ନେପାଳରେ ବିଦ୍ରୋହ: ପ୍ରଧାନମନ୍ତ୍ରୀଙ୍କ ପରେ ଇସ୍ତଫା ଦେଲେ ରାଷ୍ଟ୍ରପତି

କାଠମାଣ୍ଡୁ,୯।୯: ନେପାଳରେ ହଇଚଇ। ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ନିଜ ପଦରୁ ଇସ୍ତଫା ଦେବା ପରେ ପରେ ରାଷ୍ଟ୍ରପତି ରାମଚନ୍ଦ୍ର ପୌଡେଲ ଇସ୍ତଫା ଦେଇଛନ୍ତି। ଆମେରିକା, ୟୁରୋପୀୟ ସଂଘ (ଇୟୁ), ବ୍ରାଜିଲ, ଭାରତ, ଚାଇନା ଓ ଅଷ୍ଟ୍ରେଲିଆ ସମେତ ବିଶ୍ୱର ବିଭିନ୍ନ ଭାଗରେ ଅପପ୍ରଚାର, ଡେଟା ପ୍ରିଭେସି, ଅନ୍ଲାଇନ ସେଫ୍ଟି ଓ ଜାତୀୟ ସୁରକ୍ଷା ପ୍ରସଙ୍ଗରେ ସରକାରମାନେ କଟକଣା ଲଗାଉଥିବାବେଳେ ନେପାଳ ମଧ୍ୟ ଅନୁରୂପ ପନ୍ଥା ଆପଣାଇ ଫସିଯାଇଛି। ଯାହାକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି।

ନେପାଳରେ ସୋସିଆଲ ମିଡିଆ ପ୍ରତିବନ୍ଧକକୁ ନେଇ ବିରୋଧ ପ୍ରଦର୍ଶନ ହେବା ପରେ, ସରକାର ସୋମବାର (ସେପ୍ଟେମ୍ବର ୮) ରେ ତାଙ୍କ ନିଷ୍ପତ୍ତି ପ୍ରତ୍ୟାହାର କରିନେଇଥିଲେ। ତିନି ଦିନ ପୂର୍ବେ, ସରକାର ଫେସବୁକ, ଏକ୍ସ ଏବଂ ହ୍‌ବାଟ୍ସଆପ ସମେତ ୨୬ ଟି ସୋସିଆଲ ମିଡିଆ ପ୍ଲାଟଫର୍ମ ଉପରେ ପ୍ରତିବନ୍ଧକ ଲଗାଇବାକୁ ନିର୍ଦ୍ଦେଶ ଦେଇଥିଲେ।

ଏହି ନିଷ୍ପତ୍ତିର ପ୍ରତିବାଦରେ ରାଜଧାନୀ କାଠମାଣ୍ଡୁ ସମେତ ଅନେକ ସ୍ଥାନରେ ହିଂସାତ୍ମକ ପ୍ରତିବାଦ କରାଯାଇଥିଲା। ପ୍ରଦର୍ଶନକାରୀ ଏବଂ ପୋଲିସ ମଧ୍ୟରେ ସଂଘର୍ଷରେ ଏପର୍ଯ୍ୟନ୍ତ ଅତି କମରେ ୨୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି।

ମଙ୍ଗଳବାର ନେପାଳର ରାଷ୍ଟ୍ରପତି ରାମ ଚନ୍ଦ୍ର ପୌଡେଲଙ୍କ ଘର ଉପରେ ବିକ୍ଷୋଭକାରୀମାନେ ଆକ୍ରମଣ କରିଥିଲେ। ପ୍ରତିବାଦକାରୀମାନେ ଅନେକ ମନ୍ତ୍ରୀଙ୍କ ଘର ଉପରେ ମଧ୍ୟ ଆକ୍ରମଣ କରିଛନ୍ତି। ରିପୋର୍ଟ ଅନୁଯାୟୀ, ପୂର୍ବତନ ପ୍ରଧାନମନ୍ତ୍ରୀ ପୁଷ୍ପ କମଳ ଦହଲ ପ୍ରଚଣ୍ଡଙ୍କ ଘର ମଧ୍ୟ ଟାର୍ଗେଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri