ଦଳ ଛାଡ଼ିଲେ ଓଡ଼ଗାଁ ବ୍ଲକ ବିଜେଡି ସଭାପତି

ଓଡ଼ଗାଁ,୧୮ା୬(ଆଦର୍ଶ କୁମାର ପଟ୍ଟନାୟକ): ଓଡ଼ଗାଁ ବ୍ଲକ ବିଜେଡି ସଭାପତି ତଥା ପୂର୍ବତନ ଜିଲା ପରିଷଦ ସଦସ୍ୟ ସୂର୍ଯ୍ୟନାରାୟଣ ଚୌଧୁରୀ ସୋମବାର ବିଜେଡିର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଏ ନେଇ ସ୍ଥାନୀୟ କଲ୍ୟାଣ ମଣ୍ଡପଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଦୁଇ ଦଶନ୍ଧିରୁ ଊର୍ଦ୍ଧ୍ୱ ଏହି ପଦବୀରେ ରହି ଦଳ ପାଇଁ କାର୍ଯ୍ୟ କରି ଆସୁଥିଲେ ସୁଦ୍ଧା ତାଙ୍କୁ ଲୋକଙ୍କ ସେବା କରିବାର ସୁଯୋଗ ଦିଆଯାଇ ନ ଥିଲା। ଜିଲା ତଥା ବ୍ଲକସ୍ତରରେ ଦଳୀୟ କ୍ଷମତାକୁ ବିକେନ୍ଦ୍ରୀକରଣ କରିବାରେ ସ୍ଥାନୀୟ ବିଧାୟକ ଅରୁଣ କୁମାର ସାହୁ ସଫଳ ହେବା ପରିବର୍ତ୍ତେ ଏକ ନିର୍ଦ୍ଦିଷ୍ଟ କୋଟେରି ମଧ୍ୟରେ କ୍ଷମତା ରଖିଥିଲେ। ଏହାକୁ ନେଇ ସେ ବାରମ୍ବାର ପ୍ରଶ୍ନ ଉଠାଇଥିଲେ ସୁଦ୍ଧା ତାଙ୍କ ପ୍ରତି ଗୁରୁତ୍ୱ ଦିଆଯାଇ ନ ଥିଲା। ଫଳରେ ସେ ଦଳ ଓ ଦଳୀୟ ନେତୃତ୍ୱ ପ୍ରତି ଅସନ୍ତୁଷ୍ଟ ବ୍ୟକ୍ତ କରିବା ସହିତ ନିଜର ଇସ୍ତଫା ପତ୍ର ରାଜ୍ୟ ବିଜେଡି ସଭାପତି ନବୀନ ପଟ୍ଟନାୟକ ଓ ସ୍ଥାନୀୟ ବିଧାୟକଙ୍କ ନିକଟକୁ ପଠାଇଥିବା କହିଛନ୍ତି। ସମର୍ଥକଙ୍କ ସହମତି ଅନୁସାରେ ଆଗାମୀ ପଦକ୍ଷେପ ଗ୍ରହଣ କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍‌ଆଇ ପରୀକ୍ଷା

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍‌ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ…

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri