Posted inଜାତୀୟ

ଇଡି କାର୍ଯ୍ୟାଳୟରେ କଟିଲା ନୱାବଙ୍କ ପ୍ରଥମ ରାତି

ମୁମ୍ବାଇ,୨୪ ।୨: ମହାରାଷ୍ଟ୍ର ସରକାରରେ ମନ୍ତ୍ରୀ ଥିବା ନୱାବ ମଲିକଙ୍କ ଗିରଫକୁ ନେଇ ରାଜନୀତି ତାପମାତ୍ରା ବଢିବାରେ ଲାଗିଛି । ଏହା କେବଳ ମହାରାଷ୍ଟ୍ର ନୁହେଁ ବରଂ ଉତ୍ତର ପ୍ରଦେଶ ଓ ପଶ୍ଚିମ ବଙ୍ଗରେ ଏହାର ପ୍ରଭାବ ଦେଖିବାକୁ ମିଳିଲାଣି । ଅର୍ଥାତ୍ ଦେଶର ପୂର୍ବରୁ ପଶ୍ଚିମ ପର୍ଯ୍ୟନ୍ତ ଲମ୍ବିଲାଣି ନୱାବଙ୍କ ମାମଲା । ନୱ୍ୱାବ ବୁଧବାର ପ୍ରଥମ ରାତି ଇଡି କାର୍ଯ୍ୟାଳୟରେ କାଟିଥିବା ବେଳେ ଗୁରୁବାର କିନ୍ତୁ ସଡ଼କରେ ରାଜନୀତିର ଉଷ୍ମତା ଖେିବାକୁୁ ମିଳିବ । ଏହାକୁ ନେଇ ଗୋଟିଏ ପଟେ ଏନ୍‌ସିପି ଓ ଏହାର ସମର୍ଥକ ଥିବା ବେଳେ ଅନ୍ୟପଟେ ଭାରତୀୟ ଜନତା ପାର୍ଟି(ଭାଜପା) ।
ମହାବିକାଶ ଅଘାଡିର ନେତା ଗୁରୁବାର ମୁମ୍ବାଇରେ ପ୍ରଦର୍ଶନ କରି ନୱାବ ମଲିକଙ୍କ ଗିରଫକୁ ବିରୋଧ କରିବେ ତ ଅନ୍ୟପଟେ ଭାଜପା ନୱାବ ମଲିକଙ୍କ ଇସ୍ତଫା ଦାବି କରି ପ୍ରଦର୍ଶନ କରିବ । କାରଣ ନୱାବ ଉଦ୍ଧବ ସରକାରରେ ମନ୍ତ୍ରୀ ରହିଛନ୍ତି । ଏବେ ନୱାବଙ୍କ ଇସ୍ତଫାକୁ ନେଇ ଏନସିପି ଓ ଭାଜପା ମଧ୍ୟରେ ଲଢେଇ ଆରମ୍ଭ ହୋଇଗଲାଣି । ସୂଚନାଯୋଗ୍ୟ, ମନି ଲଣ୍ଡରିଂ ମାମଲାରେ ନୱାବ ମଲିକଙ୍କୁ ମାର୍ଚ୍ଚ ୩ ପର୍ଯ୍ୟନ୍ତ ଇଡି ହେଫାଜତକୁ ପଠାଇ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା

ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ...

ନିର୍ବାଚନ ପୂର୍ବରୁ ଜେଡିୟୁ ନେତାଙ୍କୁ ହତ୍ୟା

ପାଟନା,୨୫।୪: ବିହାରରେ ଶାସକ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳର ଜଣେ ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ରାଜଧାନୀ ପାଟନା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ପରେ...

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri