ଝିଅକୁ ହତ୍ୟା ପରେ ମା’ର ଆତ୍ମହତ୍ୟା: ଜଙ୍ଗଲରୁ ମିଳିଲା ସ୍ବାମୀଙ୍କ ମୃତଦେହ

ବଣାଇ/ବଡ଼ବିଲ/ଟେନ୍‌ସା,୨୯।୪: ରାସ୍ତାକଡ଼ ଶାଳ ଜଙ୍ଗଲରୁ ସ୍ବାମୀ ଏବଂ ଭଡ଼ାଘରୁ ମିଳିଲା ସ୍ତ୍ରୀ ଓ ଝିଅଙ୍କ ମୃତଦେହ। ଗୋଟିଏ ଦିନରେ ପରିବାରର ୩ ସଦସ୍ୟଙ୍କ ଏଭଳି ସନ୍ଦେହଜନକ ମୃତ୍ୟୁ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ନିୟୁ ଗାର୍ଡେନ କଲୋନୀ ମସ୍‌ଜିଦ ସମ୍ମୁଖ ଭଡ଼ାଘରୁ ଗୁରୁବାର ରଞ୍ଜିତା ସାହାଣୀ (୨୯)ଙ୍କ ମୃତଦେହ ଫ୍ୟାନ୍‌ରେ ଝୁଲନ୍ତା ଅବସ୍ଥାରେ ଠାବ ହୋଇଥିବା ବେଳେ ଖଟ ଉପରେ ପଡ଼ିଥିବା ୩ବର୍ଷ ଶିଶୁକନ୍ୟାର ମୃତଦେହ ପୋଲିସ ଜବତ କରିଛି। ଆଗେ ଶିଶୁ କନ୍ୟାକୁ ମାରିବା ପରେ ନିଜେ ଫାଶି ଦେଇ ମା’ ଆତ୍ମହତ୍ୟା କରିଥିବା ପୋଲିସ ସନ୍ଦେହ କରୁଛି। ଅପରପକ୍ଷେ ଗୋଟିଏ ଦିନ ପୂର୍ବରୁ ଘର ଛାଡ଼ି କେଉଁଆଡେ ଚାଲିଯାଇଥିବା ରଞ୍ଜିତାଙ୍କ ସ୍ବାମୀ ପ୍ରହଲ୍ଲାଦ (୩୪)ଙ୍କ ମୃତଦେହ କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଝାଡ଼ଗାଁ-ରୋଇଡ଼ା ରାସ୍ତାକଡ଼ ଜଙ୍ଗଲରୁ ଗୁରୁବାର ଝୁଲୁଥିବା ଅବସ୍ଥାରେ ଠାବ କରାଯାଇଛି। ମହିଳାଙ୍କ ମୃତଦେହ ନିକଟରୁ ପୋଲିସ ଏକ ସୁଇସାଇଡ୍‌ ନୋଟ୍‌ ଜବତ କରିଛି। ଏଥିରେ ତାଙ୍କ ସ୍ବାମୀଙ୍କ ବିରୋଧରେ ଭଡ଼ାରେ ରହୁଥିବା ଘର ମାଲିକ ଥାନାରେ ଏତଲା ଦେବା ଯୋଗୁ ଏଭଳି ଘଟଣା ଘଟିଛି ବୋଲି ଉଲ୍ଲେଖ ରହିଛି। ପୋଲିସ ସୁଇସାଇଡ୍‌ ନୋଟ୍‌କୁ ଆଧାର କରି ଘର ମାଲିକ ରାଜେନ୍ଦ୍ର ସାମଲଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି। ପ୍ରହଲ୍ଲାଦ ସାହାଣୀଙ୍କ ଘର ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅଧୀନ କରତୋଠା ଗ୍ରାମରେ। ସେ ଏକ ପରିବହନ ସଂସ୍ଥାରେ କାର୍ଯ୍ୟ କରନ୍ତି। ସପରିବାର ସୁନ୍ଦରଗଡ଼ ଜିଲା କୋଇଡ଼ାରେ ଭଡ଼ାରେ ରହୁଥିଲେ।
ପ୍ରହଲ୍ଲାଦ ଓ ତାଙ୍କ ସ୍ତ୍ରୀ ରଞ୍ଜିତାଙ୍କ ମଧ୍ୟରେ ମଙ୍ଗଳବାର ରାତିରେ ଝଗଡ଼ା ହୋଇଥିଲା। ବୁଧବାର ସକାଳେ ପ୍ରହଲ୍ଲାଦ ଘରୁ କେଉଁଆଡ଼େ ପଳାଇଯାଇଥିଲେ । ଘର ମାଲିକ ପୋଲିସକୁ ଖବର ଦେଇଥିଲେ। କିନ୍ତୁ ପ୍ରହଲ୍ଲାଦ ଏହି ଘଟଣାରେ ରଞ୍ଜିତା ଥାନାରେ ଅଭିଯୋଗ କରିଥିବା ସନ୍ଦେହ କରିଥିଲେ। ବୁଧବାର ରଞ୍ଜିତାଙ୍କୁ ଫୋନ କରି କାହିଁକି ଥାନାକୁ ଗଲ ବୋଲି କହି ଆତ୍ମହତ୍ୟା ଧମକ ଦେଇ ଫୋନ ସୁଇଚ ଅଫ୍‌ କରି ଦେଇଥିଲେ। ରାତି ପର୍ଯ୍ୟନ୍ତ ଖୋଜି ନୟାନ୍ତ ହେବା ପରେ ରଞ୍ଜିତା ମଧ୍ୟ ଆତ୍ମହତ୍ୟା ପାଇଁ ଚରମ ନିଷ୍ପତ୍ତି ନେଇଥିଲେ। ଏକ ସୁଇସାଇଡ୍‌ ନୋଟ୍‌ରେ ଘର ମାଲିକଙ୍କୁ ଦାୟୀ କରିବା ସହ ପ୍ରଥମେ ତିନି ବର୍ଷର ଝିଅକୁ ହତ୍ୟା କରିବା ସହ ନିଜେ ଆତ୍ମହତ୍ୟା କରିଛନ୍ତି ବୋଲି ଉଲ୍ଲେଖ କରିଛନ୍ତି। ପ୍ରାରମ୍ଭିକ ତଦନ୍ତରୁ ଏହା ଜଣାପଡ଼ିଥିବା ବେଳେ ସୁନ୍ଦରଗଡ଼ ଜିଲା କୋଇଡ଼ା ଓ କେନ୍ଦୁଝର ଜିଲା ବଡ଼ବିଲ ଥାନା ପୋଲିସ ଅଧିକ ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri