Posted inଜାତୀୟ

ମହାତ୍ମା ଗାନ୍ଧୀଙ୍କ ପରେ ନରେନ୍ଦ୍ର ମୋଦି ହିଁ ଲୋକଙ୍କ ଭାବନାକୁ ବୁଝିଛନ୍ତି: ରାଜନାଥ ସିଂ

ନୂଆଦିଲ୍ଲୀ,୩୦।୮: ମହାତ୍ମା ଗାନ୍ଧୀଙ୍କ ପରେ ନରେନ୍ଦ୍ର ମୋଦି ହେଉଛନ୍ତି ଏକମାତ୍ର ନେତା ଯିଏ ଲୋକଙ୍କ ଭାବନାକୁ ବୁଝନ୍ତି ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି। ଜଣାଶୁଣା ଖବରଦାତା ଅଜୟ ସିଂଙ୍କ ପୁସ୍ତକ ‘The Architect of the New BJP’ ରିଲିଜ ଅବସରରେ ସେ ଏହା କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିଶ୍ୱର ସବୁଠାରୁ ଲୋକପ୍ରିୟ ନେତା ଭାବରେ କିପରି ଉଭା ହୋଇଛନ୍ତି ପ୍ରଶ୍ନରେ ରାଜନାଥ କହିଛନ୍ତି, ସାଂଗଠନିକ ଦକ୍ଷତା, ଜନସାଧାରଣଙ୍କ ଅସୁବିଧା ବିଷୟରେ ବୁଝିବା ମୋଦିଙ୍କୁ ଲୋକପ୍ରିୟତାର ଶୀର୍ଷରେ ପହଞ୍ଚାଇଛି। ଲୋକଙ୍କ ସହ ଜଡିତ ରୁହନ୍ତୁ, ସଫଳତା ଆପଣଙ୍କ ପାଦକୁ ସ୍ପର୍ଶ କରିବ- ଏହା ହେଉଛି ମୋଦିଙ୍କ ପ୍ରକୃତ ଉଦ୍ଦେଶ୍ୟ। ତାଙ୍କ ନିକଟରେ ଯେଉଁ ସାଂଗଠନିକ ଦକ୍ଷତା ଅଛି, ତାହା କିଛି ଇଶ୍ୱରୀୟ ଶକ୍ତି ବିନା ସମ୍ଭବ ନୁହେଁ। ‘ସବ୍‌କା ସାଥ୍‌-ସବ୍‌କା ବିକାଶ, ସବ୍‌କା ବିଶ୍ୱାସ-ସବ୍‌କା ପ୍ରୟାସ’ ମନ୍ତ୍ର ସହିତ ମୋଦି ଆଗକୁ ବଢୁଛନ୍ତି। ତାଙ୍କ ରଣନୈତିକ କୌଶଳର ବିକାଶ ଯାତ୍ରା ଗୋଟିଏ ଦିନରେ ସମ୍ଭବ ହୋଇନାହିଁ, ବର୍ଷ ବର୍ଷ ଧରି ଦେଶର ବିଭିନ୍ନ ରାଜ୍ୟକୁ ଯାତ୍ରା କରିବା ପରେ ସେ ଲୋକମାନଙ୍କୁ ଜାଣିଛନ୍ତି, ଦେଶକୁ ବୁଝିଛନ୍ତି, ସାଧାରଣ ଲୋକଙ୍କ ସମସ୍ୟା ବିଷୟରେ ଅବଗତ ଅଛନ୍ତି।
ଆମେରିକାର କମ୍ପାନୀ ‘ମର୍ନିଂ କନ୍ସଲ୍ଟ’ ଦ୍ୱାରା କରାଯାଇଥିବା ଏକ ସର୍ଭେ ବିଷୟରେ ପ୍ରତିରକ୍ଷା ମନ୍ତ୍ରୀ କହିଛନ୍ତି, ଲୋକପ୍ରିୟତା ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଏବଂ ବ୍ରିଟିଶ ପ୍ରଧାନମନ୍ତ୍ରୀଙ୍କ ସମେତ ମୋଦି ବିଶ୍ୱର ୧୨ ପ୍ରମୁଖ ରାଷ୍ଟ୍ରମୁଖ୍ୟଙ୍କୁ ଅତିକ୍ରମ କରିଛନ୍ତି। ମୋଦି ଜନସାଧାରଣଙ୍କ ସହ ଏକ ଭାବପ୍ରବଣ ବନ୍ଧନ ବିକାଶ କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ହେବା ପୂର୍ବରୁ ଦେଶର କେତେକ ହାତଗଣତି ରାଜ୍ୟରେ ଏନଡିଏ (ନ୍ୟାଶନାଲ ଡେମୋକ୍ରାଟିକ ଆଲାଇନ୍ସ) ସରକାର ରହିଥିଲା। ଆଜି ଯାହା ୧୬ଟି ରାଜ୍ୟକୁ ବୃଦ୍ଧି ପାଇଛି । ବର୍ତ୍ତମାନ ଦେଶରେ ୧୩୦୦ରୁ ଅଧିକ ବିଧାୟକ ଏବଂ ୪୦୦ରୁ ଅଧିକ ଭାଜପା ଏମ୍‌ପି ଅଛନ୍ତି। ମୋଦି ଭାଜପାକୁ ନିର୍ବାଚନ ବିଜୟୀ ମେଶିନରେ ପରିଣତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri