Posted inଖେଳ

ଲଗାତର ୧୩ ମ୍ୟାଚ୍‌ ହାରିବା ପରେ ଅଷ୍ଟ୍ରେଲିଆ ବିପକ୍ଷରେ ଜିତିଲା ଏହି ଦଳ

ବ୍ରିସବେନ୍‌, ୩୦।୯: ଅଷ୍ଟ୍ରେଲିଆ ମହିଳା କ୍ରିକେଟ୍‌ ଦଳ ବିପକ୍ଷରେ ଲଗାତର ୧୩ ମ୍ୟାଚ୍‌ ହାରିବା ପରେ ଶେଷରେ ନ୍ୟୁଜିଲାଣ୍ଡ ବିଜୟ ହାସଲ କରିଛି। ଏଠାରେ ଅନୁଷ୍ଠିତ ଅନ୍ତିମ ତଥା ୩ୟ ଟି୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ମହିଳା ଦଳ ୫ ଉଇକେଟ୍‌ରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ଅଷ୍ଟ୍ରେଲିଆ ମହିଳା ଦଳ ପ୍ରଥମେ ବ୍ୟାଟିଂ କରି ୭ ଉଇକେଟ୍‌ରେ ୧୨୩ ରନ୍‌ ସଂଗ୍ରହ କରିଥିଲା। ଦଳ ପକ୍ଷରୁ ଆସ୍‌ଲେଇଘ ଗାର୍ଡନର ୨୯ ରନ କରିଥିଲେ। ଭ୍ରମଣକାରୀ ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ୍‌ ଦଳ ପକ୍ଷରୁ ଲିଆ ତାହୁହୁ ଓ ଆମେଲିଆ କେର୍‌ ୨ଟି ଲେଖାଏ ଉଇକେଟ୍‌ ଅକ୍ତିଆର କରିଥିଲେ। ଜବାବରେ ନ୍ୟୁଜିଲାଣ୍ଡ ୩ଟି ବଲ୍‌ ପୂର୍ବରୁ ୫ ଉଇକେଟ୍‌ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା। ବିଜୟୀ ଦଳର ଏମି ସେଥରଓ୍ବେଟ୍‌ ୩୦, କେଟୀ ମାର୍ଟିନ ୨୩ ଓ ଆମେଲିଆ ୧୮* ରନ କରିଥିଲେ। ଏହି ବିଜୟ ସହ ଅଷ୍ଟ୍ରେଲିଆ ବିପକ୍ଷରେ ଲଗାତର ୧୩ ମ୍ୟାଚ୍‌ ହାରିବା ପରେ ଶେଷରେ ନ୍ୟୁଜିଲାଣ୍ଡ ମହିଳା ଦଳ ବିଜୟ ସ୍ବାଦ ଚାଖିଛି। ଏଥିପୂର୍ବରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଶେଷ ୭ଟି ଟି୨୦ ଓ ୬ଟି ଏକଦିବସୀୟ ମ୍ୟାଚ୍‌ ଖେଳି ଅଷ୍ଟ୍ରେଲିଆ ବିଜୟୀ ଲାଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସେଲ୍ଫି ନେଇ ଗାଧୋଇବା ହେଲା କାଳ, ଭାସିଗଲେ ୩ ଯୁବକ

କଟକ,୫।୭(ପ୍ରଭୂକଲ୍ୟାଣ ପାଲ୍‌): ସେଲ୍ଫି ଓ ମସ୍ତି ନିଶା ହେଲା କାଳ। କଟକ ନରାଜରେ ଘଟିଛି ଏକ ଅଘଟଣ। ହଠାତ୍‌ ପାଣି ମାଡ଼ି ଆସି ନରାଜ ପୁରୁଣା ନଦୀ…

କୂଳ ଲଂଙ୍ଘିବା ଓ ବେଳାଭୂମି ଅବକ୍ଷୟ ପ୍ରସଙ୍ଗ, ସମୀକ୍ଷା କରି ଅଞ୍ଚଳବlସୀଙ୍କ ସହ ବିଧାୟକଙ୍କ ଆଲୋଚନା

ଗଞ୍ଜାମ,୫ା୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତ…

ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ଖାମଖିଆଲ ନୀତି: ଡ୍ରେନ୍‌ ସଫା କଲେ ଗ୍ରାମବାସୀ

ରିଷିଡ଼ା,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଗ୍ରାମ ମୁଖ୍ୟ ରାସ୍ତାର ଗୋଟିଏ ପାର୍ଶ୍ୱ ଡ୍ରେନ୍‌ରୁ ରବିବାର ସକାଳେ ଗ୍ରାମବାସୀ ଅଳିଆ ସଫା କରିଥିବା…

ରବିଙ୍କ ପାଦ ରେଖା ଅତିକ୍ରମ କରି ନ ଥିଲା, ତେବେ କାହିଁକି ନୋ-ବଲ ଦିଆଗଲା, ICC ନିୟମ ବିଷୟରେ ଜାଣନ୍ତୁ ଯାହା ଭାରତକୁ ମହଙ୍ଗା ପଡ଼ିଲା…

ମାଞ୍ଚେଷ୍ଟର,୫ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ ମ୍ୟାଚ୍‌…

ମହାରାଷ୍ଟ୍ର ରାଜନୀତିରେ ହଲଚଲ! କଂଗ୍ରେସ MLCଙ୍କୁ କିଣାବାକୁ ୨୦ କୋଟିର ଡିଲ୍‌…

ମୁମ୍ବାଇ,୫ା୭: ମହାରାଷ୍ଟ୍ରର ଶିବସେନା (ଉଦ୍ଧବ ଠାକରେ ଗୋଷ୍ଠୀ)ର ନେତା ସଞ୍ଜୟ ରାଉତ ରବିବାର (୫ ଜୁଲାଇ) ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି । ସେ କହିଛନ୍ତି ଯେ…

ଘୋଡ଼ାହାଡ଼ ଡ୍ୟାମ୍‌ରୁ ଛଡ଼ାଗଲା ପାଣି, ଖୋଲିଲା ୨ ଗେଟ୍‌

ଦିଗପହଣ୍ଡି,୫ା୭(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରବିବାର ସକାଳୁ ଦିଗପହଣ୍ଡି ଅଞ୍ଚଳରେ ବର୍ଷା ହୋଇଛି। ବର୍ଷା ଯୋଗୁ ଜଳସମ୍ପଦ ବିଭାଗ…

ରାମ ମନ୍ଦିର ଦାନ ଅର୍ଥ ଚୋରି ମାମଲାରେ ମୁହଁ ଖୋଲିଲେ ମୋହନ ଭାଗବନ-କହିଦେଲେ ବଡ଼ କଥା…

ନୂଆଦିଲ୍ଲୀ,୫।୭: ଅଯୋଧ୍ୟା ରାମ ମନ୍ଦିରର ଦାନ ଅର୍ଥ ହେରଫେର (ଚୋରି) ମାମଲାରେ ଏବେ ରାଷ୍ଟ୍ରୀୟ ସୱୟଂସେବକ ସଂଘ (RSS) ପକ୍ଷରୁ ବଡ଼ ବୟାନ ସାମ୍ନାକୁ ଆସିଛି। ସଂଘର…

ଇରାନକୁ ବଡ଼ ଧମକ ଦେଲେ ଟ୍ରମ୍ପ, ‘ଚାହିଁଲେ ଏକାଥରେ ସବୁ ଶେଷ….’

ଓ୍ବାଶିଂଟନ,୫ା୭: ଇରାନରେ ବର୍ତ୍ତମାନ ଏକ ସପ୍ତାହ ଶୋକ ପାଳନ କରାଯାଉଛି। ସର୍ବୋଚ୍ଚ ନେତା ଅଲି ଖାମନେଇଙ୍କୁ ଜୁଲାଇ ୪ରୁ ଜୁଲାଇ ୯  ପର୍ଯ୍ୟନ୍ତ ଶେଷ ବିଦାୟ ଦିଆଯାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri