କ୍ଷମତାରୁ ଯିବା ପରେ ବିଜେଡିକୁ ଆଉ ମିଳୁନି ଚାନ୍ଦା, ଆୟ ସମ୍ପର୍କିତ ସତ୍ୟପାଠରୁ ସାମ୍ନାକୁ ଆସିଲା ବଡ଼ ତଥ୍ୟ

ଭୁବନେଶ୍ୱର, ୨୩।୧୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ବାଚନରେ ପରାଜୟ ପରେ ବିଜେଡିକୁ ଆଉ ଚାନ୍ଦା(ଡୋନେଶନ) ମିଳୁନାହିଁ। କ୍ଷମତାରୁ ଯିବା ପରେ ବିଜେଡିକୁ ଆଉ ଚାନ୍ଦା ଦେବାକୁ କେହି ଆଗ୍ରହ ଦେଖାଉନାହାନ୍ତି। ୨୦୨୪-୨୫ ଆର୍ଥିକ ବର୍ଷରେ ବିଜେଡିକୁ ୬୦ କୋଟି ଟଙ୍କା ମିଳିଥିଲା। ହେଲେ ଏହା ଗତ ସାଧାରଣ ନିର୍ବାଚନ ସମୟରେ ହିଁ ମିଳିଥିଲା। ଏହାପରେ ବିଜେଡିକୁ ଚାନ୍ଦା ମିଳିବା ଏକ ପ୍ରକାର ବନ୍ଦ ହେବାକୁ ଲାଗିଲାଣି। ନିର୍ବାଚନ କମିଶନଙ୍କ ନିକଟରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଦାଖଲ କରାଯାଇଥିବା ଦଳର ଆୟ ସମ୍ପର୍କିତ ସତ୍ୟପାଠରୁ ଏହା ଜଣାପଡ଼ିଛି। ବିଜେଡି କୋଷାଧ୍ୟକ୍ଷ ସୁବାସ ସିଂ ଦାଖଲ କରିଥିବା ସତ୍ୟପାଠରେ ଉଲ୍ଲେଖ କରାଯାଇଛି, ୨୦୨୪-୨୫ ଆର୍ଥିକ ବର୍ଷର ଏପ୍ରିଲ ଓ ମେ’ରେ ଦଳକୁ ୪ଟି ଘରୋଇ ସଂସ୍ଥା ୬୦ କୋଟି ଟଙ୍କା ଚାନ୍ଦା ଦେଇଛନ୍ତି। କିନ୍ତୁ ତା’ ପରଠାରୁ ଦଳକୁ ଆଉ ଚାନ୍ଦା ମିଳି ନାହିଁ। ଦଳ ପାଖରେ ମୋଟ୍‌ ୭୨୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ରହିଛି। ୨୦୨୪-୨୫ ଆର୍ଥିକ ବର୍ଷରେ ସୁଧ ବାବଦରେ ବିଜେଡି ୫୦ କୋଟି ଟଙ୍କା ଆୟ କରିଛି। ଏହିପରି ମୋଟ୍‌ ୨୦୨୪-୨୫ ଆର୍ଥିକ ବର୍ଷରେ ୧୧୦ କୋଟି ଟଙ୍କା ବୋଲି ଜଣାପଡ଼ିଛି।
ଅନ୍ୟପଟେ ଭାଜପାର ନେତା, ମନ୍ତ୍ରୀ ଓ ବିଧାୟକମାନେ ଦଳକୁ ଲକ୍ଷାଧିକ ଟଙ୍କାର ଚାନ୍ଦା ଦେଇଥିବା ନିର୍ବାଚନ କମିଶନଙ୍କ ନିକଟରେ ଦାଖଲ କରାଯାଇଥିବା ଆୟ ସମ୍ପର୍କିତ ସତ୍ୟପାଠରୁ ଜଣାପଡ଼ିଛି। ସେଥିରେ ଦର୍ଶାଯାଇଛି ଭାଜପା ଆକାଉଣ୍ଟକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଠାରୁ ଆରମ୍ଭକରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କନକ ବର୍ଦ୍ଧନ ସିଂଦେଓ, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ରବି ନାରାୟଣ ନାଏକ, କୃଷ୍ଣ ଚନ୍ଦ୍ର ପାତ୍ର, ପ୍ରଦୀପ ବଳସାମନ୍ତ, କୃଷ୍ଣ ଚନ୍ଦ୍ର ମହାପାତ୍ର, ଗଣେଶ ରାମସିଂ ଖୁଣ୍ଟିଆ, ମୁକେଶ ମହାଲିଙ୍ଗ, ନିତ୍ୟାନନ୍ଦ ଗଣ୍ଡ, ସମ୍ପଦ କୁମାର ସ୍ବାଇଁ, ସୁରେଶ ପୂଜାରୀ ପ୍ରମୁଖ ୫ ଲକ୍ଷ ଟଙ୍କା ଲେଖାଏ ଚାନ୍ଦା ଆକାରରେ ପ୍ରଦାନ କରିଛନ୍ତି। ସେହିପରି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ୫ ଲକ୍ଷ ଟଙ୍କା ଦେଇଥିବା ବେଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୧ ଲକ୍ଷ ଟଙ୍କା ଚାନ୍ଦା ଦେଇଛନ୍ତି। ଏମ୍‌ପି ପ୍ରଦୀପ ପୁରୋହିତ, ଅନନ୍ତ ନାଏକ, ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ସଙ୍ଗୀତା ସିଂଦେଓ, ଅଭିମନ୍ୟୁ ସେଠୀ ପ୍ରମୁଖ ଏମ୍‌ପିମାନେ ୨ ଲକ୍ଷ ଟଙ୍କା ଲେଖାଏ ପ୍ରଦାନ କରିଛନ୍ତି। ଏମ୍‌ପି ବୈଜୟନ୍ତ ପଣ୍ଡା ୫ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ୫ ଲକ୍ଷ ଟଙ୍କା ଦେଇଥିବା ବେଳେ ଦଳର ପ୍ରାୟ ସବୁ ବିଧାୟକ ଚାନ୍ଦା ଆକାରରେ ଲକ୍ଷେ ଟଙ୍କା ଲେଖାଏ ପ୍ରଦାନ କରିଛନ୍ତି। ସେହିପରି ଭାଜପାର ପୂର୍ବତନ ବିଧାୟକମାନେ ୨୫ ହଜାର ଟଙ୍କା ଲେଖାଏ ଦେଇଥିବା ଜଣାପଡ଼ିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri