ମୋଦି-ସୁନକ ଭେଟ ପରେ ଭାରତୀୟଙ୍କ ପାଇଁ ୩୦୦୦ ଭିଜାକୁ ସବୁଜ ସଙ୍କେତ…

ବାଲି/ନୂଆଦିଲ୍ଲୀ,୧୬।୧୧ : ବ୍ରିଟେନରେ କାମ କରିବାକୁ ଚାହୁଁଥିବା ଭାରତୀୟଙ୍କ ପାଇଁ ଖୁସି ଖବର ସାମ୍ନାକୁ ଆସିଛି। ବ୍ରିଟେନରେ କାର୍ଯ୍ୟ କରିବା ପାଇଁ ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ ଭାରତୀୟ ଯୁବବର୍ଗ ବୃତ୍ତିଗତମାନଙ୍କୁ ପ୍ରତିବର୍ଷ ୩୦୦୦ ଭିଜା ପ୍ରଦାନ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ୧୦ ଡାଉନିଙ୍ଗ ଷ୍ଟ୍ରିଟ ଅନୁଯାୟୀ, ଏହି ଯୋଜନା ୧୮ ରୁ ୩୦ ବର୍ଷ ବୟସର ଶିକ୍ଷିତ ଭାରତୀୟ ନାଗରିକମାନଙ୍କୁ ଏକ ବୃତ୍ତିଗତ ଏବଂ ସାଂସ୍କୃତିକ ବିନିମୟରେ ଅଂଶଗ୍ରହଣ କରିବାର ସୁଯୋଗ ପ୍ରଦାନ କରିବ।

ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ ବିବୃତ୍ତିରେ କହିଛି ଯେ ଭାରତ ହେଉଛି ପ୍ରଥମ ଦେଶ ଯାହାକି ଏହି ଭିଜ ଯୋଜନାରେ ଉପକୃତ ହେବ।

ବାଲିରେ ଜି -୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ବ୍ରିଟେନର ପ୍ରତିପକ୍ଷ ଋଷି ସୁନକଙ୍କ ମଧ୍ୟରେ ସଂକ୍ଷିପ୍ତ ବୈଠକର କିଛି ଘଣ୍ଟା ପରେ ଏହା ନିଶ୍ଚିତ ହୋଇଛି। ଗତ ମାସରେ ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଏହା ସୁନକଙ୍କ ପ୍ରଥମ ସାକ୍ଷାତ ଥିଲା। ଦୁଇ ନେତାଙ୍କ ମଧ୍ୟରେ ହୋଇଥିବା ବୈଠକର ଫଟୋ ଶେୟାର କରି ପିଏମଓ ପକ୍ଷରୁ ଏକ ଟୁଇଟ କରାଯାଇଛି।

ବ୍ରିଟିଶ ପ୍ରଧାନମନ୍ତ୍ରୀ ସୁନକ ଏକ ବିବୃତ୍ତିରେ କହିଛନ୍ତି ଯେ ଆମର ସୁରକ୍ଷା ତଥା ଆମର ସମୃଦ୍ଧତା ପାଇଁ ଭାରତ-ପ୍ରଶାନ୍ତ ମହାସାଗରୀୟ ଦେଶ ଗୁରୁତ୍ୱପୂର୍ଣ୍ଣ ହୋଇପଡୁଛି। ଏହା ଗତିଶୀଳ ଏବଂ ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତିରେ ପରିପୂର୍ଣ୍ଣ ଏବଂ ପରବର୍ତ୍ତୀ ଦଶନ୍ଧି ଏହି ଅଞ୍ଚଳରେ କ’ଣ ଘଟେ ତାହା ଦ୍ୱାରା ବ୍ୟାଖ୍ୟା କରାଯିବ। ସୁନାକ ତାଙ୍କ ବିବୃତ୍ତିରେ କହିଛନ୍ତି ଯେ ଭାରତ ସହ ବ୍ରିଟେନର ଗଭୀର ସାଂସ୍କୃତିକ ତଥା ଐତିହାସିକ ସଂଯୋଗର ଅବିଶ୍ୱସନୀୟ ମୂଲ୍ୟ ସେ ନିଜେ ଜାଣିଛନ୍ତି। ସେ ଖୁସି ଯେ ଭାରତର ଯୁବବର୍ଗମାନେ ବର୍ତ୍ତମାନ ବ୍ରିଟେନରେ ଜୀବନ ଅନୁଭବ କରିବାର ସୁଯୋଗ ପାଇବେ, ଯାହା ଆମ ଅର୍ଥନୀତି ଏବଂ ସମାଜକୁ ସମୃଦ୍ଧ କରିବାରେ ସାହାଯ୍ୟ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କୁ ସନ୍ଦେହ କରିବାର କାରଣ ନାହିଁ: ସିଇସି ନିଯୁକ୍ତି ପ୍ରକ୍ରିୟାକୁ ନେଇ କେନ୍ଦ୍ରର ସଫେଇ

ନୂଆଦିଲ୍ଲୀ,୧ା୮:ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଓ ଅନ୍ୟ ନିର୍ବାଚନ କମିଶନରମାନଙ୍କ ନିଯୁକ୍ତି ପାଇଁ ଏକ ସ୍ବାଧୀନ ଓ ନିରପେକ୍ଷ ପ୍ରକ୍ରିୟା ଜରୁରୀ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଥିଲେ।…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

LPG ପରେ ଏବେ ପେଟ୍ରୋଲ-ଡିଜେଲକୁ ନେଇ ବଡ଼ ଖବର, ଜାରି ହେଲା ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୮: ଆଜିଠାରୁ ନୂତନ ମାସ ଅର୍ଥାତ୍‌ ଅଗଷ୍ଟ ୧, ୨୦୨୬ର ଶୁଭାରମ୍ଭ ହୋଇଯାଇଛି। ସକାଳୁ ସକାଳୁ ଯେଉଁଠାରେ କମର୍ସିଆଲ ଏଲପିଜି ସିଲିଣ୍ଡରର ଦର ହ୍ରାସ ପାଇଥିବାର ଖବର…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…

ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri