Posted inଜାତୀୟ

ନୀତୀଶଙ୍କ ପରେ କେସିଆର୍‌ ମୋଦିଙ୍କ ନୀତିି ଆୟୋଗ ବୈଠକକୁ ଆସିବାକୁ ମନା କଲେ, କିଛି ଫାଇଦା ହେଉନି କହିଲେ…

ନୂଆଦିଲ୍ଲୀ, ୬।୮ : ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ପରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅଗଷ୍ଟ ୭ ରେ ହେବାକୁ ଥିବା ନୀତିି ଆୟୋଗର ବୈଠକରେ ଯୋଗ ଦେବାକୁ ମନା କରିଛନ୍ତି। ଯୋଗ ନଦେବା ସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ରାଓ କହିଛନ୍ତି ଯେ ସେ ନୀତି ଆୟୋଗ ବୈଠକରୁ କୌଣସି ଲାଭ ପାଇ ନାହାଁନ୍ତି। ରବିବାର ଅନୁଷ୍ଠିତ ହେବାକୁ ଥିବା ନୀତି ଆୟୋଗର ବୈଠକରେ ଫସଲର ବିବିଧକରଣ ଏବଂ ଜାତୀୟ ଶିକ୍ଷା ନୀତିର କାର୍ଯ୍ୟକାରିତା ସମେତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ହେବାକୁ ଯାଉଛି।

କେ ଚନ୍ଦ୍ରଶେଖର ରାଓ କହିଛନ୍ତି, ରବିବାର ଦିଲ୍ଲୀରେ ହେବାକୁ ଥିବା ନୀତି ଆୟୋଗର ୭୦ ତମ ଶାସକ ପରିଷଦ ବୈଠକରେ ମୁଁ ଅଂଶଗ୍ରହଣ କରିବି ନାହିଁ। ଏହା ସହିତ ରାଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଧ୍ୟ ଏକ ଚିଠି ଲେଖିଛନ୍ତି ଯେଉଁଥିରେ ରାଜ୍ୟମାନଙ୍କୁ ସର୍ବାଧିକ ଲାଭ ସୁନିଶ୍ଚିତ କରିବା ପାଇଁ ସେମାନଙ୍କର ଆବଶ୍ୟକତା ଏବଂ ସର୍ତ୍ତଗୁଡିକ ଉପରେ ଆଧାରିତ ଯୋଜନାଗୁଡ଼ିକର ପରିକଳ୍ପନା ଏବଂ ସଂଶୋଧନ ପାଇଁ ବ୍ୟବସ୍ଥା ଦିଆଯାଇ ନ ଥିବାରୁ ସେ କେନ୍ଦ୍ରକୁ ସମାଲୋଚନା କରିଛନ୍ତି। ଏହା ସହିତ ଏନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।

ଅପରପକ୍ଷରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଧ୍ୟ ଶନିବାର ନୀତି ଆୟୋଗର ବୈଠକରେ ଯୋଗ ନଦେବାକୁ ନିଷ୍ପତ୍ତି ନେଇଛନ୍ତି। ଏକ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ବୈଠକରେ ନୀତୀଶ କୁମାର ଯୋଗଦେବେ ନାହିଁ। କିଛି ଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କରୋନାରୁ ସୁସ୍ଥ ହୋଇଛନ୍ତି। ନୀତୀଶ କୁମାର ଉପମୁଖ୍ୟମନ୍ତ୍ରୀଙ୍କୁ ନୀତି ି ଆୟୋଗ ବୈଠକକୁ ପଠାଇବାକୁ ଚାହୁଁଥିଲେ କିନ୍ତୁ ତାଙ୍କୁ କୁହାଯାଇଥିଲା ଯେ ଏଥିରେ କେବଳ ମୁଖ୍ୟମନ୍ତ୍ରୀ ଯୋଗ ଦେଇ ପାରିବେ। ଗତ ମାସରେ ତତ୍କାଳୀନ ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କ ରାତ୍ର ଭୋଜି ଏବଂ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ସମାରୋହରେ ନୀତୀଶ କୁମାର ମଧ୍ୟ ଯୋଗ ଦେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri