Posted inଖେଳ

ଭାରତର ପରାଜୟ ପରେ ଫିଟିଲା ଗୁମର: ଗମ୍ଭୀରଙ୍କ କଥା ଣୁଣି ନ ଥିଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୧।୧: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ମତ ଚୟନକର୍ତ୍ତାଙ୍କ ଶୁଣିନାହାନ୍ତି। ଚୟନକର୍ତ୍ତାମାନେ ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ ପାଇଁ ଅଧିକାଂଶ ଯୁବ ଖେଳାଳିଙ୍କ ଉପରେ ବିଶ୍ୱାସ ପ୍ରକଟ କରିଥିଲେ। ବ୍ୟାଟ୍ସମ୍ୟାନ ଚେତେଶ୍ୱର ପୂଜାରାଙ୍କ ସମେତ ଅନେକ ଅଭିଜ୍ଞ ଖେଳାଳିଙ୍କ ନାମ ଦଳରୁ ବାଦ୍‌ ଥିଲା। ରିପୋର୍ଟରେ ଦର୍ଶାଯାଇଛି, ଗମ୍ଭୀର ଚାହୁଁଥିଲେ ଯେ ପୂଜାରାଙ୍କୁ ଟିମ ଇଣ୍ଡିଆରେ ଅନ୍ତର୍ଭୁକ୍ତ କରାଯାଉ, କିନ୍ତୁ ତାଙ୍କ ପ୍ରସ୍ତାବ ଗ୍ରହଣ କରାଯାଇ ନ ଥିଲା।
ଏକ ରିପୋର୍ଟ ଅନୁଯାୟୀ, ବର୍ଡର-ଗାଭାସ୍କର ଟ୍ରଫି ପାଇଁ ପୂଜାରାଙ୍କୁ ଟିମ ଇଣ୍ଡିଆରେ ଅନ୍ତର୍ଭୁକ୍ତ କରାଯିବାକୁ ଗମ୍ଭୀର ଚାହୁଁଥିଲେ, କିନ୍ତୁ ଏହା ହୋଇ ନ ଥିଲା। ପୂଜାରାଙ୍କୁ ଦଳରେ ଅନ୍ତର୍ଭୁକ୍ତ କରିବାକୁ ଚୟନକର୍ତ୍ତା ଗମ୍ଭୀରଙ୍କ କଥା ଶୁଣି ନ ଥିଲେ। ରିପୋର୍ଟରେ ଏହା ମଧ୍ୟ ଉଲ୍ଲେଖ କରାଯାଇଛି ଯେ, ପର୍ଥରେ ସିରିଜର ପ୍ରଥମ ଟେଷ୍ଟ ଜିତିବା ପରେ ମଧ୍ୟ ଗମ୍ଭୀର ପୂଜାରାଙ୍କ ବିଷୟରେ କହିଥିଲେ।

ସୂଚନାଯୋଗ୍ୟ,ପୂଜାରା ଟିମ ଇଣ୍ଡିଆ ପାଇଁ ୧୦୦ରୁ ଅଧିକ ଟେଷ୍ଟ ଖେଳିଛନ୍ତି। ସେ ୨୦୨୩ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲରେ ଟିମ ଇଣ୍ଡିଆ ପାଇଁ ତାଙ୍କର ଶେଷ ଟେଷ୍ଟ ଖେଳିଥିଲେ। ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ଏହି ମ୍ୟାଚରେ ପୂଜାରା ଉଭୟ ଇନିଂସରେ ୧୪ ଓ ୨୭ ରନ ସ୍କୋର କରିଥିଲେ।

୨୦୧୮-୧୯ରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ସିରିଜରେ ପୂଜାରା ସର୍ବାଧିକ ରନ ସ୍କୋରର୍‌ ହୋଇଥିଲେ। ଭାରତୀୟ ବ୍ୟାଟ୍ସମ୍ୟାନ ୧୨୫୮ ବଲରେ ୫୨୧ ରନ ସଂଗ୍ରହ କରିଥିଲେ। ତା’ପରେ ୨୦୨୦-୨୧ରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ସିରିଜରେ ପୂଜାରା ୨୭୧ ରନ ସଂଗ୍ରହ କରିଥିଲେ। ସେ ପନ୍ତଙ୍କ ପରେ ସିରିଜରେ ଭାରତ ପାଇଁ ସର୍ବାଧିକ ରନ ସ୍କୋରର୍‌ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri