Posted inଜାତୀୟ

ଲାଲୁଙ୍କ ପରେ ଏବେ ତେଜସ୍ବୀଙ୍କ ପାଳି

ପାଟନା,୩୦।୧: ଲ୍ୟାଣ୍ଡ ଫର୍‌ ଜବ ସ୍କାମ ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୋମବାର ଆରଜେଡି ମୁଖ୍ୟ ଲାଲୁ ପ୍ରସାଦଙ୍କୁ ୯ ଘଣ୍ଟାରୁ ଅଧିକ ସମୟ ପଚରାଉଚରା କରିଛି। ମଙ୍ଗଳବାର ଇଡି ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କୁ ପଚରାଉଚରା କରିବାକୁ ଯାଉଛି। କୁହାଯାଉଛି ଯେ ତେଜସ୍ବୀ ଯାଦବ ମଙ୍ଗଳବାର ଦିନ ପ୍ରାୟ ୧୧ଟା ସମୟରେ ଇଡି କାର୍ଯ୍ୟାଳୟରେ ପହଞ୍ଚିବେ। ସୂଚନାlଯୋଗ୍ୟ, ଏହା ପୂର୍ବରୁ ୨୨ ଡିସେମ୍ବର ଏବଂ ୫ ଜାନୁଆରୀରେ ଇଡି ପଚରାଉଚରା ପାଇଁ ତେଜାସ୍ବୀଙ୍କୁ ଡାକିଥିଲେ, କିନ୍ତୁ ସେ ଉଭୟ ଥର ଇଡି ଆଗରେ ହାଜର ହୋଇନଥିଲେ। ଏହାପୂର୍ବରୁ, ଏପ୍ରିଲ ୧୧,୨୦୨୩ ରେ, ଇଡି ଏହି ପ୍ରସଙ୍ଗରେ ୮ଘଣ୍ଟା ପାଇଁ ତେଜସ୍ବୀ ଯାଦବଙ୍କୁ ପଚରାଉଚରା କରିଥିଲେ।

ସୂଚନାlଯୋଗ୍ୟ, ନୀତୀଶ କୁମାରଙ୍କ ନେତୃତ୍ୱରେ ବିହାରରେ ଏନଡିଏ ସରକାର ଗଠନର ଗୋଟିଏ ଦିନ ପରେ ଇଡି ତେଜସ୍ବୀ ଯାଦବଙ୍କୁ ତଦନ୍ତ ନୋଟିସ ଦେଇଛନ୍ତି। ଲ୍ୟାଣ୍ଡ ଫର ଜବ୍‌ ମାମଲାରେ, ଜାନୁଆରୀ ୧୯ରେ ଇଡି ଏକ ନୋଟିସ ପଠାଇ ଜାନୁଆରୀ ୨୯ ରେ ତେଜସ୍ବୀ ଯାଦବ ଏବଂ ଜାନୁଆରୀ ୩୦ ରେ ଲାଲୁ ଯାଦବଙ୍କୁ ପଚରାଉଚରା ପାଇଁ ଡାକିଥିଲେ। ସୋମବାର ଲାଲୁ ଯାଦବଙ୍କୁ ପ୍ରାୟ ୯ଘଣ୍ଟା ଧରି ଇଡି ପଚରାଉଚରା କରିଥିଲା। ସୂଚନା ଅନୁଯାୟୀ, ତେଜସ୍ବୀ ଯାଦବ ଇଡିରେ ହାଜର ନହେବା ପାଇଁ ନିଜର ବ୍ୟସ୍ତତା ବିଷୟରେ ଉଲ୍ଲେଖ କରିଥିଲେ। କିନ୍ତୁ ବର୍ତ୍ତମାନ ସେ ଇଡି ଆଗରେ ହାଜର ହେବେ ବୋଲି ବିଶ୍ୱାସ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଲେବର ପାର୍ଟିରେ ଉତ୍ତେଜନା ମଧ୍ୟରେ ୟୁକେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କିର୍‌ ଷ୍ଟାର୍ମର

ଲଣ୍ଡନ,୨୨।୬: ବ୍ରିଟିଶ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର (ଜୁନ ୨୨) କିର୍‌ ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା…

‘ଅଧିକ ଚିନ୍ତା କର ନାହିଁ’, କିଏ ଆଉ କାହିଁକି ଏମିତି କହିଲେ ବୈଭବ ସୂର୍ଯ୍ୟବଂଶୀଙ୍କୁ? ତା’ପରେ ଆସିଲା ଝଡ଼…

ନୂଆଦିଲ୍ଲୀ,୨୨।୬: ବୈଭବ ସୂର୍ଯ୍ୟବଂଶୀ ଜାଣିଥିଲେ ଯେ ଶ୍ରୀଲଙ୍କାରେ ତ୍ରି-ସିରିଜରେ ସମସ୍ତଙ୍କ ନଜର ତାଙ୍କ ଉପରେ ରହିବ। ୧୫ ବର୍ଷୀୟ ବ୍ୟାଟସମ୍ୟାନଙ୍କୁ ଭାରତ ଏ ପାଇଁ ଜଣେ ପ୍ରମୁଖ…

ସରକାରଙ୍କ ବଡ଼ ଉପହାର, ୨୦ ପ୍ରତିଶତ ବଢିଲା DA, ଆଶା କର୍ମୀଙ୍କୁ ମିଳିବ ୨ହଜାର, ମହିଳାଙ୍କ ପାଇଁ ମାଗଣା ବସ ସେବା

କୋଲକାତା,୨୨।୬: ସୋମବାର, ପଶ୍ଚିମବଙ୍ଗ ସରକାର ଅନେକ ସୁବିଧା ଘୋଷଣା କରିଛନ୍ତି। ରାଜ୍ୟ କ୍ୟାବିନେଟ ରାଜ୍ୟ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା (DA) 20 ପ୍ରତିଶତ ବୃଦ୍ଧି କରିବାକୁ…

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଗତ କିଛି ବର୍ଷ ଧରି ପୃଥିବୀର ଜଳବାୟୁରେ ଅସ୍ବାଭାବିକ ପରିବର୍ତ୍ତନ ଦେଖାଯାଉଛି। ଏହାର ପ୍ରଭାବ ଭାରତ ଏବଂ ଓଡ଼ିଶାରେ ମଧ୍ୟ ସ୍ପଷ୍ଟ ଭାବେ ପରିଲକ୍ଷିତ ହେଉଛି। ଏହି…

ବିକାଶ ଧାରା ଓଡ଼ିଶା ସାରା, ଲୋକଙ୍କୁ ସରକାରଙ୍କ ଯୋଜନା ବିଷୟରେ ଜଣାଇ…

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): ରାଜ୍ୟରେ ଭାଜପା ସରକାରଙ୍କ ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସିନ୍ଧିପଦର, ଡୁମେରପଦର ଓ ଥୁଆମୂଳ ପଞ୍ଚାୟତଠାରେ ‘ବିକାଶ…

ଟିମ ଇଣ୍ଡିଆକୁ ଘାରିଲାଣି 2026 ଟି-20 ବିଶ୍ୱକପରୁ ବାହାରି ଯିବାର ଭୟ; ଗୋଟିଏ ପରାଜୟ ବଢାଇଲା ଟେନସନ

ନୂଆଦିଲ୍ଲୀ,୨୨।୬: ଜୁନ ୧ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ଭାରତ ପରାଜୟ ବରଣ କରିଥିଲା। ଏହି ଫଳାଫଳ ଗ୍ରୁପ ୧ ପଏଣ୍ଟ ଟେବୁଲର ଗତିଶୀଳତାକୁ ସମ୍ପୂର୍ଣ୍ଣ…

ସିମେଣ୍ଟ କାରଖାନା ବନ୍ଦ: ତେଜିଲା ଅସନ୍ତୋଷ, ଲୋକେ ଆନ୍ଦୋଳନମୁହାଁ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡ଼ୋଲସ୍ଥିତ ଏସିସି ଲିମିଟେଡ୍‌ ପରିଚାଳିତ ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ମାସ ୧୯ତାରିଖର ସମ୍ପୂର୍ଣ୍ଣଭାବେ ବନ୍ଦ ହୋଇଯିବ। କାରଖାନା…

ପ୍ରକୃତି ପାଠଶାଳାରେ ଗଛ ଚିହ୍ନିଲେ ପିଲା, ପରିବେଶ ସୁରକ୍ଷା ସହ…

ଦାରିଙ୍ଗବାଡ଼ି,୨୨ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ତିଲୋରୀ ପଞ୍ଚାୟତ ଦୁର୍ଗମ ଗଣ୍ଡିଗୁଡ଼ା ଗ୍ରାମରେ ଶିଶୁମାନଙ୍କର ଏକ ଦିବସୀୟ ପ୍ରକୃତି ପାଠଶାଳା ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri