ମାଟିରେ ମିଶିବା ପରେ ସ୍ମୃତି ହୋଇଗଲା ଭ୍ୟୁ ଟାଓ୍ବାର

ଏରସମା,୫।୮(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲାର ଅନ୍ୟତମ ମୁଖ୍ୟ ପର୍ଯ୍ୟଟନସ୍ଥଳୀ ଭାବେ ପରିଚିତ ଏରସମା ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତସ୍ଥିତ ଶିଆଳି ସମୁଦ୍ର ବେଳାଭୂମି ଏବେ ଶ୍ରୀହୀନ ହୋଇଯାଇଛି। ଲୁଣା ଜୁଆର ପ୍ରତିରୋଧକ ବନ୍ଧ ନିର୍ମାଣ ସମ୍ଭବ ନ ହେବାରୁ ଏହାର ଭିତ୍ତିଭୂମି ଦୁର୍ବଳ ହୋଇପଡ଼ିଥିଲା। ଶେଷରେ ପ୍ରଶାସନ ପକ୍ଷରୁ ଶୁକ୍ରବାର ରାତିରେ ଏହାକୁ ଭାଙ୍ଗି ଦିଆଯାଇଛି। ଫଳରେ ପର୍ଯ୍ୟଟକମାନେ ଟାୱାର ଉପରକୁ ଯାଇ ସମୁଦ୍ରର ନୀଳ ତରଙ୍ଗ ମାଳାକୁ ଆଉ ଉପଭୋଗ କରିପାରିବେ ନାହିଁ।
ସୂଚନାଯୋଗ୍ୟ, ଶିଆଳି ବେଳାଭୂମିର ଗୋଟିଏ ପଟେ ସମୁଦ୍ରର ନୀଳ ଜଳରାଶି, ଅପରପଟେ ସୁବିସ୍ତୃତ ଝାଉଁ ଜଙ୍ଗଲ ରହିଛି। ଏହାକୁ ଦୃଷ୍ଟିରେ ରଖି ୨୦୦୮ରେ ଉପକୂଳସ୍ଥ ନଦୀଗର୍ଭ ସମତୁଲ କରି ସମୁଦ୍ର ଦର୍ଶନ ପାଇଁ ୧୨ ଲକ୍ଷ ଟଙ୍କା ବ୍ୟୟରେ ସୁଦୃଶ୍ୟ ଭ୍ୟୁ ଟାୱାର ନିର୍ମାଣ କରାଯାଇଥିଲା। ଏଠାରୁ ସମୁଦ୍ରକୁ ଉପଭୋଗ କରିବା ପାଇଁ ପିକନିକ୍‌ ଋତୁ ସହ ବର୍ଷର ସବୁ ସମୟରେ ବହୁ ଦୂର ଦୂରାନ୍ତରୁ ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକ ଶିଆଳି ବେଳାଭୂମିକୁ ଆସୁଥିଲେ। ୨୦୧୬ରେ ଶିଆଳି ବେଳାଭୂମି ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ପାଇଥିଲା। ଏନେଇ ଏରସମାବାସୀଙ୍କ ମଧ୍ୟରେ ଆନନ୍ଦର ଲହରି ଖେଳିଯାଇଥିଲା। ସେତେବେଳେ ସମୁଦ୍ର ବେଳାଭୂମିଠାରୁ ଅଧକିଲୋମିଟର ଦୂରରେ ଥିଲା। ସମୟକ୍ରମେ ଜଳବାୟୁ ପରିବର୍ତ୍ତନ ଯୋଗୁ ସମୁଦ୍ର ଜଳପତ୍ତନ ଆଶାତୀତ ବୃଦ୍ଧି ଘଟି କୂଳ ମୁହାଁ ହେଲା। ଏନେଇ ବହୁ ଆପତ୍ତି ଅଭିଯୋଗ କରାଯାଇଥିଲେ ମଧ୍ୟ ଓଟିଡିସି ପକ୍ଷରୁ ଲୁଣା ଜୁଆର ପ୍ରତିରୋଧ ପାଇଁ କୌଣସି ସ୍ଥାୟୀ ପ୍ରତିକାର ବ୍ୟବସ୍ଥା କରାଯାଇ ପାରିଲା ନାହିଁ। କେବଳ ବାଲିବସ୍ତା ଝାଉଁ ଖୁଣ୍ଟରେ କାମ ଶେଷ କରାଗଲା। ମାତ୍ର ଏହା ଭ୍ୟୁ ଟାଓ୍ବାରକୁ ଜୁଆରମାଡ଼ରୁ ରକ୍ଷା କରିବା ପାଇଁ ଯଥେଷ୍ଟ ହେଲା ନାହିଁ। ୩୦ ଜୁଲାଇ ରାତିରେ ସମୁଦ୍ର ଜୁଆର ମାଡ଼ରେ ଏହି ଟାଓ୍ବାରର ମୂଳଦୁଆ ଭୁଶୁଡ଼ି ଅସୁରକ୍ଷିତ ହୋଇଯାଇଥିଲା। ଏହାପରେ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଏହାକୁ ଭାଙ୍ଗି ଦିଆଯାଇଛି। ଆଗକୁ ଶିଆଳି ବେଳାଭୂମିର ସୁରକ୍ଷା ପ୍ରତି ଦୃଷ୍ଟି ଦିଆ ନଗଲେ ଉପକୂଳବର୍ତ୍ତୀ ଶିଆଳି, ରାମତରା, ଶଙ୍ଖା, କଳାବେଦୀ ଆଦି ଗାଁ ସମୁଦ୍ରରେ ଲୀନ ହୋଇଯିବାର ଆଶଙ୍କା ରହିଛି। ଏଥିପ୍ରତି ତୁରନ୍ତ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପିନ୍‌ରେ ଦମ୍‌ ଦେଖାଇଲା ଶ୍ରୀଲଙ୍କା

କଲମ୍ବୋ,୮ା୨- ଟି୨୦ ବିଶ୍ୱକପ୍‌ରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ୨୦ ରନରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଶ୍ରୀଲଙ୍କା ଦ୍ୱାରା ପ୍ରଦତ୍ତ ୧୬୪ ରନର ଟାର୍ଗେଟକୁ ପିଛା…

ସଭା ମଞ୍ଚରେ ମନ୍ତ୍ରୀ-ବିଧାୟକଙ୍କ ଆଲୋଚନା: ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା…

ବଲାଙ୍ଗୀର,୮।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ରବିବାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମଞ୍ଚ ଉପରେ ବସିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଏବଂ ସମ୍ବଲପୁର…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri