ନଡ୍ଡାଙ୍କୁ ଭେଟିବା ପରେ ଓଡ଼ିଶା ପାଇଁ ବଡ଼ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟରେ ହେବ…

ଭୁବନେଶ୍ୱର,୨୯ା୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଶ୍ରୀମତୀ ପ୍ରଭାତୀ ପରିଡ଼ା ଶନିବାର ନୂଆ ଦିଲ୍ଲୀରେ ରାଜଘାଟଠାରେ ଜାତିର ପିତା ମହାତ୍ମାଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ସମାଧିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗାନ୍ଧିଜୀଙ୍କ ଆଦର୍ଶ ଯୁଗ ଯୁଗ ପାଇଁ ସାରା ବିଶ୍ବକୁ ପ୍ରେରଣା ଯୋଗାଇବ। ଅଟଳ ବିହାରୀ ବାଜପେୟୀ ଭାରତର ଗଣତନ୍ତ୍ରର ସୁରକ୍ଷା ଓ ଆଧୁନିକ ଭାରତ ଗଠନ କ୍ଷେତ୍ରରେ ବଳିଷ୍ଠ ଅବଦାନ ପାଇଁ ସ୍ମରଣୀୟ ହୋଇ ରହିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହାପରେ ସେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଏବଂ ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡାଙ୍କ ସହିତ ଓଡ଼ିଶାର ବିଭିନ୍ନ ସ୍ବାର୍ଥ ସମ୍ବଳିତ ପ୍ରସ୍ତାବ ଉପରେ ଆଲୋଚନା କରିଥିଲେ।

ଜୟଶଙ୍କରଙ୍କ ସହ ଆଲୋଚନାରେ ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ୟୁଏଇର କନ୍‌ସୁଲେଟ ଖୋଲିବା ଉପରେ ଗୁରୁତ୍ୱ ଦେଇଥିଲେ। ଦୁବାଇରେ ଓଡ଼ିଶାର ଅନେକ ଲୋକ କାମ କରୁଥିବାରୁ ଓ ଦୁବାଇ ସହିତ ବ୍ୟବସାୟିକ ସମ୍ପର୍କ ବୃଦ୍ଧି ପାଇଁ ଏହା ବିଶେଷ ସହାୟକ ହେବ ବୋଲି ସେ କହିଥିଲେ। ଓଡ଼ିଶାର ୮ ଜଣ ବ୍ୟକ୍ତି ଦୁବାଇରେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଥିବା ଓ ରାଜ୍ୟକୁ ଫେରି ପାରୁ ନ ଥିବା କଥା ଉଠାଇ ଏଥିରେ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ସହଯୋଗ ସେ କାମନା କରିଥିଲେ। ଏସବୁ ସମ୍ପର୍କରେ ଗୁରୁତ୍ୱ ଦିଆଯାଇ ଆଶୁ ପଦକ୍ଷେପ ନିଆଯିବ ବୋଲି କେନ୍ଦ୍ରମନ୍ତ୍ରୀ ଜୟଶଙ୍କର ପ୍ରତିଶ୍ରୁତି ଦେଇଥିଲେ।

ସ୍ବାସ୍ଥ୍ୟମନ୍ତ୍ରୀ ନଡ୍ଡାଙ୍କ ସହିତ ଆଲୋଚନାରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଯେଉଁସବୁ ଜିଲାରେ ବର୍ତ୍ତମାନ ସୁଦ୍ଧା ମେଡିକାଲ କଲେଜ ଖୋଲାଯାଇ ନାହିଁ, ସେ ସବୁ ଜିଲାରେ ମେଡିକାଲ କଲେଜ ପ୍ରତିଷ୍ଠା କରିବା ଉପରେ ଗୁରୁତ୍ୱ ଦେଇଥିଲେ। ସେହିପରି ସମ୍ବଲପୁରରେ ଦ୍ବିତୀୟ ଏମ୍ସ ଖୋଲିବା ପ୍ରସ୍ତାବ ଉପରେ ମଧ୍ୟ ଆଲୋଚନା ହୋଇଥିଲା । ଏହା ସହିତ ଭୁବନେଶ୍ୱର ସ୍ଥିତ ଏମ୍ସର ସମ୍ପ୍ରସାରଣ ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ।

ବୈଠକରେ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ବା ଆୟୁଷ୍ମାନ ଭାରତ ଯୋଜନା ଓଡ଼ିଶାରେ ଖୁବ ଶୀଘ୍ର କାର୍ଯ୍ୟକାରୀ କରିବା ଉପରେ ମଧ୍ୟ ଆଲୋଚନା ହୋଇଥିଲା। ଏହା ଓଡ଼ିଶାର ଗରିବ ଓ ବୟୋଜ୍ୟେଷ୍ଠ ବ୍ୟକ୍ତିମାନଙ୍କ ପାଇଁ ଖୁବ୍‌ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଓଡ଼ିଶାରେ ପର୍ଯ୍ୟଟନ କ୍ଷେତ୍ରଗୁଡ଼ିକର ବିକାଶ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା। ବିଦେଶୀ ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟର ବୌଦ୍ଧ ପର୍ଯ୍ୟଟନ କ୍ଷେତ୍ରରେ ଗଲ୍ଫ କୋର୍ସ ପ୍ରତିଷ୍ଠା, ରାଜ୍ୟରେ ଏକ ପ୍ରମୁଖ ନୌବାଣିଜ୍ୟ କେନ୍ଦ୍ର ପ୍ରତିଷ୍ଠା ଓ ଏକ ଅନ୍ତର୍ଜାତୀୟ ପର୍ଯ୍ୟଟନ କେନ୍ଦ୍ର ଖୋଲିବା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ବିଶେଷ କରି ବୌଦ୍ଧ ପର୍ଯ୍ୟଟନ କ୍ଷେତ୍ରର ବିକାଶ ଦାରା ଜାପାନ ଓ ଓଡ଼ିଶା ମଧ୍ୟରେ ସାଂସ୍କୃତିକ ଓ ବାଣିଜି୍ୟକ ସମ୍ପର୍କ ବୃଦ୍ଧି ହେବ। ନୌବାଣିଜ୍ୟ କେନ୍ଦ୍ର ପାଇଁ କେନ୍ଦ୍ର ସରକାର ଏକ ବିଶେଷଜ୍ଞ ଟିମ୍‌ ପଠାଇବାକୁ ନିଷ୍ପତ୍ତି ହୋଇଥିଲା।

ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ଏହି ତିନି ଦିନ ମଧ୍ୟରେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ଅନେକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଅଧିକ ସହଯୋଗ ଓ ସହଭାଗିତା ଉପରେ ଗୁରୁତ୍ୱ ଦେଇ ଆଲୋଚନା କରିଥିଲେ। ଏହାଦ୍ବାରା କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ସୁସମ୍ପର୍କ ପ୍ରତିଷ୍ଠା ହେବା ସହିତ ରାଜ୍ୟର ବିକାଶ ତ୍ୱରାନ୍ବିତ ହେବ ବୋଲି ସେ ଆଶାପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୩।୩:  ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri