ନରସିଂହଙ୍କ ପରେ ତାରାଙ୍କ ଇସ୍ତଫା ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୭।୪(ବ୍ୟୁରୋ): କଂଗ୍ରେସର ଦଳୀୟ ନିର୍ବାଚନ ଚାଲିଥିବା ବେଳେ ଦଳର ଅମୁଳ ଚୂଳ ପରିବର୍ତ୍ତନ ହେବା ନେଇ ରାଜ୍ୟ କଂଗ୍ରେସ ପ୍ରଭାରୀ ଏ. ଚେଲ୍ଲା କୁମାର ସୂଚନା ଦେଇଛନ୍ତି। ଏହାପରେ ଦଳୀୟ ପଦରୁ ଜଣଙ୍କ ପରେ ଜଣେ ଇସ୍ତଫା ଦେବା ନେଇ ଚର୍ଚ୍ଚା ଜୋର ଧରିଛି। ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ବୁଧବାର କଂଗ୍ରେସ ବିଧାୟକ ଦଳର ମୁଖ୍ୟ ସଚେତକ ପଦବୀରୁ ଇସ୍ତଫା ଦେଇଥିବା ଚର୍ଚ୍ଚା ହେଉଛି। ମଙ୍ଗଳବାର ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର କଂଗ୍ରେସ ବିଧାୟକ ଦଳ ନେତା ପଦରୁ ଇସ୍ତଫା ଦେବା ନେଇ ଚର୍ଚ୍ଚା ହୋଇଥିଲା। ତେବେ ଏହି ଦୁଇ ବିଧାୟକ ନିଜର ଇସ୍ତଫା ନେଇ କୌଣସି ସୂନା ଦେଇ ନଥିବା ବେଳେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ମଧ୍ୟ ଏ ନେଇ କୌଣସି ସ୍ପଷ୍ଟ ସୂନା ପ୍ରଦାନ କରାଯାଇ ନାହିଁ।
ସୂଚନାଯୋଗ୍ୟ ଯେ, ଇତି ମଧ୍ୟରେ କଂଗ୍ରେସର ଦଳୀୟ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଛି। ବୁଧବାର ସମସ୍ତ ସାଙ୍ଗଠାନିକ ଜିଲା ପାଇଁ ରିଟର୍ନିଂ ଅଫିସର (ଡିଆରଓ)ଙ୍କୁ ନିଯୁକ୍ତି ଦିଆଯାଇଛି। ସେମାନେ ବ୍ଲକ ଓ ଦଳର ତୃଣମୂଳ ସ୍ତର ପାଇଁ ନେତା ୟନ କରିବେ। ଦଳୀୟ ସଂଗଠନକୁ ସମ୍ପୂର୍ଣ୍ଣ ପୁର୍ନବିନ୍ୟାସ କରିବା ପାଇଁ ଉଭୟ ବିଧାୟକ ଦଳୀୟ ପଦବୀରୁ ଇସ୍ତଫା ଦେବା ନେଇ କର୍ମୀ ମହଲରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri