Posted inଖେଳ

ଇତିହାସ ରଚିବା ପରେ ଦେଶ ପାଇଁ ଦେଲେ ସ୍ବତନ୍ତ୍ର ମେସେଜ୍‌ ଦେଲେ ନୀରଜ

ବୁଦାପେଷ୍ଟ,୨୮।୮: ଭାରତର ଗୋଲଡେନ୍‌ ବଏ ନୀରଜ ଚୋପ୍ରା ଇତିହାସ ସୃଷ୍ଟି କରିଛନ୍ତି। ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ସେ ସ୍ବର୍ଣ୍ଣ ଜିତିଥିବା ପ୍ରଥମ ଭାରତୀୟ ଆଥଲେଟ ହୋଇଛନ୍ତି। ହଙ୍ଗେରୀର ରାଜଧାନୀ ବୁଦାପେଷ୍ଟର ଜାତୀୟ ଆଥଲେଟିକ୍ସ ସେଣ୍ଟରରେ ଜାଭେଲିନ ଥ୍ରୋ ଇଭେଣ୍ଟରେ ନୀରଜ ୮୮.୧୭ ମିଟର ଫିଙ୍ଗି ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସମୁଦାୟ ୬ଟି ପ୍ରୟାସ ଅର୍ଥାତ୍‌ ଫାଇନାଲରେ ରାଉଣ୍ଡ ଏବଂ ନୀରଜ ଦ୍ୱିତୀୟ ରାଉଣ୍ଡରେ ୮୮.୧୭ ମିଟର ଫିଙ୍ଗିଥିଲେ। ସେବେଠାରୁ ସେ ପଏଣ୍ଟ ଟେବୁଲରେ ଅଗ୍ରଣୀ ବଜାୟ ରଖିଥିଲେ ଏବଂ ଶେଷ ପର୍ଯ୍ୟନ୍ତ ଏହି ଅଗ୍ରଣୀ ବଜାୟ ରଖିଥିଲେ।
ସ୍ବର୍ଣ୍ଣ ପଦକ ଜିତିବା ପରେ ନୀରଜ କହିଛନ୍ତି, ମୁଁ ନିଜକୁ ପୁଶ୍‌ କରିଥିଲି। ମୁଁ ବହୁତ ସତର୍କତାର ସହିତ ଖେଳୁୁଥିଲି। ମୁଁ ନିଜର ୧୦୦ ପ୍ରତିଶତ ଦେଉଥିଲି। ଯଦି ଏହା ନ ହୁଏ, ତା’ହେଲେ କିଛିଟା ଅଭାବ ରହିଗଲା ପରି ମନେ ହେବ। ମୁଁ ଭାରତର ଲୋକଙ୍କୁ ଧନ୍ୟବାଦ ଦେବାକୁ ଚାହୁଁଛି ଯେ ଆପଣ ସମସ୍ତେ ରାତିସାରା ଜାଗ୍ରତ ରହି ମୋତେ ସମର୍ଥନ କରିଛନ୍ତି। ଏହି ପଦକ ସମଗ୍ର ଭାରତ ପାଇଁ। ଆପଣ ସମସ୍ତେ ବିଭିନ୍ନ କ୍ଷେତ୍ରରେ କଠିନ ପରିଶ୍ରମ ଜାରି ରଖନ୍ତୁ। ସମଗ୍ର ଦୁନିଆରେ ନାମ ରଖିବାକୁ ପଡିବ।
ଅଲିମ୍ପିକ୍ସ, ଏସୀୟ ଗେମ୍ସ, କମନୱେଲଥ ଗେମ୍ସ ଏବଂ ଡାଇମଣ୍ଡ ଲିଗରେ ଚାମ୍ପିଅନ ହୋଇଥିବା ଏହି ଖେଳାଳି ଏହି ଟୁର୍ନାମେଣ୍ଟ ପୂର୍ବରୁ କେବଳ ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନସିପରେ ସ୍ବର୍ଣ୍ଣ ଜିତି ପାରି ନ ଥିଲେ। ବର୍ତ୍ତମାନ ସେ ସ୍ବର୍ଣ୍ଣ ପଦକ ଅଛି।
ପାକିସ୍ତାନର ଆର୍ଶାଦ ନାଦିମ ୮୭.୮୨ ମିଟର ଥ୍ରୋ ସହିତ ରୌପ୍ୟ ପଦକ ଜିତିଛନ୍ତି। ଏଥି ସହିତ ଚେକ ରିପବ୍ଲିକର ଜାକୁବ ଭେଡଲେକ ୮୬.୬୭ ମିଟର ଶ୍ରେଷ୍ଠ ଥ୍ରୋ ସହିତ ବ୍ରୋଞ୍ଜ ପଦକ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, କହିଲେ ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri