ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ପୀଡ଼ିତାଙ୍କ ବାପା କହିଲେ ଝିଅ ସବୁବେଳେ ରାତିରେ…

ଭୁୁବନେଶ୍ୱର,୨୩।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାକୁ ନେଇ ଚର୍ଚ୍ଚା ଥମିବା ନାଁ ନେଉନି । ଏହା ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଭରତପୁର ଥାନାରେ ନିର୍ଯାତନା ଅଭିଯୋଗ ଆଣିଥିବା ଯୁବତୀ ତାଙ୍କ ବାପା ଓ ମେଜର।
ଅବସରପ୍ରାପ୍ତ ସେନା ଅଧିକାରୀଙ୍କ ପ୍ରତିନିଧି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ । ଆଲୋଚନା ସକାରାତ୍ମକ ରହିଥିବା ବେଳେ ମୁଖ୍ୟମନ୍ତ୍ରୀ ସବୁ ସମସ୍ୟାର ସମାଧାନ ନିମନ୍ତେ ପ୍ରତିଶ୍ରୁତି ଦେଇଥିବା କହିଛନ୍ତି ପୀ ବାପା।
ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ  ସେ କହିଛନ୍ତି, ଆମ ଅନୁରୋଧ ରଖି ସାକ୍ଷାତ କରିବାକୁ ସମୟ ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଉଛୁ। ଦୁଇ ଦିନ ପୂର୍ବେ ପୋଲିସ ଅଧିକାରୀମାନେ ୟୁନିଫର୍ମ ପିନ୍ଧି ପ୍ରତିବାଦ ଜଣାଇଥିବାରୁ ଏହି ତଦନ୍ତ ନିରପେକ୍ଷ ହେବ କି ନାହିଁ ମନରେ ସନ୍ଦେହ ଥିଲା। ତେଣୁ ବିଚାର ବିଭାଗୀୟ ତଦନ୍ତ ଦାବି କରିଥିଲୁ। ମୁଖ୍ୟମନ୍ତ୍ରୀ ଆମର ଏହି ଦାବିକୁ ମାନି ନେଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ତଦନ୍ତ ରିପୋର୍ଟରେ ସତ ଉନ୍ମୋଚନ ହେବ ବୋଲି ବିଶ୍ୱାସ ଥିବା ସେ କହିଛନ୍ତି। ଏଥିସହ ଯେଉଁମାନେ ଝିଅର ଭିଡିଓ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି  ସେମାନଙ୍କୁ ଚିହ୍ନଟ କରାଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ଯୁବତୀଙ୍କ ବାପା କହିଛନ୍ତି।
ଝିଅ ରେଷ୍ଟୁରାଣ୍ଟ ଚଳାଉଥିବାରୁ ସବୁବେଳେ ରାତିରେ ଘରକୁ ଫେରେ। ତେଣୁ ଏହାକୁ ନେଇ ଭବିଷ୍ୟତରେ ଯେପରି କୌଣସି ସମସ୍ୟା ନହୁଏ ତାହା ସମାଧାନ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଦାବି ଜଣାଇଛନ୍ତି  ତାଙ୍କ ବାପା । ମୁଖ୍ୟମନ୍ତ୍ରୀ ମଧ୍ୟ ଏହାକୁ ଗୁରୁତର ସହ ବିଚାରକୁ ନେଇଛନ୍ତି।
ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ସେମାନେ ଭେଟିଥିବା ବେଳେ  ଏହି ସମୟରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ରାଜସୱ ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଉପସ୍ଥିତ ଥିଲେ।
ଏହି ଘଟଣାର ବିଚାର ବିଭାଗୀୟ ତଦନ୍ତ ନିମନ୍ତେ ଗତକାଲି ବିଳମ୍ବିତ ରାତିରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ପରେ ବିଜେଡି ମଧ୍ୟ ମଙ୍ଗଳବାର ପାଇଁ ଦେଇଥିବା ହରତାଳ ଡାକରାକୁ ପ୍ରତ୍ୟାହାର କରିଛି।

Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri