ବାପାଙ୍କୁ ହତ୍ୟା କରି ଲୁଚିଥିଲେ ଜଙ୍ଗଲରେ

ପାଟଣା,୧୩।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମିରିଗିଖୋଜି ଗ୍ରାମରେ ବାପାଙ୍କୁ କାଠ ଫାଳିଆରେ ପିଟି ହତ୍ୟା କରିଥିବା ଅଭିଯୋଗରେ ପୋଲିସ ହତ୍ୟାକାରୀ ପୁଅଙ୍କୁ ଗିରଫ କରିଛି। ବୈତରଣୀ ନଦୀ କୂଳରେ ଥିବା ଜଙ୍ଗଲରେ ଲୁଚିଥିବା ବେଳେ ଶୁକ୍ରବାର ପୋଲିସ ତାଙ୍କୁ ଧରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ବୀରେନ୍ଦ୍ର ପଲେଇ(୩୫)।
ସୂଚନା ଅନୁଯାୟୀ, ଗତ ମଙ୍ଗଳବାର ପୂର୍ବାହ୍ନରେ ବୀରେନ୍ଦ୍ର ତାଙ୍କ ସ୍ତ୍ରୀଙ୍କୁ ଗାଳି ଗୁଲଜ କରୁଥିବା ବେଳେ ବାପା ଆକୁଳି ଚରଣ ବୋହୂଙ୍କୁ ଗାଳି ନ କରିବା ପାଇଁ ତାଗିଦ୍‌ କରିଥିଲେ। ଏଥିରେ ବୀରେନ୍ଦ୍ର ଉତ୍‌କ୍ଷିପ୍ତ ହୋଇ ପାଖରେ ପଡ଼ିଥିବା ଏକ କାଠ ଫାଳିଆରେ ବାପା ଆକୁଳିଙ୍କ ମୁଣ୍ଡକୁ ପ୍ରହାର କରିଥିଲେ। ଗୁରୁତର ଅବସ୍ଥାରେ ଆକୁଳିଙ୍କୁ ଚିକିତ୍ସା ପାଇଁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଗୁରବାର ପୂର୍ବାହ୍ନରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ବଡ଼ ବୋହୁ ମିନତୀ ପଲେଇଙ୍କ ଅଭିଯୋଗକୁ ଭିତ୍ତିକରି ପାଟଣା ଥାନାଧିକାରୀ ରାଜେନ୍ଦ୍ର ସ୍ବାଇଁ ଏକ ହତ୍ୟା ମାମଲା(ନଂ.୧୯୬/୨୧) ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଥିଲେ। ଗିରଫ ଭୟରେ ଅଭିଯୁକ୍ତ ପାଖ ଜଙ୍ଗଲରେ ଲୁଚି ରହିଥିଲେ। ଶୁକ୍ରବାର ସକାଳେ ଏସ୍‌ଆଇ ଶିବଶଙ୍କର ଆଲଦା ସଦଳବଳ ଚଢ଼ାଉ କରି ବୀରେନ୍ଦ୍ରଙ୍କୁ ଧରିବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri