ଲୁଟ୍‌ ପରେ ଘରେ ନିଅଁା ଲଗାଇଦେଲେ

ବାଲୁଗଁା,୨୩।୧(ସଂଗ୍ରାମ ପାଇକରାୟ): ଖୋର୍ଦ୍ଧା ଜିଲା ବାଲୁଗଁା ଥାନା ଅଧୀନ ନାଭାଲ ଫାଣ୍ଡି ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ବେଲପଡ଼ା ଗ୍ରାମ ରାସ୍ତାରେ ରହୁଥିବା ମାନସୀ ସେଠୀଙ୍କ ଘରେ ପଶି ଦୁର୍ବୃତ୍ତମାନେ ଟଙ୍କା ଏବଂ ସୁନାଅଳଙ୍କାର ଲୁଟିନେବା ସହ ଘରେ ନିଅଁା ଲଗାଇଦେଇଛନ୍ତି। ଏପରିକି ଅଶ୍ଳୀଳ ଭାଷାରେ କିଛି କାନ୍ଥରେ ଲେଖିଛନ୍ତି। ଏନେଇ ମାନସୀଙ୍କ ଅଭିଯୋଗକ୍ରମେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।

ଅଭିଯୋଗ ମୁତାବକ, ବେଲପଡ଼ା ଗ୍ରାମର ମାନସୀଙ୍କ ଘରେ ତାଙ୍କ ଝିଅ ଓ ଜ୍ୱାଇଁ ରୁହନ୍ତି। ଶୁକ୍ରବାର ତାଙ୍କ ଝିଅ ଜ୍ୱାଇଁଙ୍କ ସହ ଶାଶୁଘର ଗଞ୍ଜାମ ଜିଲା କୋଦଳା ଗ୍ରାମକୁ ଯାଇଥିଲେ। ଏକ ବିବାହ କାର୍ଯ୍ୟରେ ଯୋଗଦେବା ପାଇଁ ସନ୍ଧ୍ୟାରେ ମାନସୀ ଘରେ ତାଲା ପକାଇ ସ୍ଥାନୀୟ ନିମିକ୍ଷେତା ଗ୍ରାମକୁ ଯାଇଥିଲେ। ଏହାର ସୁଯୋଗ ନେଇ ଦୁର୍ବୃତ୍ତମାନେ ମୁଖ୍ୟ ଫାଟକ ତାଲା ଭାଙ୍ଗି ଘରେ ପଶି ଆଲମିରାରୁ ୫୫ହଜାର ଟଙ୍କା, ୨ଟି ସୁନାଚେନ, ୩ଟି ମୁଦି ଏବଂ ଏକ ହଳ ସୁନା କାନଫୁଲ ଲୁଟିନେବା ସହ ଘରେ ନିଅଁା ଲଗାଇ ଦେଇଛନ୍ତି। ଫଳରେ ଏକ ଖଟ ଜଳିଯାଇଛି।

ଏପରିକି ଏକ ସିଲେଇ ମେଶିନ ଏବଂ ଅନ୍ୟାନ୍ୟ ଆସବାବପତ୍ର ଭଙ୍ଗାରୁଜା କରିବା ସହ ଅଶ୍ଳୀଳ ଭାଷାରେ କାନ୍ଥରେ କିଛି ଲେଖି ପଳାଇଛନ୍ତି। ଶନିବାର ଭୋର ୫ଟାରେ ମାନସୀ ପହଞ୍ଚି ଦେଖିବା ବେଳକୁ ଘର ଗ୍ରୀଲ୍‌ ତାଲା ଭାଙ୍ଗି ତଳେ ପଡ଼ିଥିବା ବେଳେ ଖଟରେ ନିଆଁ ଲାଗିଥିବା ସହ ଆଲମିରାରୁ ଉପରୋକ୍ତ ଅଳଙ୍କାର ଏବଂ ଟଙ୍କା ଚୋରି ହୋଇଯାଇଛି। ଖବରପାଇ ବାଲୁଗଁା ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁ ଲିଭାଇଥିଲେ। ଝିଅ ଏବଂ ଜ୍ୱାଇଁ ଆସି ପହଞ୍ଚିବା ପରେ ମାନସୀ ଘଟଣା ସମ୍ପର୍କରେ ଥାନାରେ ଅଭିଯୋଗ କରିଥିଲେ। ନାଭାଲ ଫାଣ୍ଡି ଅଧିକାରୀ ରବୀନ୍ଦ୍ର ନାଥ ଗୌଡ଼ ପହଞ୍ଚି ଘଟଣାର ତଦନ୍ତ କରିବା ସହ ସାଇଣ୍ଟିଫିକ ଟିମ୍‌ର ସହଯୋଗ ଲୋଡ଼ାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri