ବିଜେଡିରେ ଯୋଗଦେବା ପରେ ମା’ ତାରାତାରିଣୀଙ୍କ ଆଶିଷ ନେଲେ ଭି.କେ ପାଣ୍ଡିଆନ

ପୁରୁଷୋତ୍ତମପୁର,୨୭।୧୧(ସିମାଞ୍ଚଳ ମିଶ୍ର): ଅବସରପ୍ରାପ୍ତ ଆଇଏଏସ ତଥା ୫ଟି-ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ସୋମବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ବିଜଦରେ ସାମିଲ ହୋଇଛନ୍ତି। ବିଜେଡିରେ ଯୋଗ ଦେବା ପରେ ସେ ପ୍ରଥମକରି ଗଞ୍ଜାମ ଜିଲାର ପ୍ରତ୍ୟକ୍ଷ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପିଠକୁ ଆସି ମା’ଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରି ଆଶିର୍ବାଦ ଭିକ୍ଷା କରି ଓଡିଶାବାସୀଙ୍କ ମଙ୍ଗଳ କାମନା କରିଛନ୍ତିା

ପୂର୍ବରୁ ଗଞ୍ଜାମ ଜିଲାପାଳ ଭାବେ ପାଣ୍ଡିଆନ ୪ ବର୍ଷ କାମ କରିଛନ୍ତି। ଏବେ ପ୍ରଶାସନିକ ସେବାରୁ ସ୍ବେଛାକୃତ ଭାବେ ନିବୃତ ହେବା ରାଜନୀତିରେ ପାଦ ଦେଇଛନ୍ତି ପାଣ୍ଡିଆନ। ରାଜନୀତିରେ ସାମିଲ ହେବା ପରେ ଦଳ ଭିତରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଉଛି। ”ସେ ଅନେକ ବର୍ଷ ହେବ ରାଜ୍ୟ ପାଇଁ କଠିନ ପରିଶ୍ରମ କରୁଛନ୍ତି। ସେ ଦଳରେ ଜଣେ ସଦସ୍ୟ ଭାବେ ତାହା ଜାରି ରଖିବେ। ମୁଁ ତାଙ୍କୁ ଶୂୁଭେଚ୍ଛା ଜଣାଉଛି” ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ବିଜେଡିର ବରିଷ୍ଠ ନେତାମାନଙ୍କ ଉପସ୍ଥିତିରେ ପାଣ୍ଡିଆନ୍‌ ଆଜି ନବୀନ ନିବାସରେ ବିଜେଡିର ପ୍ରାଥମିକ ସଦସ୍ୟତା ଗ୍ରହଣ କରିଥିଲେ। ଦଳର ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ପ୍ରସାଦ ମିଶ୍ର, ସଞ୍ଜୟ ଦାସବର୍ମା, ଅରୁଣ ସାହୁ, ପ୍ରତାପ ଦେବ, ସ୍ନେହାଙ୍ଗିନୀ ଛୁରିଆ, ଉଷା ଦେବୀ, ବାସନ୍ତୀ ହେମ୍ବ୍ରମ, ମାନସ ମଙ୍ଗରାଜ, ସମୀର ଦାଶ, କଳିକେଶ ସିଂହଦେଓ ପ୍ରମୁଖ ଉପସ୍ଥିତ ଥିଲେ।

ପ୍ରଣବ ପ୍ରକାଶ ଦାସ ପାଣ୍ଡିଆନ୍‌ଙ୍କୁ ଶଙ୍ଖ ବ୍ୟାଚ୍‌ ପିନ୍ଧାଇଥିଲେ। ବିଜେଡିରେ ମିଶିବା ପରେ ପାଣ୍ଡିଆନ୍‌ ଶଙ୍ଖ ଭବନରେ ପହଞ୍ଚିଛନ୍ତି। ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି।
ଗତ ଅକ୍ଟୋବର ୨୩ତାରିଖରେ ଭିକେ ପାଣ୍ଡିଆନ ସର୍ବଭାରତୀୟ ପ୍ରଶାସନିକ ସେବା ଚାକିରିରୁ ସ୍ବେଚ୍ଛାକୃତ ଅବସର ନେଇଥିଲେ। ଏହାପରେ ତାଙ୍କୁ ୫ଟି ଏବଂ ନବୀନ ଓଡ଼ିଶାର ଅଧ୍ୟକ୍ଷ ଦାୟିତ୍ୱ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri