ନେପାଳରେ ବିଦ୍ରୋହ: ପ୍ରଧାନମନ୍ତ୍ରୀଙ୍କ ପରେ ଇସ୍ତଫା ଦେଲେ ରାଷ୍ଟ୍ରପତି

କାଠମାଣ୍ଡୁ,୯।୯: ନେପାଳରେ ହଇଚଇ। ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ନିଜ ପଦରୁ ଇସ୍ତଫା ଦେବା ପରେ ପରେ ରାଷ୍ଟ୍ରପତି ରାମଚନ୍ଦ୍ର ପୌଡେଲ ଇସ୍ତଫା ଦେଇଛନ୍ତି। ଆମେରିକା, ୟୁରୋପୀୟ ସଂଘ (ଇୟୁ), ବ୍ରାଜିଲ, ଭାରତ, ଚାଇନା ଓ ଅଷ୍ଟ୍ରେଲିଆ ସମେତ ବିଶ୍ୱର ବିଭିନ୍ନ ଭାଗରେ ଅପପ୍ରଚାର, ଡେଟା ପ୍ରିଭେସି, ଅନ୍ଲାଇନ ସେଫ୍ଟି ଓ ଜାତୀୟ ସୁରକ୍ଷା ପ୍ରସଙ୍ଗରେ ସରକାରମାନେ କଟକଣା ଲଗାଉଥିବାବେଳେ ନେପାଳ ମଧ୍ୟ ଅନୁରୂପ ପନ୍ଥା ଆପଣାଇ ଫସିଯାଇଛି। ଯାହାକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି।

ନେପାଳରେ ସୋସିଆଲ ମିଡିଆ ପ୍ରତିବନ୍ଧକକୁ ନେଇ ବିରୋଧ ପ୍ରଦର୍ଶନ ହେବା ପରେ, ସରକାର ସୋମବାର (ସେପ୍ଟେମ୍ବର ୮) ରେ ତାଙ୍କ ନିଷ୍ପତ୍ତି ପ୍ରତ୍ୟାହାର କରିନେଇଥିଲେ। ତିନି ଦିନ ପୂର୍ବେ, ସରକାର ଫେସବୁକ, ଏକ୍ସ ଏବଂ ହ୍‌ବାଟ୍ସଆପ ସମେତ ୨୬ ଟି ସୋସିଆଲ ମିଡିଆ ପ୍ଲାଟଫର୍ମ ଉପରେ ପ୍ରତିବନ୍ଧକ ଲଗାଇବାକୁ ନିର୍ଦ୍ଦେଶ ଦେଇଥିଲେ।

ଏହି ନିଷ୍ପତ୍ତିର ପ୍ରତିବାଦରେ ରାଜଧାନୀ କାଠମାଣ୍ଡୁ ସମେତ ଅନେକ ସ୍ଥାନରେ ହିଂସାତ୍ମକ ପ୍ରତିବାଦ କରାଯାଇଥିଲା। ପ୍ରଦର୍ଶନକାରୀ ଏବଂ ପୋଲିସ ମଧ୍ୟରେ ସଂଘର୍ଷରେ ଏପର୍ଯ୍ୟନ୍ତ ଅତି କମରେ ୨୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି।

ମଙ୍ଗଳବାର ନେପାଳର ରାଷ୍ଟ୍ରପତି ରାମ ଚନ୍ଦ୍ର ପୌଡେଲଙ୍କ ଘର ଉପରେ ବିକ୍ଷୋଭକାରୀମାନେ ଆକ୍ରମଣ କରିଥିଲେ। ପ୍ରତିବାଦକାରୀମାନେ ଅନେକ ମନ୍ତ୍ରୀଙ୍କ ଘର ଉପରେ ମଧ୍ୟ ଆକ୍ରମଣ କରିଛନ୍ତି। ରିପୋର୍ଟ ଅନୁଯାୟୀ, ପୂର୍ବତନ ପ୍ରଧାନମନ୍ତ୍ରୀ ପୁଷ୍ପ କମଳ ଦହଲ ପ୍ରଚଣ୍ଡଙ୍କ ଘର ମଧ୍ୟ ଟାର୍ଗେଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?