ଏମଏସ ଧୋନିଙ୍କ ପରେ ଏହି ସୁପରଷ୍ଟାର କ୍ରିକେଟରଙ୍କ ଉପରେ ନିର୍ମାଣ ହେବ ଫିଲ୍ମ

ନୂଆଦିଲ୍ଲୀ,୨୦।୮: ୨୦୧୬ରେ, ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଟିମ ଅଧିନାୟକଙ୍କୁ ଟି -୨୦ ବିଶ୍ୱକପ ୨୦୦୭ ଏବଂ ଏକ ଦିବସୀୟ ବିଶ୍ୱକପ ୨୦୧୧ରେ ଚାମ୍ପିୟନ କରିଥିବା ଏମଏସ ଧୋନିଙ୍କ ଉପରେ ‘ଏମଏସ ଧୋନି: ଦ ଅନଟୋଲ୍ଡ ଷ୍ଟୋରୀ’ ନାମକ ଏକ ମୁଭି ମୁକ୍ତିଲାଭ କରିଥିଲା। ଏହି ମୁଭି ପ୍ରେକ୍ଷାଳୟରେ ଧମାଲ କରିଥିଲା ଏବଂ ବହୁତ ସଫଳତା ହାସଲ କରିଥିଲା। ବର୍ତ୍ତମାନ ଆଉ ଜଣେ କ୍ରିକେଟରଙ୍କ ଉପରେ ଏକ ଫିଲ୍ମ ନିର୍ମାଣ ହେବାକୁ ଯାଉଛି ଯିଏ ଉଭୟ ବିଶ୍ୱକପରେ ଭାରତ ଚାମ୍ପିୟନ ହେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି କ୍ରିକେଟର ଆଉ କେହି ନୁହଁନ୍ତି କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂ।

ଯୁବରାଜ ସିଂ ଏମିତି ଜଣେ କ୍ରିକେଟର ଯିଏକି ନିଜ କ୍ୟାରିୟରରେ ଭାରତ ପାଇଁ ଅନେକ ମ୍ୟାଚ ଜିତିଛନ୍ତି। ସେ ସୀମିତ ଓଭରରେ ଭାରତୀୟ ଇତିହାସର ଜଣେ ମହାନ କ୍ରିକେଟରଙ୍କ ମଧ୍ୟରୁ ଜଣେ। ୨୦୦୭ରେ ଟି-୨୦ ବିଶ୍ୱକପ ଚାମ୍ପିୟନ ଏବଂ ୨୦୧୧ରେ ଏକ ଦିବସୀୟ ବିଶ୍ୱକପ ଚାମ୍ପୟନ ହେବା ସମୟରେ ଯୁବରାଜଙ୍କ ଭୂମିକା ସ୍ମରଣୀୟ। ସେ ଲଗାତାର ୬ଟି ଛକା ମାରି ଟି -୨୦ ବିଶ୍ୱକପକୁ ସ୍ବତନ୍ତ୍ର କରିଥିବାବେଳେ ସେ କର୍କଟ ଭଳି ମାରାତ୍ମକ ରୋଗରେ ପୀଡିତ ଥିବାବେଳେ ସେ ଏକ ଦିବସୀୟ ବିଶ୍ୱକପ ଖେଳିଥିଲେ। ଏହି କାରଣରୁ ସେ ଦେଶ ପାଇଁ ପ୍ରେରଣାର ଉତ୍ସ ଭାବରେ ଉଭା ହୋଇଥିଲେ। ଯୁବରାଜ ଜଣେ ଫାଇଟର କ୍ରିକେଟର ଭାବେ ଭାରତୀୟ କ୍ରିକେଟରେ ପରିବର୍ତ୍ତନ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। ତେଣୁ, ଦୀର୍ଘ ଦିନ ଧରି ତାଙ୍କ ଉପରେ ବାୟୋପିକ ତିଆରି କରିବାର ଦାବି ରହିଥିଲା, ଯାହା ବର୍ତ୍ତମାନ ପୂରଣ ହେବାକୁ ଯାଉଛି। ଖବର ଅନୁଯାୟୀ, ପ୍ରସିଦ୍ଧ ନିର୍ମାତା ଭୂଷଣ କୁମାର ଯୁବରାଜଙ୍କ ଉପରେ ଏକ ଫିଲ୍ମ ନିର୍ମାଣ କରିବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri