Posted inଖେଳ

କେ ଏଲ୍‌ ରାହୁଲଙ୍କ ପରେ ରୋହିତ ଶର୍ମା ଆହତ, ଟିମ୍‌ ଇଣ୍ଡିଆର ବଢ଼ିଲା ଚିନ୍ତା…

ନୂଆଦିଲ୍ଲୀ,୨୨।୧୨: ବର୍ଡର-ଗାଭାସ୍କର ଟ୍ରଫିରେ ଆଉ ୨ ମୁକାବିଳା ଖେଲାଯିବ। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଲାଗି ଟୁର୍ନାମେଣ୍ଟ ଗୁରୁତ୍ୱ ରଖୁଥିବାରୁ ଉଭୟ ଟିମ୍‌ ଲାଗି ବିଜୟ ଗୁରୁତ୍ୱ ବହନ କରୁଛି। ଏହାକୁ ଦୃଷ୍ଟିରେ ରଖି ଟିମ୍‌ ଇଣ୍ଡିଆର ଖେଳାଳିମାନେ ନେଟ୍ସରେ କଠିନ ପରିଶ୍ରମ କରୁଛନ୍ତି। ହେଲେ ଖରାପ ଫର୍ମ ଦେଇ ଗତି କରୁଥିବା ଭାରତୀୟ ଅଧିନାୟକ ରୋହିତ ଶର୍ମା ନେଟ୍ସରେ ଝାଳ ବୁହାଉଛନ୍ତି। ଏମିତିରେ ରବିବାର ସେ ମେଲବର୍ନ କ୍ରିକେଟ ଗ୍ରାଉଣ୍ଡରେ ପହଞ୍ଚିଥିଲେ। ନେଟ୍ସରେ ବ୍ୟାଟିଂ କରିବା ସମୟରେ ସେ ଆହତ ହୋଇଛନ୍ତି। ତାଙ୍କ ଆଣ୍ଠୁରେ ଆଘାତ ଲାଗିଛି। ପୂର୍ବରୁ ପ୍ରଥମ ସେଶନରେ କେ ଏଲ୍‌ ରାହୁଲଙ୍କ ହାତରେ ଆଘାତ ଲାଗିଥିଲା।

ତେବେ ରୋହିତ ଆଘାତ ଲାଗିବା ସତ୍ତ୍ୱେ କିଛି ସମୟ ସେ ଖେଳିବାକୁ ଚେଷ୍ଟା କରିଥିଲେ। ହେଲେ ଯନ୍ତ୍ରଣା ଅଧିକ ହେବା ପରେ ସେ ବରଫ ଘସି ବସି ପଡ଼ିଥିବା ଦେଖିବାକୁ ମିଳିଛି। ରିପୋର୍ଟ ମୁତାବକ ଏହି ଆଘାତ ବେଶ ଗମ୍ଭୀର ନୁହେଁ। ଅପରପକ୍ଷେ ଟେଷ୍ଟ ଖେଳାଯିବାକୁ ଆଉ ୪ ଦିନ ବାକି ଥିବାରୁ ସେ ସମ୍ପୂର୍ଣ୍ଣ ଫିଟ୍‌ ହୋଇଯିବେ ବୋଲି କୁହାଯାଉଛି।

ରୋହିତଙ୍କ ଆଘାତ ଯୋଗୁ ଭାରତୀୟ ଟିମ୍‌ର ଅସୁବିଧା ବଢ଼ିଛି। କାରଣ ଦଳର ଅଧିକାଂଶ ବ୍ୟାଟ୍ସମ୍ୟାନ ସଂଘର୍ଷ କରୁଛନ୍ତି। ସେ ଏଯାବତ ଅଷ୍ଟ୍ରେଲିଆରେ ରନ୍‌ କରିବାରେ ବିଫଳ ହେଉଛନ୍ତି। ପ୍ରଥମେ ଦଳର ସଫଳ ବ୍ୟାଟ୍ସମ୍ୟାନ କେ ଏଲ୍‌ ରାହୁଲ ଏବଂ ଅଧିନାୟକ ଆହତ ହେବା ଯୋଗୁ ଚିନ୍ତା ବଢ଼ିଛି। କେବଳ ଏତିକି ନୁହେଁ ମୁକାବିଲା ପୂର୍ବରୁ ଟିମ୍‌ର ଅନୁଭବୀ ସ୍ପିନର ଅଶ୍ୱୀନ ଅବସର ଘୋଷଣା କରିଦେଇଛନ୍ତି। ଏସବୁ ଦେଖିଲେ ଭାରତୀୟ ଟିମ୍‌ ଅନିଶ୍ଚିତତା ମଧ୍ୟକୁ ଯାଉଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

CJP ଆଗରେ ନଇଁଲେ ମୋଦି ସରକାର! କହିଲେ ଯାହା ଚାହିଁବେ…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ CJP (କକରୋଚ୍ ଜନତା ପାର୍ଟି) ତରଫରୁ ଜାରି ରହିଥିବା ପ୍ରତିବାଦ ପ୍ରଦର୍ଶନ ମଧ୍ୟରେ କେନ୍ଦ୍ର ସରକାର ଆଲୋଚନା ପାଇଁ ନିଜର ପ୍ରସ୍ତୁତି ଦେଖାଇଛନ୍ତି। ସରକାରୀ…

ଅସୁରକ୍ଷିତ ପଞ୍ଚସଖାଙ୍କ ପ୍ରତିମୂର୍ତ୍ତି: ଉପରୁ ଖସିଲା ସିଲିଂ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ…

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri