ବିଜେଡି ଛାଡ଼ି ଭାଜପାରେ ମିଶିବା ପରେ ଅରିନ୍ଦମ ଦେଲେ ବଡ଼ ବୟାନ: ଦଳର ମୁଖିଆଙ୍କୁ ଭେଟିବା…

ଭୁବନେଶ୍ୱର,୧୫।୩: ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେବାର ଘଣ୍ଟାଏ ନ ପୂରୁଣୁ ଭାଜପାରେ ଯୋଗ ଦେଇଛନ୍ତି ଅଭିନେତା ଅରିନ୍ଦମ ରାୟ। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଶୁକ୍ରବାର ସେ ପଦ୍ମ ଧରିଛନ୍ତି। ତେବେ ଭାଜପାରେ ସାମିଲ ହେବା ପରେ ଅରିନ୍ଦମ ପ୍ରତିକ୍ରିୟା ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରିବା ସହ ତାଙ୍କ ଦ୍ୱାରା ପ୍ରଭାବିତ ହୋଇ ଭାଜପାରେ ସାମିଲ ହୋଇଥିବା କହିଛନ୍ତି।
ବିଜେଡି ଛାଡ଼ିବା ନେଇ ଅରିନ୍ଦମ ଗଣମାଧ୍ୟମକୁ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିତ୍ୱରେ ପ୍ରଭାବିତ ହୋଇ ଦଳରେ ଯୋଗ ଦେଇଥିଲି। ପୂର୍ବରୁ ବିଜେଡିରେ ଯେଉଁଭଳି କାମ ହେଉଥିଲା ବର୍ତ୍ତମାନ ସେସବୁ ଶୈଳୀ ବଦଳି ଯାଇଛି, ଯାହା ସହ ମୁଁ ଖାପ ଖୁଆଇ ପାରିଲି ନାହିଁ। ଏଣୁ କେଉଁଠି ନା କେଉଁଠି ବିଜେଡିରେ କାମ କରିବାର ଆଉ ସୁଯୋଗ ନାହିଁ ବୋଲି ଅନୁଭବ କଲି। ଯେତେବେଳେ ସୁଯୋଗ ଥିଲା ବହୁତ କାର୍ଯ୍ୟ କରିଛି। ଏବେ ଯେଉଁଠୁ ସ୍ବାଗତ, ସମ୍ମାନ, ଭଲପାଇବା ମିଳିଲା ମୁଁ ସେ ଦଳକୁ ଆସିଲି ବୋଲି ସେ କହଛନ୍ତି।
କେବଳ ଏତିକି ନୁହେଁ ଅରିନ୍ଦମ ବିଜୁ ଜନତା ଦଳର ମୁଖିଆଙ୍କୁ ଭେଟିବା ଅସମ୍ଭବ ହୋଇଗଲାଣି ବୋଲି ମଧ୍ୟ ଏକ ବଡ଼ ବୟାନ ଦେଇଛନ୍ତି। ଯଦି ଲିଡର୍‌ଙ୍କୁ ଦେଖି ନ ପାରିବି ତେବେ ଦଳରେ ରହିବାର କିଛି ମାନେ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Mettle Meet 2026: ଜୁନିୟର ବର୍ଗରେ ଚାମ୍ପିୟନ୍ ହେଲା ୟୁନିଟ-୮ ଡିଏଭି ପବ୍ଲିକ ସ୍କୁଲ, ରନର୍ସ-ଅପ୍ ହେଲେ …

ଭୁବନେଶ୍ୱର,୯।୮: ଏକ ରୋମାଞ୍ଚକର ଫାଇନାଲ ମୁକାବିଲା ସହ ଶେଷ ହୋଇଛି ମେଟଲ ମିଟ୍‌ ୨୦୨୬ ଜୁନିୟର ବର୍ଗ ପ୍ରତିଯୋଗିତା। ଜ୍ଞାନ ଓ ପ୍ରତିଭାର ଏହି ମୁକାବିଲାରେ ଭୁବନେଶ୍ୱରର…

ବିଶ୍ୱ ଜନଜାତି ଦିବସରେ ଗର୍ଜିଲେ ଅଧିବାସୀ, କନ୍ଧମାଳ ମେଡିକାଲ କଲେଜର ନାମ ପରିବର୍ତ୍ତନକୁ ବିରୋଧ

ଦାରିଙ୍ଗବାଡି,୯ା୮(ଅରୁଣ ସହୁ ): ବିଶ୍ୱ ଜନଜାତି ଦିବସ ରବିବାର ପାଳିତ ହୋଇଯାଇଛି । ଏହି ଅବସରରେ ଅଞ୍ଚଳରେ ବସବାସ କରୁଥିବା ଜନଜାତି ସମ୍ପ୍ରଦାୟର ଶତାଧିକ ମହିଳା, ପୁରୁଷ…

ଧରିତ୍ରୀର ପ୍ରଭାବ; ତତ୍ପରତା ଦେଖାଇଲେ ବିଦ୍ୟୁତ କର୍ମଚାରୀ, ସଫେଇ ହେଲା ଟ୍ରାନ୍ସଫର୍ମର ନିକଟ ଗଛ

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲି ଗଛରେ ଆଚ୍ଛାଦିତ ହୋଇ ରହିଥିଲା ।…

ଘରେ ପଶି ଗୀତାଞ୍ଜଳିଙ୍କୁ ହତ୍ୟା କଲେ ଦୁର୍ବୃତ୍ତ, ବିବାହ ନ କରି ରହୁଥିଲେ ଏକାକୀ, ଗାଁରେ ପଡ଼ିଛି ଚହଳ…

ବଲାଙ୍ଗୀର,୯ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଳା ବ୍ଲକ ଅନ୍ତର୍ଗତ ଖମାର ମୁଣ୍ଡା ଗ୍ରାମଠାରେ ଜଣେ ଅବିବାହିତା ମହିଳା ଏକୁଟିଆ ଘରେ ଥିବା ବେଳେ ଦୁର୍ବୃତ୍ତ ଘରକୁ…

ଖେଳୁଖେଳୁ ଦୁଇ ଶିଶୁଙ୍କ ଆଖି ସାମ୍ନାରେ ହଠାତ୍‌ ଦବିଗଲା ମାଟି, ୧୦ ଫୁଟ ଗର୍ତ୍ତ ଦେଖି ଆତଙ୍କିତ ଗ୍ରାମବାସୀ

ଭଞ୍ଜନଗର,୯ା୮(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କନ୍ଧମାଳ ଜିଲାର ରାଇକିଆ ବ୍ଲକ ଅନ୍ତର୍ଗତ ଢେପାଗୁଡ଼ା ଗ୍ରାମରେ ଭୂସ୍ଖଳନ ଘଟଣାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ…

ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କରିବା ପ୍ରକ୍ରିୟାରେ ବିଳମ୍ବ, ତେଜୁଛି ଅସନ୍ତୋଷ

ଗଞ୍ଜାମ,୯ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ହୁମ୍ମାଠାରେ ରହିଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କରିବା ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ଗତ ୧ ବର୍ଷ ତଳେ ଦାବି ଜୋର…

ଜଳାଭିଷେକ ପାଇଁ ଯାଉଥିଲେ କାଉଡ଼ିଆ,ବାଟରେ ଓଲଟିଲା ଗାଡ଼ି, ଆଉ ତା’ ପରେ…

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ମାୟାପାଟଣା ଛକ ଜାତୀୟ ରାଜପଥରେ ରବିବାର ଭାରସାମ୍ୟ ହରାଇ ଏକ ଟାଟାଏସି ଗାଡ଼ି ଓଲଟି ପଡ଼ିଛି।…

ଧାନ ତଳି ଉପାଡୁଥିବାବେଳେ ହେଲା ବଜ୍ରପାତ, ବିଲରେ ଟଳିପଡ଼ିଲେ ମହିଳା, ଆଉ ଜଣେ ଅଚେତ

ପାଟକୁରା,୯ା୮(ରବୀନ୍ଦ୍ର ନାଥ ବାରିକ): ରବିବାର ମଧ୍ୟାହ୍ନରେ ହଠାତ୍‌ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ମାରିଥିଲା। ଫଳରେ କେନ୍ଦ୍ରାପଡ଼ା ଜିଲା ଗରଦପୁର ଗ୍ରାମର ଶୁକଦେବ ମଲ୍ଲିକଙ୍କ ସ୍ତ୍ରୀ ଟିକି(୪୨)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri