Posted inଖେଳ

ଆଇପିଏଲ୍‌କୁ ଫେରିବା ଲକ୍ଷ୍ୟରେ କୁମିନ୍ସ

ସିଡ୍‌ନୀ,୨୧ା୨: ଅଷ୍ଟ୍ରେଲିଆ ଟେଷ୍ଟ ଅଧିନାୟକ ପ୍ୟାଟ୍‌ କୁମିନ୍ସ ଲଡର୍‌ସରେ ଜୁନ୍‌ ୧୧ରୁ ଖେଳାଯିବାକୁ ଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ପୂର୍ବରୁ ସମ୍ପୂର୍ଣ୍ଣ ଫିଟ୍‌ ହୋଇଯାଇଥିବେ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି। ଏଥିପାଇଁ ସେ ଆସନ୍ତା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)କୁ ଏକ ପ୍ଲାଟଫର୍ମ ଭାବେ ବ୍ୟବହାର କରିବାକୁ ଚାହୁଛନ୍ତି।

ଗୋଇଠିରେ ଆଘାତପ୍ରାପ୍ତ ଯୋଗୁ ଅଷ୍ଟ୍ରେଲୀୟ ଟେଷ୍ଟ ଅଧିନାୟକ କିଛି ଦିନ ହେଲା ଖେଳରୁ ନିଜକୁ ଦୂରେଇ ରଖିଛନ୍ତି। ୩୧ବର୍ଷୀୟ କୁମିନ୍ସଙ୍କ ନେତୃତ୍ୱରେ ଅଷ୍ଟ୍ରେଲିଆ ଦଶନ୍ଧିରୁ ଉର୍ଦ୍ଧ୍ୱ ସମୟ ପରେ ବର୍ଡର-ଗାଭାସ୍କର ଟ୍ରଫି ଜିତିଥିଲା।

ସିଡ୍‌ନୀରେ ଭାରତ ବିପକ୍ଷ ଫାଇନାଲ ଟେଷ୍ଟରେ ଗୋଇଠିରେ ଯନ୍ତ୍ରଣା ଯୋଗୁ ସେ କଷ୍ଟ ଅନୁଭବ କରିଥିଲେ। ଫଳତଃ ସେ ପରେ ଶ୍ରୀଲଙ୍କା ବିପକ୍ଷ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଏବଂ ଚଳିତ ଚାମ୍ପୟନ୍ସ ଟ୍ରଫିରେ ଅଂଶଗ୍ରହଣରୁ ବଞ୍ଚିତ ହୋଇଛନ୍ତି।

ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ମାର୍ଚ୍ଚ ୨୨ରୁ ଆରମ୍ଭ ହେବାକୁ ଥିବାବେଳେ ଗତବର୍ଷର ଆଇପିଏଲ୍‌ ରନର ଅପ୍‌ ତାଙ୍କ ଫ୍ରାଞ୍ଚାଇଜ୍‌ ସନରାଇଜର୍ସ ହାଇଦ୍ରାବାଦ ସହିତ ସେ ଖେଳକୁ ପ୍ରତ୍ୟାବର୍ତ୍ତନ କରିବା ଲାଗି ଆଶା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri