀ ଉତ୍ସବରେ ମନ୍ତ୍ରୀ ଦାସ ଅଞ୍ଚଳବାସୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ତତ୍କାଳୀନ ସମୟରେ କେନାଲ ଖୋଳା ଅଧପନ୍ତରିଆ ହୋଇ ପଡ଼ିଥିବାବେଳେ ମନ୍ତ୍ରୀଙ୍କ ଲୋକାର୍ପଣ ଓ ଚଳିତ ଖରଫ ଋତୁରେ ଜଳ ଯୋଗାଣ ଦମ୍ଭୋକ୍ତି ଏହି ସମାରୋହରେ ଗୁଞ୍ଜରଣ ସୃଷ୍ଟି କରିଥିଲା। ଅଦ୍ୟାବଧି ଏହି କେନାଲରେ ପାଣି ନ ଆସିବାରୁ ମନ୍ତ୍ରୀଙ୍କ ତରବରିଆ ଉଦ୍‌ଘାଟନର କାରଣ ଖୋଜା ଚାଲିଛି ବୋଲି ସେମାନେ ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ମହାନଦୀ-ଚିତ୍ରୋପତ୍ଳା ଦ୍ୱୀପାଞ୍ଚଳର ୧୯,୫୪୨ ହେକ୍ଟର ଚାଷଜମି ଜଳସେଚିତ ହେବ। ଏହି ଦ୍ୱୀପାଞ୍ଚଳର କୃଷି ଓ କୃଷକଙ୍କୁ ସମୃଦ୍ଧ କରିବ। ଏପରି ସ୍ବପ୍ନ ନେଇ ଗତ ୨୩ ବର୍ଷ ପୂର୍ବେ ଜିଲାର ଗରଦପୁର, ମାର୍ଶାଘାଇ ଓ ମହାକାଳପଡ଼ା ବ୍ଲକ ସମେତ ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ବ୍ଲକର ୩ ଶହରୁ ଊର୍ଦ୍ଧ୍ୱ ଗ୍ରାମର ଚାଷୀଙ୍କ ପାଇଁ ମହାନଦୀ-ଚିତ୍ରୋପତ୍ଳା ଦ୍ୱୀପାଞ୍ଚଳ ଜଳସେଚନ ପ୍ରକଳ୍ପ ରାଜ୍ୟ ସରକାର ଆରମ୍ଭ କରିଥିଲେ। ଏଥିପାଇଁ ପ୍ରକଳ୍ପର ବ୍ୟୟ ବରାଦ ୧୯୮୯ରେ ମାତ୍ର ୩୯.୯୪ କୋଟି ଟଙ୍କା ହୋଇଥିବା ବେଳେ ୨୦୧୨ରେ ୩୯୫.୪୬ କୋଟି ଟଙ୍କାରେ ପହଞ୍ଚତ୍ଥିଲା। ଲୋକଙ୍କ ଦାବି ଅନୁଯାୟୀ, ଏଡିବି ସହାୟତାରେ ୨୦୧୬-୧୭ ଆର୍ଥିକ ବର୍ଷରେ ପୁନର୍ବାର ଏହି ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇଥିଲା। ତେବେ ପାଇକା ନଦୀର ବାମ ପାର୍ଶ୍ୱରେ ଥିବା ଯଦୁପୁର ପର୍ଯ୍ୟନ୍ତ ହେବାକୁ ଥିବା ଏହି ମୁଖ୍ୟ କେନାଲ ଏବେ ବଟିରା ପାଖରେ ଅଟକ ରହିଛି। ସେହିପରି ଚିତ୍ରୋପତ୍ଳା ନଦୀର ଦକ୍ଷିଣ ପାର୍ଶ୍ୱରେ ଆସିଥିବା ମୁଖ୍ୟ କେନାଲ ଗରଜଙ୍ଗା ପର୍ଯ୍ୟନ୍ତ ଯିବାକୁ ଥିବା ବେଳେ ଉଦ୍‌ଘାଟନ ପୂର୍ବରୁ ନଇନ୍ଦିପୁର ପାଖରେ ଅଟକି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୯ା୩(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୮୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୭,୩୫୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।...

୬ ଦିନ ପରେ ଧରାପଡ଼ିଲେ ଫେରାର କଏଦୀ

ଭବାନୀପାଟଣା,୧୭।୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ମଦନପୁର ରାମପୁର ସବ୍‌ ଜେଲ ପାଚେରି ଡେଇଁ ଜଣେ ବିଚାରାଧୀନ କଏଦୀ ଗତ ୧୧ ତାରିଖରେ ଚମ୍ପଟ ମାରିଥିଲେ। ଫେରାର୍‌ କଏଦୀ...

ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚକୁ ଝଟ୍‌କା

ଭୁବନେଶ୍ୱର,୩।୩(ବ୍ୟୁରୋ): ପୂର୍ବତନ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ହତ୍ୟାକାଣ୍ଡ ମାମଲାରେ କ୍ରାଇମବ୍ରାଞ୍ଚକୁ ଝଟ୍‌କା ଲାଗିଛି। ଅଭିଯୁକ୍ତ ଗୋପାଳ ଦାସଙ୍କ ମାନସିକ ସ୍ଥିତିର ପୁନଃଯାଞ୍ଚ ପାଇଁ...

ଜେଏସ୍‌ଡବ୍ଲ୍ୟୁକୁ ମିଳିଲା ଜଜାଙ୍ଗ ଖଣି

ଭୁବନେଶ୍ୱର,୭।୨(ବ୍ୟୁରୋ): ସଜ୍ଜନ ଜିନ୍ଦଲ ପରିଚାଳିତ ଜେଏସଡବ୍ଲ୍ୟୁ ଷ୍ଟିଲ କେନ୍ଦୁଝର ଜିଲାରେ ଥିବା ଜଜାଙ୍ଗ ଲୁହାପଥର ଖଣି ହାତେଇବାରେ ସଫଳ ହୋଇଛି। ଏହି ଖଣି ପାଇଁ ଜେଏସ୍‌ଡବ୍ଲ୍ୟୁ...

ଆଦର୍ଶ ବିଦ୍ୟାଳୟରେ ସମସ୍ୟା:ଜିଲାପାଳଙ୍କ ଦ୍ୱାରସ୍ଥ ହେଲା ଅଭିଭାବକ ସଂଘ

ଅନୁଗୋଳ ଅଫିସ, ୬।୮ ଅନୁଗୋଳ ସହର ଉପକଣ୍ଠ ଖଣ୍ଡହତାରେ ଥିବା ଆଦର୍ଶ ବିଦ୍ୟାଳୟ ସମସ୍ୟା ନେଇ ପୁଣି ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି ଅଭିଭାବକ ସଂଘ। ୨୦୧୮-୧୯...

ମହିଳାଙ୍କଠାରୁ ୪୦ ହଜାର ଟଙ୍କା ଲୁଟ୍‌ ଘଟଣା: ୩ ମାସ ପରେ ୨ କୋର୍ଟ ଚାଲାଣ

ବଡ଼ବିଲ,୨୯।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଭଦ୍ରାସାହି ଷ୍ଟେଟ୍‌ବ୍ୟାଙ୍କ ଶାଖାରୁ ଜଣେ ମହିଳା ୪୦ ହଜାର ଟଙ୍କା ଉଠାଣ କରି ଫେରୁଥିବା ବେଳେ ଲୁଟ୍‌...

ପଶ୍ଚିମବଙ୍ଗକୁ ପିଡିଏସ୍‌ ଚାଉଳ ଚାଲାଣ

ରୂପସା (ବାଞ୍ଛାନିଧି ଦେ)/ବସ୍ତା (ହରିଶଙ୍କର ପାଢୀ), ୯।୮: ବାଲେଶ୍ୱର ଜିଲା ରୂପସା ଥାନା ଅଧୀନ ୬୦ ନମ୍ବର ଜାତୀୟ ରାଜପଥର ଥାନା ନିକଟରେ ପୋଲିସ ଚଢାଉ...

ଦାରିଙ୍ଗବାଡି ବ୍ଲକ ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଏମ୍‌ପି, ବିଧାୟକ

ଦାରିଙ୍ଗବାଡ଼ି,୧୧ା୮(ଡି.ଏନ.ଏ.)- କନ୍ଧମାଳ ଏମ୍‌ପି ଡ. ଅଚ୍ୟୁତ ସାମନ୍ତ ଓ ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ରବିବାର ଦାରିଙ୍ଗବାଡ଼ି ବ୍ଲକରେ ଚାଲିଥିବା ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବା...

Advertisement
Archives

Model This Week