Posted inଖେଳ

ସାମ୍ବାଦିକଙ୍କ ପ୍ରଶ୍ନ ଶୁଣି ରୋହିତ ଦେଲେ ଏମିତି ଜବାବ, ପାକିସ୍ତାନ ଅଧିନାୟକ ହସି ହସି…

ନୂଆଦିଲ୍ଲୀ,୪।୧୦: ଦିନିକିଆ ବିଶ୍ୱକପ ଅକ୍ଟୋବର ୫ରୁ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆରମ୍ଭ ହେବ। ଡିଫେଣ୍ଡିଂ ଚାମ୍ପିୟନ ଇଂଲଣ୍ଡ ଓପନିଂ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ଭେଟିବ। ଏହାପୂର୍ବରୁ ବୁଧବାର ‘କ୍ୟାପଟେନ ଡେ’ କାର୍ଯ୍ୟକ୍ରମ ସମୟରେ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କୁ ଏହା ସହ ଜଡିତ ଏକ ପ୍ରଶ୍ନ ପଚରାଯିବାରୁ ସେ ଏକ ମଜାଦାର ଉତ୍ତର ଦେଇଥିଲେ।
ଓପନିଂ ମ୍ୟାଚ୍‌ର ଗୋଟିଏ ଦିନ ପୂର୍ବରୁ ଅହମ୍ମଦାବାଦରେ ଆଇସିସି ଏକ ‘କ୍ୟାପଟେନ ଡେ’ କାର୍ଯ୍ୟକ୍ରମ ଆୟୋଜନ କରିଥିଲା। ଏହି ସମୟରେ ସମସ୍ତ ଦଳର ଅଧିନାୟକ ଗୋଟିଏ ମଞ୍ଚରେ ଉପସ୍ଥିତ ଥିବା ଦେଖିବାକୁ ମିଳିଥିଲା। ସେମାନେ ନିଜ ନିଜ ଦଳର ପ୍ରସ୍ତୁତି ବିଷୟରେ କହିଥିଲେ ଏବଂ ଶେଷରେ ସାମ୍ବାଦିକମାନଙ୍କ ପ୍ରଶ୍ନର ଉତ୍ତର ଦେଇଥିଲେ।
ଜଣେ ସାମ୍ବାଦିକ ରୋହିତ ଶର୍ମାଙ୍କୁ ପଚାରିଥିଲେ, ଗତ ବିଶ୍ୱକପ୍‌ ଫାଇନାଲ ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିଲା। ମ୍ୟାଚ ଟାଇ ହୋଇଥିଲା ଏବଂ ତା’ପରେ ସୁପର ଓଭର ମଧ୍ୟ ଟାଇ ହୋଇଗଲା। ଇଂଲଣ୍ଡକୁ ବିଜେତା ଘୋଷିତ କରାଯାଇଥିଲା। ଆପଣ ଭାବୁନାହାଁନ୍ତି ଯେ ଉଭୟ ଦଳ ବିଜେତା ଘୋଷିତ ହେବା ଉଚିତ୍‌।
ରୋହିତ ଶର୍ମାଙ୍କୁ ପଚରାଯାଇଥିବା ପ୍ରଶ୍ନ ଶୁଣିବା ପରେ ପାକିସ୍ତାନ ଅଧିନାୟକ ବାବର ଆଜମ ମଧ୍ୟ ହସିବା ଆରମ୍ଭ କରିଥିଲେ। ସାମ୍ବାଦିକ ହିନ୍ଦୀରେ ପ୍ରଶ୍ନ ପଚାରିଥିଲେ ଏବଂ ବାବର ହିନ୍ଦୀ ବୁଝନ୍ତି। ସେ ରୋହିତଙ୍କୁ ଚାହିଁଥିଲେ। ଭାରତୀୟ ଅଧିନାୟକ ତାଙ୍କ ପରିଚିତ ଶୈଳୀରେ ଉତ୍ତର ଦେଇଥିଲେ। ସେ କହିଥିଲେ, ତୁମେ କେଉଁ ପ୍ରଶ୍ନ ପଚାରିଦେଲ। ଏହା ଘୋଷଣା କରିବା ମୋର କାମ ନୁହେଁ ସାର୍‌।
ରୋହିତଙ୍କ ଉତ୍ତର ଶୁଣିବା ପରେ ବାବର ହସିଲେ। ପୁରା ହଲରେ ଉପସ୍ଥିତ ଥିବା ଲୋକେ ହସିବାକୁ ଲାଗିଥିଲେ। ବାବର ତାଙ୍କ ପାଖରେ ବସିଥିବା ଇଂଲଣ୍ଡ ଅଧିନାୟକ ଜୋସ ବଟଲରଙ୍କୁ ଇଂରାଜୀରେ ପୁରା ଘଟଣା ବିଷୟରେ ଜଣାଇଥିଲେ। ୧୪ ଅକ୍ଟୋବରରେ ଅହମ୍ମଦାବାଦରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ଖେଲାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ…

ନିରାଶ ହେଲେ ପ୍ରଶଂସକ, ଖେଳିବେନି ବୈଭବ

ନୂଆଦିଲ୍ଲୀ,୨୬।୬: ଭାରତୀୟ ଟି-୨୦ କ୍ରିକେଟର ‘ଶ୍ରେୟସ ଯୁଗ’ ଆଜିଠାରୁ ଆରମ୍ଭ ହେଉଛି। ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଭାରତୀୟ ଦଳ ଆଜି ଆୟର୍ଲାଣ୍ଡର ସାମ୍ନା କରୁଛି। ଏହା…

ଆଫଗାନିସ୍ତାନ ମାଡ଼ରେ ଉଡ଼ିଲା ପାକିସ୍ତାନର ହୋଶ! ଭାରତ ବିରୋଧରେ ଖ୍ବାଜା ଆସିଫ ଆଣିଲେ…

ଇସଲାମାବାଦ,୨୬।୬: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଆଫଗାନିସ୍ତାନରୁ ହୋଇଥିବା ଡ୍ରୋନ ଆକ୍ରମଣ ପାଇଁ ଭାରତକୁ ଦାୟୀ କରିଛନ୍ତି। ଗତ ସପ୍ତାହରେ, ଆଫଗାନ ତାଲିବାନ ବାହିନୀ ଦୁଇଟି…

ରାସନ କାର୍ଡଧାରୀଙ୍କ ପାଇଁ ବଡ଼ ଖବର: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ; ଆପଣଙ୍କ ପାଇଁ ଲାଭ ନା କ୍ଷତି?

ନୂଆଦିଲ୍ଲୀ,୨୬।୬: ଦେଶର ସବୁଠାରୁ ଗରିବ ପରିବାରଗୁଡ଼ିକୁ ମିଳୁଥିବା ରାସନ ବ୍ୟବସ୍ଥାରେ କେନ୍ଦ୍ର ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏପର୍ଯ୍ୟନ୍ତ ଅନ୍ତ୍ୟୋଦୟ ଅନ୍ନ ଯୋଜନା (AAY)…

ଟ୍ରକ୍‌ ପଛରେ ପିଟିହେଲା ପିକ୍‌ଅପ୍‌, ୨ ଗୁରୁତର

ଛତ୍ରପୁର,୨୬ା୬(ଦିଲ୍ଲୀପ ସାମଲ): ଛତ୍ରପୁର ଅଗସ୍ତି ନୂଆଗାଁ ଛକ ନିକଟ ଜାତୀୟ ରାଜପଥରେ ଶୁକ୍ରବାର ଟ୍ରକ୍‌ ପଛରେ ଏକ ପିକ୍‌ଅପ୍‌ ପିଟି ହେବାରୁ ୨ ଗୁରୁତର ହୋଇଛନ୍ତି। ଫଳରେ…

ବଜ୍ରପାତରେ ଚାଲିଗଲା ୨ ଜୀବନ

ବୌଦ୍ଧ,୨୬।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଏପରିକି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ…

ବଢିବ ସିୟାଙ୍କ ସମସ୍ୟା! କସାବକୁ ମୃତ୍ୟୁଦଣ୍ଡ ଦେଇଥିବା ଓକିଲ ଲଢ଼ିବେ କେତନଙ୍କ ହତ୍ୟା ମାମଲା

ପୁଣେ,୨୬।୬: ପୁଣେର ପ୍ରସିଦ୍ଧ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ଏକ ବଡ଼ ଘଟଣା ସାମ୍ନାକୁ ଆସିଛି। ଏହି ହାଇପ୍ରୋଫାଇଲ ହତ୍ୟାକାଣ୍ଡକୁ ନେଇ ସାରା ମହାରାଷ୍ଟ୍ରରେ…

ଅନଶନକାରୀଙ୍କ ସହ ଜିଲାପାଳ-ଏସ୍‌ପିଙ୍କ ରୁଦ୍ଧଦ୍ୱାର ବୈଠକ, ଫଳାଫଳ ଉପରେ ସମସ୍ତଙ୍କ ନଜର

ପଟ୍ଟାମୁଣ୍ଡାଇ,୨୬ା୬(କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଅଳଭା-୨ ଅଧୀନ ୧୬ନଂ କେନାଲ ରାସ୍ତା କାର୍ଯ୍ୟ ପାଇଁ ଆସିଥିବା ଅର୍ଥ ଆଦୌ ବିନିଯୋଗ ନ ହୋଇ ମିଥ୍ୟା ବିଲ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri