ନବ ଦାସଙ୍କୁ ହତ୍ୟା ପରେ: ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ

ଭୁବନେଶ୍ବର,୧।୨(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ନବକିଶୋର ଦାସଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚା ଥମିବାର ନାଁ ଧରୁନାହିଁ। ଘଟଣାର ୩ ଦିନ ପରେ ମଧ୍ୟ କାହିଁକି ଜଣେ ପୋଲିସ କର୍ମଚାରୀ ଏଭଳି ଜଘନ୍ୟ ହତ୍ୟାକାଣ୍ଡ ଘଟାଇଲେ ତାକୁ ନେଇ ସବୁଠି ଚର୍ଚ୍ଚା। ଭାଜପା ଓ କଂଗ୍ରେସ ନବଙ୍କୁ ହତ୍ୟା ପଛରେ ଟପ୍‌ ଲେଭଲରେ ଷଡ଼ଯନ୍ତ୍ର ଥିବା ଅଭିଯୋଗ କରିଛନ୍ତି। ତେବେ ଭାଜପା ଘଟଣାରେ ସିବିଆଇ ତଦନ୍ତ ଦାବି କରିଥିବା ବେଳେ ଏସ୍‌ଆଇଟି ତଦନ୍ତ ଦାବି କରିଛି କଂଗ୍ରେସ। ବିଜେଡି କିନ୍ତୁ ପାଲଟା ଭାଜପାକୁ ଟାର୍ଗେଟ କରିଛି।
ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି, ରାଜ୍ୟବାସୀ ବର୍ତ୍ତମାନ ଆତଙ୍କିତ। ପୋଲିସ ଗୁଳିରେ ରାଜ୍ୟର ଜଣେ ପ୍ରଭାବଶାଳୀ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ହତ୍ୟା ହେଉଛି ଏବଂ ଦୀର୍ଘ ୨୩ ବର୍ଷ ଧରି ଗୃହ ବିଭାଗର ଦାୟିତ୍ୱରେ ଥିବା ଖୋଦ୍‌ ମୁଖ୍ୟମନ୍ତ୍ରୀ ତଦନ୍ତ ନେଇ ନିଜ ପାଟି ନ ଖୋଲିବା ଲଜ୍ଜାର ବିଷୟ। ଏପରିକି ପୋଲିସ ଡିଜି ଘଟଣାସ୍ଥଳକୁ ନ ଯିବା ଓ ଗୃହ ସଚିବ ନୀରବତା ଅବଲମ୍ବନ କରିବା ପଛରେ ବିରାଟ ଷଡ଼ଯନ୍ତ୍ର ରହିଛି। ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ହତ୍ୟା କରିଥିବା ପୋଲିସ ଅଧିକାରୀଙ୍କୁ ବିଗତ ଦିନରେ ରାଜ୍ୟ ସରକାର ପଦୋନ୍ନତି ଦେଇ ବାରମ୍ବାର ପୁରସ୍କୃତ କରିବା ସହ ମେଡାଲ ଓ ଅର୍ଥ ରାଶି ଦେଇଛନ୍ତି। ହଠାତ୍‌ ସେହି ଦକ୍ଷ ପୋଲିସ ଅଧିକାରୀ ଜଣକ କାହିଁକି ମନ୍ତ୍ରୀଙ୍କୁ ଗୁଳି ମାରିଲେ ତାହା ଏବେ ରାଜ୍ୟବାସୀଙ୍କ ମନକୁ ଆନ୍ଦୋଳିତ କରୁଛି। ସେହିପରି ଜଣେ ପୋଲିସ ହତ୍ୟା କରିବ ଆଉ ଜଣେ ପୋଲିସ ଏହାର ତଦନ୍ତ କରିବ, ଏହା ଆଦୌ ବିଶ୍ୱାସଯୋଗ୍ୟ ହୋଇପାରିବ ନାହିଁ। ବିଗତ ଦିନରେ କ୍ରାଇମବ୍ରାଞ୍ଚ ତଦନ୍ତ ଆଳରେ ଅନେକ ଘଟଣାର ପ୍ରମାଣ ନଷ୍ଟ କରାଯାଇଛି। ତେବେ ଏଭଳି ସମ୍ବେଦନଶୀଳ ଘଟଣାରେ ମୁଖ୍ୟମନ୍ତ୍ରୀ ଯଥାଶୀଘ୍ର ସ୍ବଚ୍ଛତା ଅବଲମ୍ବନ କରନ୍ତୁ ଏବଂ ତଦନ୍ତ ଭାର ସିବିଆଇକୁ ଦିଅନ୍ତୁ ବୋଲି ସମୀର କହିଛନ୍ତି।
ନବଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇସାରିଥିଲା। ଏହାକୁ ନେଇ ଏତେ ଡ୍ରାମା କରିବାର କ’ଣ ଆବଶ୍ୟକତା ଥିଲା ବୋଲି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ମନ୍ତବ୍ୟ ଉପରେ ପ୍ରତିକ୍ରିୟା ରଖି ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ର କହିଛନ୍ତି, ଜୟନାରାୟଣ ନିଜେ ଜଣେ ହତ୍ୟା ଅଭିଯୁକ୍ତ। ଜଣେ ବିଜେଡି କର୍ମୀଙ୍କ ହତ୍ୟା ମାମଲାରେ ସେ ଜେଲ ଯାଇ ଜାମିନରେ ଅଛନ୍ତି। ତେଣୁ ନବ ଦାସଙ୍କ ହତ୍ୟା ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ଚାଲିଥିବା ବେଳେ ତାଙ୍କ ମନକୁ ସ୍ବାଭାବିକ ଭାବେ ଭୟ ଗ୍ରାସିଛି। ତାଙ୍କ ଭଳି ଜଣେ ହତ୍ୟା ଅଭିଯୁକ୍ତଙ୍କ ମନ୍ତବ୍ୟକୁ ବିଜେଡି ଆଦୌ ଗୁରୁତ୍ୱ ଦେବାକୁ ଚାହୁଁନାହିଁ ବୋଲି ଶ୍ରୀମୟୀ କହିଛନ୍ତି।
କଂଗ୍ରେସ ଭବନଠାରେ ଏକ ଖବରଦାତା ସମ୍ମିଳନୀ କରି ବରିଷ୍ଠ ନେତା ପଞ୍ଚାନନ କାନୁନ୍‌ଗୋ କହିଛନ୍ତି, ଏହି ହତ୍ୟାକାଣ୍ଡ ପଛରେ ସାଙ୍ଘାତିକ ଷଡ଼ଯନ୍ତ୍ର ଲୁଚି ରହିଛି। ଜଣେ କ୍ୟାବିନେଟ୍‌ ସହଯୋଗୀ ନିଜ ବିଭାଗର ପୋଲିସ କର୍ମଚାରୀଙ୍କ ଦ୍ୱାରା ହତ୍ୟା ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ଉତ୍ତରଦାୟୀ। ତେଣୁ ନୈତିକତା ଦୃଷ୍ଟିରୁ ସେ ପଦତ୍ୟାଗ କରିବା ଉଚିତ। ନିଜ ମନ୍ତ୍ରିମଣ୍ଡଳ ସଦସ୍ୟଙ୍କ ଜୀବନ ରକ୍ଷା କରିବାରେ ବିଫଳ ସରକାର ସାଧାରଣ ଜନତାଙ୍କ ସୁରକ୍ଷା କ’ଣ କରିବ ବୋଲି ସେ ପ୍ରଶ୍ନ କରିଛନ୍ତି। ଘଟଣାର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଏକ ପ୍ରହସନ। ତେବେ ହାଇକୋର୍ଟର ଜଣେ ଅଧିଷ୍ଠିତ ବିଚାରପତିଙ୍କ ତତ୍ତ୍ୱାବଧାନରେ ଏସ୍‌ଆଇଟି ଦ୍ୱାରା ନବ ଦାସଙ୍କୁ ହତ୍ୟା ଘଟଣାର ତଦନ୍ତ ହେଉ ବୋଲି ପଞ୍ଚାନନ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri