ଅପହରଣ ପରେ ଯୁବକଙ୍କୁ ହତ୍ୟା

କୋଦଳା/କବିସୂର୍ଯ୍ୟନଗର,୮ା୧୦(ଅମିତ କୁମାର ପଟ୍ଟନାୟକ/କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କୋଦଳା ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ଅପହରଣ ପରେ ହତ୍ୟା କରାଯାଇଛି। ତିନିଦିନ ପରେ ରବିବାର ସାତନଳ-ବେରୁଆଁବାଡି ନୁଦୁବୁଦି ନାଳ ନିକଟସ୍ଥ ଏକ ବୁଦା ନିକଟରୁ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତ ଯୁବକ ହେଲେ କବିସୂର୍ଯ୍ୟନଗର ଥାନା କେ. ଝରିଡ଼ା ଗ୍ରାମର ଦିପୁ ପାତ୍ର। ପୋଲିସ ସହ ସାଇଣ୍ଟିଫିକ୍‌ ଟିମ୍‌ ସହ ତଦନ୍ତ ଆରମ୍ଭ କରିଛି।

ମିଳିଥିବା ସୂଚନା ମୁତାବକ, ଶୁକ୍ରବାର ଦିପୁ କୋଦଳା କୋର୍ଟରୁ ବାଇକ୍‌ରେ ଫେରୁଥିବା ବେଳେ ଦିନ ପ୍ରାୟ ୧୨ଟା ସମୟରେ ଛଚିନା ଛକଠାରେ କିଛି ଦୁର୍ବୃତ୍ତ ତାଙ୍କୁ ଅଟକାଇ ଅପହରଣ କରିନେଇଥିଲେ। ପରେ ତାଙ୍କୁ ମାଡ଼ ମାରୁଥିବାର ଭିଡିଓ କଲ୍‌ କରି ତାଙ୍କ ମା’ଙ୍କୁ ଦେଖାଇଥିଲେ। ଏ ନେଇ ଦପୁଙ୍କ ମା’ ଅଲେଖା ପାତ୍ର କୋଦଳା ଥାନାରେ ଅଭିଯୋଗ କରିଥିଲେ। ପୁଣି ଶନିବାର ପରିବାର ଲୋକେ ଗଞ୍ଜାମ ଏସ୍‌ପିଙ୍କୁ ସାକ୍ଷାତ କରି ସବୁକଥା କହିଥିଲେ। ଏକ ସ୍ବତନ୍ତ୍ର ଟିମ୍‌ କରାଯାଇ ଘଟଣାର ତଦନ୍ତ କରାଯିବ ବୋଲି ଏସ୍‌ପି ପ୍ରତିଶ୍ରୁତି ଦେଇଥିଲେ। ତେବେ ରବିବାର ସାତନଳ-ବେରୁଆଁବାଡି ନୁଦୁବୁଦି ନାଳ ନିକଟସ୍ଥ ଏକ ବୁଦା ନିକଟରେ ଦୁର୍ଗନ୍ଧ ହେବାରୁ ସ୍ଥାନୀୟ ଲୋକେ ଏକ ମୃତଦେହ ପଡ଼ିଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ପୁରୁଷୋତ୍ତମପୁର ଏସ୍‌ଡିପିଓ ରଜନୀକାନ୍ତ ସାମଲ, କୋଦଳା ଆଇଆଇସି ଉମାକାନ୍ତ ସାହୁ, କବିସୂର୍ଯ୍ୟନଗର ଆଇଆଇସି ପ୍ରଭାତ ସାହୁ ଓ ସାଇଣ୍ଟିଫିକ୍‌ ଟିମ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଚିହ୍ନଟ କରି ଜବତ କରିଥିଲେ। ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ ମାରଣାସ୍ତ୍ରରେ ହଣାଯାଇଥିବା ଦାଗ ରହିଥିଲା। ପରେ ତାଙ୍କୁ ପଥର ଛେଚି ହତ୍ୟା କରାଯାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ସୋମବାର ମୃତଦେହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ପଠାଯିବ ବୋଲି ପୋଲିସ କହିଛି। ଅପହରଣ ମାମଲା ନଂ ୪୮୨/୨୩କୁ ହତ୍ୟା ମାମଲାରେ ରୂପାନ୍ତରିତ କରି ପୋଲିସ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?