ନବୀନଙ୍କ ପରେ ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦିଲ୍ଲୀରେ ହେବ କି ବଡ଼ ଡିଲ୍‌! ରାଜନୀତିରେ ଚହଳ

ଭୁବନେଶ୍ୱର,୧୫।୩: ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜିଠାରୁ ଦୁଇ ଦିନିଆ ଗସ୍ତରେ ଅଛନ୍ତି ସିଏମ। ଏହାପୂର୍ବରୁ ଶୁକ୍ରବାର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତ କରିଥିଲେ। ଚର୍ଚ୍ଚା ହେଉଥିଲା କି, ସେ ଏବେ ଇଣ୍ଡିଆ ମେଣ୍ଟ ଆଡକୁ ଢଳୁଛନ୍ତି। ଆସନ୍ତା ୨୨ରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଷ୍ଟାଲିନ ଡିଲିମିଟେସନ ବୈଠକରେ ସେ ଯୋଗ ଦେବାକୁ ଯାଉଛନ୍ତି। ଯାହାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଛି। କିନ୍ତୁ ଏହା ପୂର୍ବରୁ ନବୀନଙ୍କ ଦିଲ୍ଲୀ ଗସ୍ତ ରାଜନୀତିରେ ହଇଚଇ ସୃଷ୍ଟି କରିଛି। ଷ୍ଟାଲିନଙ୍କ ବୈଠକରେ ଯୋଗଦେବାକୁ ହଁ ମାରିବା ଓ ବିଧାନସଭାରେ କଂଗ୍ରେସକୁ ସମର୍ଥନ କରିବା, କେଉଁଠି ନା କେଉଁଠି ଭିନ୍ନ ସନ୍ଦେଶ ଦେଉଛି। ଚର୍ଚ୍ଚା ହେଉଛି, ନୂଆ ସମୀକରଣ ଆଡକୁ ମୁହାଁଉଛନ୍ତି କି ବିଜେଡି? ଅନ୍ୟପଟେ ଏହି ଚର୍ଚ୍ଚା ଚାଲିଥିବାବେଳେ ଏପଟେ ଭାଜପା ଓ ବିଜେଡି ମୁହାଁମୁହିଁ ହୋଇଛନ୍ତି । ଦିଲ୍ଲୀରେ ସରକାରୀ ଓ ବେସରକାରୀ କାର୍ଯ୍ୟକ୍ରମ ରହିଥିବାର କହି ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିଥିବା ଜଣାପଡିଛି। ଗସ୍ତକାଳରେ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିପାରନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

DMK ମୁଖ୍ୟ ତଥା ତାମିଲନାଡୁ ମୁଖ୍ୟମନ୍ତ୍ରୀ ଷ୍ଟାଲିନଙ୍କ ଡିଲିମିଟେସନ ବୈଠକକୁ ବିଜେଡିର ସମର୍ଥନ ପରେ ରାଜ୍ୟ ରାଜନୀତି ସରଗରମ ହୋଇଛି। ବିଜେଡିକୁ ସମାଲୋଚନା କରି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି,ଦର୍ପଣରେ ନିଜ ଛାଇ ଦେଖି ବିଜେଡିକୁ ଡର ଲାଗିଲାଣି। ଡିଲିମିଟେସନ ଯେଉଁ ନ୍ୟାୟିକ ପରିଧି ଭିତରେ ହେବା କଥା ହେବ। କିନ୍ତୁ ଡିଲିମିଟେସନ ହେବା ପୂର୍ବରୁ ବିରୋଧୀ ଏତେ ଛାନିଆ କାହିଁକି ହୋଇଯାଉଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି? ଏପଟେ ବିଜେଡିର ବରିଷ୍ଠ ନେତା ତଥା ବିରୋଧୀ ଦଳ ଉପ ନେତା ପ୍ରସନ୍ନ ଆଚାର୍ଯ୍ୟ ସ୍ପଷ୍ଟ କରିଛନ୍ତି ଯେ ବିଜେଡି ନୀତିରେ କୌଣସି ପରିବର୍ତ୍ତନ ହୋଇନାହିଁ। ଆଜି ବି ସମଦୂରତା ବଜାୟ ରଖିଛି ବିଜେଡି।

ଚେନ୍ନାଇ ବୈଠକ କୌଣସି ଜାତୀୟ ମେଣ୍ଟ ତରଫରୁ ଡକାଯାଇ ନାହିଁ । ତାମିଲନାଡୁ ମୁଖ୍ୟମନ୍ତ୍ରୀ ବୈଠକ ଡାକିଥିବାରୁ ସେଠାକୁ ବିଜେଡି ଯିବାରେ ଅସୁବିଧା କେଉଁଠି ବୋଲି ପ୍ରସନ୍ନ ପାଲଟା ପ୍ରଶ୍ନ କରିଛନ୍ତି। କଂଗ୍ରେସ କହିଛି ଯେ ପୂର୍ବରୁ ସମଦୂରତା ନୀତିରେ ରହିଥିବା ବିଜେଡିର ଆଭିମୁଖ୍ୟ ପରିବର୍ତ୍ତନ ହୋଇଥିବା ଆଭାସ ମିଳିସାରିଲାଣି।

ଆସନ୍ତା ୨୨ ତାରିଖରେ ଚେନ୍ନାଇ ବୈଠକରେ ସାମିଲ ହେବ ବିଜେଡି। DMK ପ୍ରତିନିଧି ନବୀନ ନିବାସରେ ନବୀନଙ୍କୁ ଭେଟି ବୈଠକରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କରିବା ପରେ ଦଳ ସହମତି ପ୍ରକାଶ କରିଛି । ଏହାରି ଭିତରେ ନବୀନ ପଟ୍ଟନାୟକ ଦିଲ୍ଲୀ ଯାଇଛନ୍ତି। ତେଣୁ ଷ୍ଟାଲିନଙ୍କ ବୈଠକକୁ ନବୀନ ଯିବେ କି ନାହିଁ, ତାକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି।

ଯେଉଁ ସମୟରେ ନବୀନ ପଟ୍ଟନାୟକ ଦିଲ୍ଲୀ ଯାଇଛନ୍ତି ତାକୁ ନେଇ ଜୋରଦାର ଚର୍ଚ୍ଚା ହେଉଛି । ସୀମା ପୁନଃର୍ନିଦ୍ଧାରଣକୁ ନେଇ ଜାତୀୟ ରାଜନୀତିରେ ସମୀକରଣ ବଦଳୁଛି । ସେପଟେ ପରାଜୟ ପରଠୁ ବିଜେଡିରେ ଅନିଶ୍ଚିତତା ଦେଖାଦେଇଛି । ଏଭଳି ଘଡିସନ୍ଧି ମୁହୂର୍ତ୍ତରେ ନବୀନ ଦିଲ୍ଲୀରେ ବାର୍ଗେନିଂ କରିବାକୁ ଯାଇ ଥାଇପାରନ୍ତି ବୋଲି କୁହାଯାଉଛି । କାରଣ ତେଣୁ ଦିଲ୍ଲୀରେ ଏନଡିଏ ସହ ଭିତିରି ସଂପର୍କ ରଖି ରାଜ୍ୟରେ ବିରୋଧ କରିପାରେ ବିଜେଡି । କିମ୍ବା କଂଗ୍ରେସର ହାଇକମାଣ୍ଡଙ୍କୁ ଭେଟି ବଡ଼ ଡିଲ କରିପାରନ୍ତି ନବୀନ । ରାଜନୈତିକ ବିଶେଷଜ୍ଞମାନେ କହୁଛନ୍ତି, ଭାଜପା ଚାହୁଁଛି ଓଡିଶାରେ ବିଜେଡି ହିଁ ଦୁଇ ନମ୍ବର ଦଳ ରହୁ । କାରଣ କଂଗ୍ରେସ ବଢିଲେ ଭାଜପା ପାଇଁ ବଡ଼ ବିପଦ । ଏଭଳି ସ୍ଥଳରେ ନବୀନଙ୍କ ଦିଲ୍ଲୀ ଗସ୍ତ, ନୂଆ ରଣନୀତି ଆଡକୁ ଇସାରା କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri