Posted inଜାତୀୟ

ଜମ୍ମୁ-କାଶ୍ମୀରରେ କୁଲଗାମ ପରେ କିଶ୍ୱାଡ଼ରେ ଆତଙ୍କୀ ଆକ୍ରମଣ ଆଶଙ୍କା: ଦୁଇ SPO ଯବାନ ନିଖୋଜ, ହାଇଆଲର୍ଟ

ଶ୍ରୀନଗର,୧୧ା୧୧: : ଜମ୍ମୁ-କାଶ୍ମୀରର କୁଲଗାମରେ ଆତଙ୍କବାଦୀ ଆକ୍ରମଣ ଘଟଣା ପରେ ଏବେ କିଶ୍ୱାଡ଼ ଜିଲାରେ ଉତ୍ତେଜନା ପ୍ରକାଶ ପାଇଛି। କିଶ୍ୱାଡ଼ର ମାରୱାହ ସ୍ଥିତ ଦେହରନା ଜଙ୍ଗଲ ଅଞ୍ଚଳରେ ଗୁଳିଫୁଟା ଶବ୍ଦ ଶୁଣାଯିବା ପରେ ସମଗ୍ର ଅଞ୍ଚଳରେ ହାଇଆଲର୍ଟ ଜାରି କରାଯାଇଛି। ସେହିପରି ଦଚ୍ଛନ-ମାରୱାହ ପାହାଡ଼ି ଅଞ୍ଚଳରୁ ଦୁଇଜଣ ସ୍ପେଶାଲ ପୋଲିସ ଅଫିସର (SPO) ନିଖୋଜ ହୋଇଯାଇଥିବା ବେଳେ ସେମାନଙ୍କୁ ଖୋଜିବା ପାଇଁ ସୁରକ୍ଷାବଳ ପକ୍ଷରୁ ବ୍ୟାପକ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଛି। ନିଖୋଜ SPO ଦ୍ୱୟ ହେଲେ ରଶପାଲ କୁମାର (୪୦) ଏବଂ ବବି ଚନ୍ଦ (୫୪)।

ମିଳିଥିବା ସୂଚନା ଅନୁଯାୟୀ, ଏହି ଦୁଇ ଜଣ SPO ସେନାର ଯବାନଙ୍କ ସହ ପାଟ୍ରୋଲିଂରେ ବାହାରି ‘ଧେରନା ପୋଷ୍ଟ’ ଆଡ଼କୁ ଯାଉଥିବା ସମୟରେ ସେମାନଙ୍କ ସହ ସମ୍ପର୍କ ବିଚ୍ଛିନ୍ନ ହୋଇଯାଇଥିଲା। ଏହି ସମୟରେ ଅଞ୍ଚଳରେ ଗୁଳିଫୁଟା ଶବ୍ଦ ମଧ୍ୟ ଶୁଣିବାକୁ ମିଳିଥିଲା। ପ୍ରାରମ୍ଭିକ ପର୍ଯ୍ୟାୟରେ ସେମାନଙ୍କ ମୋବାଇଲ ଫୋନ ଅନ୍ ଥିଲେ ମଧ୍ୟ ପରବର୍ତ୍ତୀ ସମୟରେ ତାହା ବନ୍ଦ ହୋଇଯାଇଛି। ଘଟଣା ସମୟରେ ସ୍ଥାନୀୟ ଅଞ୍ଚଳରେ ମୋବାଇଲ ନେଟୱର୍କ ସେବା ବାଧାପ୍ରାପ୍ତ ଥିବା ଜଣାପଡ଼ିଛି। ପୋଲିସ ଓ ସୁରକ୍ଷା ଏଜେନ୍ସିଗୁଡ଼ିକ ମିଳିତ ଭାବେ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି।

ସୂଚନାଯୋଗ୍ୟ ଯେ, ଗତ ଅକ୍ଟୋବର ୧୫ ତାରିଖରେ କିଶ୍ୱାଡ଼ର ତ୍ରିଗାମ ପୋଲିସ ପିକେଟରୁ SPO ବଶୀର ଅହମ୍ମଦ ନିଖୋଜ ହେବା ପରେ ଅକ୍ଟୋବର ୧୬ରେ ତାଙ୍କ ମୃତଦେହ ଜଙ୍ଗଲରୁ ମିଳିଥିଲା। ଏହି ହତ୍ୟାକାଣ୍ଡ ମାମଲାରେ ପୋଲିସ ଅକ୍ଟୋବର ୧୯ରେ ଦୁଇଜଣ ସନ୍ଦିଗ୍ଧଙ୍କୁ ଗିରଫ କରିଥିଲା।

ଏହା ପୂର୍ବରୁ କୁଲଗାମ ଜିଲାର ଅଖରାନ ମୀର ବଜାର ଅଞ୍ଚଳରେ CRPFର ୪୬ତମ ବାଟାଲିୟନ ଉପରେ ବାଇକରେ ଆସି ଆତଙ୍କବାଦୀମାନେ ଅନ୍ଧାଧୁନ୍ଧ ଗୁଳିଚାଳନା କରିଥିଲେ। ଏହି ଆକ୍ରମଣରେ ୩ ଜଣ CRPF ଯବାନ ଆହତ ହୋଇଥିବା ବେଳେ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।

ସାମ୍ନାକୁ ଆସିଥିବା CCTV ଫୁଟେଜ ଅନୁଯାୟୀ, ଆତଙ୍କବାଦୀମାନେ ମାତ୍ର ୧୫ ସେକେଣ୍ଡ ଭିତରେ ୩୦ ରାଉଣ୍ଡ ଗୁଳିଚାଳନା କରି ଫେରାର ହୋଇଯାଇଥିଲେ। ଏହି ଆକ୍ରମଣ ପଛରେ ଲଶ୍କର କମାଣ୍ଡର ଲତିଫ ଭଟ୍ଟର ହାତ ଥିବା ସନ୍ଦେହ କରାଯାଉଛି, ଯିଏ କି ଜମ୍ମୁ-କାଶ୍ମୀରରେ ସକ୍ରିୟ ଥିବା କିଛି ସ୍ଥାନୀୟ ଆତଙ୍କବାଦୀଙ୍କ ମଧ୍ୟରୁ ଜଣେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ICCର ଟେଷ୍ଟ ରାଙ୍କିଂ ଜାରି; ଟପ୍‌-୧୦ରେ ୨ ଭାରତୀୟ ଖେଳାଳି, ଦେଖନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୧୧।୧୧: ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ବୁଧବାର ଟେଷ୍ଟ କ୍ରିକେଟ୍‌ର ସଦ୍ୟତମ ଖେଳାଳି ରାଙ୍କିଂ ଜାରି କରିଛି । ଏହି ରାଙ୍କିଂର ଟପ୍‌-୧୦ ବ୍ୟାଟରଙ୍କ ତାଲିକାରେ ଦୁଇ…

ସ୍ୱଚ୍ଛତାରେ ଓଡ଼ିଶାକୁ ଜାତୀୟ ସମ୍ମାନ! ସ୍ୱଚ୍ଛ ଉପକୂଳ ସହର ବର୍ଗରେ…

ଭୁବନେଶ୍ୱର,୧୧ା୧୧: ସହରାଞ୍ଚଳର ପରିମଳ ବ୍ୟବସ୍ଥା, ସ୍ୱଚ୍ଛତା ଓ ସ୍ଥାୟୀ ବର୍ଜ୍ୟବସ୍ତୁ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରୟାସ ପାଇଁ ଜାତୀୟ ସ୍ତରରେ ସ୍ୱୀକୃତି ହାସଲ କରିଛି ଓଡ଼ିଶା ।…

ସୋନିଆଙ୍କ ସହ ଐଶ୍ୱର୍ଯ୍ୟାଙ୍କ ୩୨ ବର୍ଷ ପୁରୁଣା ଭିଡିଓ ଭାଇରାଲ୍‌, ହାତରେ ଫୁଲ ଧରି କରିଥିଲେ….

ନୂଆଦିଲ୍ଲୀ,୧୧।୧୧: ସୋନିଆ ଗାନ୍ଧୀଙ୍କ ଏକ ପୁରୁଣା ଭିଡିଓ ଏବେ ସୋସିଆଲ୍‌ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ସୋନିଆଙ୍କ ସହ ବଲିଉଡ୍‌ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ…

ରୌପ୍ୟ ଜିତି ଓଡ଼ିଶା ଫେରିଲେ ପାୟଲ ନାଗ, ୧୦ ଲକ୍ଷ ଟଙ୍କା ପୁରସ୍କାର ଦେଲା ରାଜ୍ୟ କ୍ରୀଡ଼ା ବିଭାଗ

ଭୁବନେଶ୍ୱର,୧୧।୧୧: ଜାପାନର ନାଗୋୟାଠାରେ ଅନୁଷ୍ଠିତ ଏସିଆନ୍‌ ପାରା ଗେମ୍ସ-୨୦୨୬ର ମହିଳା ଆର୍ଚେରୀ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଥିଲେ ଓଡ଼ିଶାର ପାୟଲ ନାଗ । ସେ ବୁଧବାର…

ଇଂଲଣ୍ଡ ପାଇଁ ବଡ଼ ଝଟକା; ODI-T20 ସିରିଜରୁ ବାଦ୍ ପଡ଼ିଲେ…

ଲଣ୍ଡନ,୧୧।୧୧: ଅଷ୍ଟ୍ରେଲିଆ ଗସ୍ତ ପୂର୍ବରୁ ଇଂଲଣ୍ଡ କ୍ରିକେଟ୍‌ ଦଳକୁ ଲାଗିଛି ବଡ଼ ଝଟ୍‌କା। ଦଳର ଷ୍ଟାର୍‌ ବ୍ୟାଟର୍‌ ଜାକବ୍‌ ବେଥେଲ୍‌ ଆହତ ହୋଇ ଅଷ୍ଟ୍ରେଲିଆ ଗସ୍ତରୁ ବାଦ୍‌…

କେଏଲ୍‌ ରାହୁଲଙ୍କ ସ୍ଥାନରେ କିଏ? ଭାରତ ପାଇଁ ୫-୬-୭ ନମ୍ବର ସ୍ଥାନରେ କିଏ ବ୍ୟାଟିଂ କରିବ ଜାଣନ୍ତୁ

ନୂଆଦିଲ୍ଲୀ,୧୧ା୧୧: ଭାରତୀୟ ଦିନିକିଆ ଦଳରେ କେଏଲ୍‌ ରାହୁଲଙ୍କ ସ୍ଥାନ ପୂରଣ କରିବା ସହଜ ନୁହେଁ। କାରଣ ସେ କେବଳ ୱିକେଟ୍‌କିପିଂ ନୁହେଁ, ବରଂ ଯେକୌଣସି ବ୍ୟାଟିଂ କ୍ରମରେ…

ଗ୍ରାହକଙ୍କୁ ଡବଲ ଝଟକା! Mother Dairy ପରେ ଲିଟର ପିଛା ୪ ଟଙ୍କା ବଢ଼ିଲା ଅମୁଲ କ୍ଷୀର

ନୂଆଦିଲ୍ଲୀ: ଏଣିକି ଚା’ ଓ କଫି ପିଇବା ମଧ୍ୟ ମହଙ୍ଗା ହେବାକୁ ଯାଉଛି । ପ୍ରଥମେ ମଦର ଡେରୀ କ୍ଷୀର ଦର ବୃଦ୍ଧି କରିଥିବା ବେଳେ ଏବେ…

କଟକ ବାଲିଯାତ୍ରା: ଉଦ୍‌ଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି

କଟକ,୧୧ା୧୧: ଓଡ଼ିଶାର ଐତିହାସିକ ତଥା ଗୌରବମୟ ନୌବାଣିଜ୍ୟ ପରମ୍ପରାର ପ୍ରତୀକ ‘କଟକ ବାଲିଯାତ୍ରା’କୁ ନେଇ ଆସିଛି ଏକ ବଡ଼ ଖବର। ଚଳିତ ବର୍ଷର ବାଲିଯାତ୍ରା ଉଦ୍‌ଘାଟନୀ ସମାରୋହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?